ବେଆଇନ କ୍ରଶର ପରିଦର୍ଶନ କଲେ ଡିଏଫ୍‌ଓ

କେନ୍ଦୁଝର,୭ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ତହସିଲ ଅଧୀନ ଖଣ୍ଟଘର ଗ୍ରାମରେ ଚାଲିଥିବା ବେଆଇନ କ୍ରଶର ଅଞ୍ଚଳକୁ କେନ୍ଦୁଝର ଡିଏଫ୍‌ଓ ଏଚ୍‌ଡି ଧନରାଜ ଗସ୍ତ କରି ସ୍ଥିତି ଅନୁଧ୍ୟାନ କରିଛନ୍ତି। କ୍ରଶର ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ବିନା ଅନୁମତିରେ ଏବଂ ପଥର ଖଣି ଲିଜ୍‌ ଅଞ୍ଚଳ ନିକଟରେ ଚାଲି ଆସୁଥିଲା। କ୍ରଶର ଦ୍ୱାରା ଉକ୍ତ ଅଞ୍ଚଳ ଦେଇ ଚଳାଚଳ କରୁଥିବା ବନ୍ୟପ୍ରାଣୀ କ୍ଷତିଗସ୍ତ ହେଉଥିଲେ। ଏଣୁ ଏହାକୁ ଆଧାର କରି କ୍ରସରକୁ ବନ୍ଦ କରିବା ପାଇଁ ଡିଏଫ୍‌ଓ ପଦକ୍ଷେପ ନେଇଥିଲେ। ମାତ୍ର ଆଦେଶ ଅବମାନନା କରି କ୍ରଶର ଚାଲି ଆସୁଥିଲା। ଏ ନେଇ ବନ ବିଭାଗ ବିଗତ ଦିନରେ କ୍ରଶରରୁ ବିଦ୍ୟୁତ୍‌ ବିଚ୍ଛିନ୍ନ ପାଇଁ ଆନନ୍ଦପୁର ଟାଟା ପାୱାର ନିର୍ବାହୀ ଯନ୍ତ୍ରୀଙ୍କୁ ଚିଠି କରିଥିଲେ। ବନ ବିଭାଗ ପକ୍ଷରୁ ନୋଟିସ୍‌ କରି କାମ ବନ୍ଦ କରାଯାଇଥିଲେ ହେଁ ଅଦ୍ୟାବଧି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନ ଥିବାରୁ ଅସନ୍ତୋଷ ପ୍ରକାଶ ପାଉଛି। ଉକ୍ତ କ୍ୱାରୀ ତିନି ମାସିଆ ଅର୍ଥାତ ସଟ୍‌ ଟର୍ମ ଲିଜ ଭାବରେ ରାଜସ୍ବ ବିଭାଗ ଦେଇଥିବା ଜଣାପଡ଼ିଛି। ତେବେ ଓ୍ବାଇ ଫର୍ମରେ ପଥର ଉତ୍ତୋଳନ ହୋଇ ଉକ୍ତ ବେଆଇନ କ୍ରଶରରେ ସାଇଜ କରାଯାଉଥିଲା କି ନାହିଁ ତାହା ତଦନ୍ତ ଦାବି ହେଉଛି। ଅନୁମତି ନ ଥାଇ କ୍ରଶର ଓ ଏକ ପିଚୁ କାରଖାନା ଉକ୍ତ ଲିଜ୍‌ ଅଞ୍ଚଳରେ ଚାଲିଥିବା ବନ ବିଭାଗ ଯାଞ୍ଚ ବେଳେ ଜାଣିବାକୁ ପାଇଛି। ଏଥିରେ କେତେକ ଦୁର୍ନୀତିଗ୍ରସ୍ତ ରାଜସ୍ବ ଓ ଅନ୍ୟାନ୍ୟ ବିଭାଗ କର୍ମଚାରୀଙ୍କ ହାତ ଥିବାରୁ ପ୍ରଶାସନ ତୁରନ୍ତ ପଦକ୍ଷେପ ଗ୍ରହଣ ନ କଲେ ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲର ଦ୍ୱାରସ୍ଥ ହେବେ ବୋଲି ଆଇନ୍‌ଜୀବୀ ମାନେ ମତବ୍ୟକ୍ତ କରିଛନ୍ତି। ଏ ନେଇ ଡିଏଫ୍‌ଓ ଏଚ୍‌ଡି ଧନରାଜ କହିଛନ୍ତି ଯେ ଉକ୍ତ ସ୍ଥାନର ଅବସ୍ଥା ଦେଖିବାକୁ ଯାଇଥିଲେ। କାମର ସଠିକ୍‌ କାଗଜପତ୍ର ମାଗିଛନ୍ତି। ମିଳିବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri