ଡିଏଫ୍‌ଓଙ୍କ ଲାଏ ଡିଟେକ୍ସନ ଟେଷ୍ଟ ହୋଇପାରେ

ପାରଳାଖେମୁଣ୍ଡି,୨୧ା୮(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ (ଏସିଏଫ୍‌) ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଶନିବାର କ୍ରାଇମବ୍ରାଞ୍ଚ ଟିମ୍‌ ବନଖଣ୍ଡ ଅଧିକାରୀ (ଡିଏଫ୍‌ଓ)ଙ୍କୁ ଜେରା କରିଛି। ଦୀର୍ଘ ୩ ଘଣ୍ଟା ଡିଏଫ୍‌ଓ ସଂଗ୍ରାମ କେଶରୀ ବେହେରାଙ୍କୁ ଜେରା କରାଯାଇଛି। ତେବେ ତାଙ୍କ ବିରୋଧରେ ଆସିଥିବା ସମସ୍ତ ଅଭିଯୋଗକୁ ଡିଏଫ୍‌ଓ ଏଡ଼ାଇ ଯାଇଥିବା ବେଳେ କେତେକ ପ୍ରଶ୍ନର ଉତ୍ତର ରଖିଛନ୍ତି। ଆବଶ୍ୟକସ୍ଥଳେ ତାଙ୍କର ଲାଏ ଡିଟେକ୍ସନ ଟେଷ୍ଟ କରାଯିବ ବୋଲି କ୍ରାଇମ୍‌ବ୍ରାଞ୍ଚ ଡିଏସ୍‌ପି ଜ୍ଞାନ ରଞ୍ଜନ ମିଶ୍ର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

ପାରଳାଖେମୁଣ୍ଡି ପୋଲିସ ଗେଷ୍ଟ ହାଉସ୍‌ରେ କ୍ରାଇମବ୍ରାଞ୍ଚ ଟିମ୍‌ ଡିଏଫ୍‌ଓ ବେହେରାଙ୍କୁ ଗୁଡ଼ାଇତୁଡ଼ାଇ ବିଭିନ୍ନ ପ୍ରଶ୍ନ କରିଥିଲା। ସୌମ୍ୟଙ୍କ ସ୍ତ୍ରୀ ବିଦ୍ୟାଭାରତୀ ପଣ୍ଡାଙ୍କ ସହ ଅନୈତିକ ସମ୍ପର୍କ ରହିଥିବା ଅଭିଯୋଗ ବିଷୟରେ ତାଙ୍କୁ ପଚରାଉଚୁରା କରାଯାଇଥିଲା। ବିଦ୍ୟାଭାରତୀଙ୍କ ସହ କୌଣସି ସମ୍ପର୍କ ନ ଥିବା ଡିଏଫ୍‌ଓ କହିଛନ୍ତି। ସେହିପରି ସୌମ୍ୟଙ୍କୁ ମାନସିକ ଚାପ ଦିଆଯାଇଥିବା ଓ ଜାଣିଶୁଣି ରାତି ଡ୍ୟୁଟି ପକାଯାଉଥିବା ନେଇ ଯେଉଁ ଅଭିଯୋଗ ଆସିଥିଲା ତାହାକୁ ମଧ୍ୟ ଡିଏଫ୍‌ଓ ଅସ୍ବୀକାର କରିଛନ୍ତି। ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟରେ ସୌମ୍ୟଙ୍କ ଜମାନବନ୍ଦୀ ନେବା ବେଳେ ଡିଏଫ୍‌ଓ ଉପସ୍ଥିତ ଥିଲେ ବୋଲି ଜେରା ବେଳେ ସ୍ବୀକାର କରିଥିଲେ ସୁଦ୍ଧା ସେଥିରେ କ’ଣ ସବୁ ଲେଖାଯାଇଥିଲା ସେ ସମ୍ପର୍କରେ ଜାଣିନାହାନ୍ତି ବୋଲି କ୍ରାଇମ୍‌ବ୍ରାଞ୍ଚ ଡିଏସ୍‌ପି ମିଶ୍ର କହିଛନ୍ତି। କ୍ରାଇମବ୍ରାଞ୍ଚ ତଦନ୍ତରେ ଡିଏଫ୍‌ଓ ଅସହଯୋଗ କରୁଛନ୍ତି। ବିଦ୍ୟାଭାରତୀ ଓ ସୌମ୍ୟଙ୍କ ପରିବାର ଲୋକଙ୍କୁ ଏଯାଏ ପଚରାଉଚୁରା କରାଯାଇନାହିଁ। ସେମାନଙ୍କୁ ପଚରାଉଚରା କରି ସବୁ କଥାକୁ ତର୍ଜମା କଲା ପରେ ଘଟଣାର ସତ୍ୟାସତ୍ୟ ଜଣାପଡ଼ିବ ବୋଲି ମିଶ୍ର କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ରକ୍ଷାବନ୍ଧନରେ ଗ୍ରହମାନଙ୍କ ୩ ମହାଯୋଗ: ଏହି ୫ ରାଶିର ଦ୍ରୁତ ଗତିରେ ଉନ୍ନତି, ହେବେ ମାଲାମାଲ!

୨୮ ଅଗଷ୍ଟ ୨୦୨୬ରେ ଶ୍ରାବଣ ମାସର ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥି। ଏହି ଦିନ ରକ୍ଷାବନ୍ଧନ, ଗାୟତ୍ରୀ ଜୟନ୍ତୀ ସହ ବର୍ଷର ଦ୍ୱିତୀୟ ଏବଂ ଶେଷ ଚନ୍ଦ୍ରଗ୍ରହଣ ପଡ଼ୁଛି।…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ଧୋକା ଦେଲେ ସରକାର! ପୁଣି ବଡ଼ ଆନ୍ଦୋଳନ ଘୋଷଣା କଲା CJP: ଏଇଠୁ ହେବ ଆରମ୍ଭ

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ରାଷ୍ଟ୍ରବ୍ୟାପୀ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବାକୁ ଘୋଷଣା କରିଛି। ଦଳ ଭାରତ ସରକାରଙ୍କ ଉପରେ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

ଗହମକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ବର୍ଷେ ପରେ ହଟିଲା କଟକଣା

ନୂଆଦିଲ୍ଲୀ,୨୪।୮: ଭାରତ ସରକାର ଗହମ ରପ୍ତାନି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି। ଡାଇରେକ୍ଟରେଟ ଜେନେରାଲ ଅଫ ଫରେନ ଟ୍ରେଡ (DGFT) ପକ୍ଷରୁ ଜାରି ନୋଟିଫିକେସନରେ ଏହି…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri