ଜଙ୍ଗଲ ସୁରକ୍ଷିତ ରଖିବା ପାଇଁ ସହଯୋଗ ଲୋଡ଼ିଲେ ଡିଏଫ୍‌ଓ

ଭଞ୍ଜନଗର,୧୩ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ପକ୍ଷରୁ ଗୁରୁବାର ଜଙ୍ଗଲ ସୁରକ୍ଷା ବାର୍ତ୍ତା ନେଇ କଣ୍ଟେଇପଲ୍ଲୀ ଛକରୁ ଏକ ସାଇକେଲ ରାଲି ବାହାରିଥିଲା। ଉକ୍ତ ରାଲିକୁ ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଅଧିକାରୀ ହିମାଂଶୁ ଶେଖର ମହାନ୍ତି ପତାକା ହଲାଇ ଶୁଭାରମ୍ଭ କରିଥିଲେ। ଏଥିସହ ସେ ଏବଂ ଅନ୍ୟ ଅଧିକାରୀମାନେ ମଧ୍ୟ ରାଲିରେ ସାମିଲ ହୋଇଥିଲେ। ଏହି ଅବସରରେ ଡିଏଫ୍‌ଓ କହିଥିଲେ ଜଙ୍ଗଲ ହେଉଛି ଆମ ସମସ୍ତଙ୍କର ସମ୍ପତ୍ତି। ଏହାର ସୁରକ୍ଷା କରିବା ହେଉଛି ଆମ ସମସ୍ତଙ୍କର ଦାୟିତ୍ୱ। କଣ୍ଟେଇପଲ୍ଲୀ ବନ ସୁରକ୍ଷା ସମିତି କର୍ମକର୍ତ୍ତାଙ୍କ ପ୍ରଚେଷ୍ଟା ଯୋଗୁ କଣ୍ଟେଇପଲ୍ଲୀ ଜଙ୍ଗଲ ଆଜି ସୁରକ୍ଷିତ ଅଛି। ଅନ୍ୟ ଜଙ୍ଗଲ ମଧ୍ୟ ଏହିଭଳି ସୁରକ୍ଷିତ ରଖିବା ପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ ଡିଏଫ୍‌ଓ। ଜଙ୍ଗଲ ସୁରକ୍ଷା ସଚେତନତା ବାର୍ତ୍ତା ବାଣ୍ଟିବା ପାଇଁ ପଥପ୍ରାନ୍ତ ନାଟକ, ରାଲି, ପ୍ରଚାରପତ୍ର ପ୍ରମୂଖ ମାଧ୍ୟମରେ ମଧ୍ୟ ଲୋକଙ୍କୁ ସଚେତନତା କରାଯାଉଛି ବୋଲି ଡିଏଫ୍‌ଓ ମହାନ୍ତି କହିଥିଲେ। ରାଲିରେ ଅନ୍ୟମାନଙ୍କ ମଧ୍ୟରେ ଏସିଏଫ୍‌ ବିବେକ ଦାସ, ରଶ୍ମୀରଞ୍ଜନ ସାଇଁ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ରେଞ୍ଜର ପୃଥିବୀ ରାଜ ପ୍ରଧାନ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ। ରାଲି କଣ୍ଟେଇପଲ୍ଲୀ ଛକରୁ ବାହାରି ବିଭିନ୍ନ ଗ୍ରାମ ପରିକ୍ରମା କରିଥିଲା। ଏହାପରେ ଦୀର୍ଘ ୧୫ କିମି ରାଲି ବିଭିନ୍ନ ଗ୍ରାମ ବୁଲିବା ପରେ ଲାଲସିଂ ନର୍ସରୀରେ ତାହା ସରିଥିଲା। କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ କଣ୍ଟେଇପଲ୍ଲୀ ବନ ସୁରକ୍ଷା ସମିତି ସଭାପତି ଶରତ ସାଇଁ, ଜିତୁ ମଲ୍ଲିକ, ଜୀବନ ତ୍ରିପାଠୀ, ଦୀନବନ୍ଧୁ ମିଶ୍ର, ସନ୍ତୋଷ ପାତ୍ର ପ୍ରମୁଖ କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…

ବସ୍‌ଷ୍ଟାଣ୍ଡରେ ବ୍ୟବସାୟୀଙ୍କୁ ଛୁରାମାଡ଼

କୋରାପୁଟ,୬।୧୦(ଅମିତାଭ ବେହେରା): କୋରାପୁଟ ବସ୍‌ଷ୍ଟାଣ୍ଡ ନିକଟରେ ମଙ୍ଗଳବାର ଜଣେ ମକା ବ୍ୟବସାୟୀଙ୍କୁ ଛୁରାମାଡ଼ ହୋଇଛି। ଜନଗହଳିପୂର୍ଣ୍ଣ ସ୍ଥାନରେ ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଟିକିରା…

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

କେତୁଙ୍କ ଗୋଚରରେ ଚମକିବ ୪ ରାଶିଙ୍କ ଭାଗ୍ୟ, ପ୍ରବଳ ଧନଯୋଗ ସହ ବଡ଼ କମ୍ପାନୀରୁ ଅଫର୍‌

କେତୁ ଗ୍ରହ ସର୍ୱଦା ବକ୍ରି ବା ଓଲଟା ଚଳନ କରନ୍ତି। ଆଜି କେତୁ ମଘା ନକ୍ଷତ୍ରର ଦ୍ୱିତୀୟ ପାଦରୁ ପ୍ରଥମ ପାଦକୁ ଗୋଚର କରିବାକୁ ଯାଉଛନ୍ତି। କେତୁଙ୍କର…

ଆଶା ଦିଦିଙ୍କ ପାଇଁ ଖୁସି ଖବର; ମାସିକ ପ୍ରୋତ୍ସାହନ ରାଶି ୬ ହଜାରକୁ ବୃଦ୍ଧି, ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦: ଆଶା କର୍ମୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ଆଶା ଦିଦିମାନଙ୍କ ନିଷ୍ଠା ଓ ଦିନରାତିର କଠିନ ପରିଶ୍ରମକୁ ସମ୍ମାନ ଜଣାଇ ସେମାନଙ୍କ ମାସିକ ପ୍ରୋତ୍ସାହନ ରାଶିକୁ…

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?