ଡିଜି କଲେଜ ହେଲା ବିଶ୍ୱବିଦ୍ୟାଳୟ

କେନ୍ଦୁଝର,୧୨ା୨(ସ୍ବ.ପ୍ର.): କେନ୍ଦୁଝରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭେଟି ଦେଇଛନ୍ତି। ଜିଲାର ଧରଣୀଧର ସ୍ବୟଂଶାସିତ ମହାବିଦ୍ୟାଳୟକୁ ବିଶ୍ବବିଦ୍ୟାଳୟ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ୧୯୫୭ରେ ଏହି ମହାବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ଏହା ଜିଲାର ଏକ ମାତ୍ର ସରକାରୀ ମହାବିଦ୍ୟାଳୟ। ଯେଉଁଠି ଉଭୟ ଛାତ୍ରୀଛାତ୍ର ପାଠ ପଢୁଥିବା ବେଳେ ଏଠାରେ ଥିବା ଭୂତତ୍ତ୍ୱ ବିଜ୍ଞାନ ବିଭାଗ ପାଠ୍ୟକ୍ରମ ପାଇଁ ରାଜ୍ୟରେ ସ୍ବତନ୍ତ୍ର ସ୍ଥାନ ଗ୍ରହଣ କରିଛି। ଦୀର୍ଘଦିନ ହେଲା ଜିଲାରେ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ନେଇ ଦାବି ହୋଇଆସୁଥିଲା। ତେବେ ମୁଖ୍ୟମନ୍ତ୍ରୀ ସୋମବାର କେନ୍ଦୁଝର ଜିଲା ଗସ୍ତରେ ଆସୁଥିବା ବେଳେ ଏହା ପୂର୍ବରୁ ରବିବାର ବିଧିବଦ୍ଧ ବିଜ୍ଞପ୍ତି ଘୋଷଣା କରିଛନ୍ତି। ଯାହାକୁ ସବୁ ସ୍ତରରେ ସ୍ବାଗତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ବଡ଼ ଆନ୍ଦୋଳନ! CJP ପରେ ସଂସଦ ପଦଯାତ୍ରା ଘୋଷଣା କଲା ଏହି ଦଳ, ସରକାରଙ୍କୁ ଘାରିଲା ଭୟ

ନୂଆଦିଲ୍ଲୀ, ୨୭॥୭: ଇଥାନଲ ମିଶ୍ରିତ ପେଟ୍ରୋଲ ଅର୍ଥାତ୍‌ E20 ବିରୋଧରେ ଚାଲିଥିବା ବିରୋଧ ବର୍ତ୍ତମାନ ଏକ ନୂତନ ରାଜନୈତିକ ଏବଂ ସାମାଜିକ ଅଭିଯାନର ରୂପ ନେଉଥିବାର ଦେଖାଯାଉଛି।…

ରସଗୋଲା ଶ୍ରୀଜଗନ୍ନାଥ ସଂସ୍କୃତିର ଅନନ୍ୟ ପରିଚୟ

ଭୁବନେଶ୍ୱର,୨୭ା୭ (ସୌମ୍ୟରଞ୍ଜନ ରାଉତ): ରଥାରୂଢ଼ ଶ୍ରୀଜୀଉଙ୍କ ନୀଳାଦ୍ରି ବିଜେ ଅବସରରେ ରବିବାର ସାରା ରାଜ୍ୟରେ ଉତ୍ସାହର ସହ ପାଳନ ହେଉଛି ରସଗୋଲା ଦିବସ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିରକୁ…

ମୁଖ ଗହ୍ବର କ୍ୟାନ୍‌ସର ପଛର କିଛି କଥା…

କଥାରେ ଅଛି-କ୍ୟାନ୍‌ସର: ନୋ ଆନ୍‌ସର। କିନ୍ତୁ ଆଜିକାଲି ଏହାକୁ ପ୍ରାରମ୍ଭିକ ପର୍ଯ୍ୟାୟରେ ନିରୂପଣ କରାଯାଇପାରୁଛି ଏବଂ ତାହାର ସଫଳ ଚିକିତ୍ସା ମଧ୍ୟ ହୋଇପାରୁଛି। କିନ୍ତୁ ଯଦି ଅବହେଳାରୁ…

ଡେଙ୍ଗୁ: ଅବହେଳା ହୋଇପାରେ ଘାତକ

ବର୍ଷାଦିନେ ଡେଙ୍ଗୁ ଦ୍ରୁତ ଗତିରେ ବ୍ୟାପିଥାଏ। ତେଣୁ ନିଜକୁ ସୁରକ୍ଷିତ ରଖିବା ପାଇଁ ଜନସାଧାରଣଙ୍କୁ ବିଭିନ୍ନ ଦିଗରେ ସାବଧାନତା ଅବଲମ୍ବନ କରିବା ଉଚିତ। ଏହି ରୋଗ ଏଡିସ୍‌…

ପଞ୍ଚଲିଙ୍ଗେଶ୍ୱରରେ ବାବାଙ୍କୁ ସ୍ପର୍ଶ ମନା: ଲାଗୁ ହେଲା କଟକଣା, ଜାଣନ୍ତୁ କାହିଁକି

ନୀଳଗିରି, ୨୭।୭ (ପ୍ରଶାନ୍ତ କୁମାର ବିଶ୍ୱାଳ): ଉତ୍ତର ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ ବାବା ପଞ୍ଚଲିଙ୍ଗେଶ୍ୱରରେ ଶ୍ରାବଣ ମାସର ଦ୍ୱିତୀୟ ସୋମବାର ଅବସରରେ ଝରଣା ପାଣିର ପ୍ରଖର ସ୍ରୋତ…

ପଡ଼ୋଶୀଙ୍କ ପଥରମାଡ଼ରେ ଯୁବକ ମୃତ, ୫ ଜଣଙ୍କୁ ପୋଲିସ ଅଟକ ରଖି…

ବଲାଙ୍ଗୀର,୨୭ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼ ଉପଖଣ୍ଡରୁ ଆସିଛି ଏକ ଚାଞ୍ଚଲ୍ୟକର ଖବର। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପଥରମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।…

ନଦୀରେ ବୁଡ଼ିଗଲେ ନାବାଳିକା କାଉଡ଼ିଆ: ଶିବ ମନ୍ଦିରରେ ଜଳଲାଗି ପାଇଁ….

ବାଲେଶ୍ୱର, ୨୭ (ବାଞ୍ଛାନିଧି ଦେ): ଶ୍ରାବଣ ମାସର ପ୍ରଥମ ସୋମବାରରେ ଘଟିଛି ଏକ ଅଭାବନୀୟ ଘଟଣା। ଶିବ ମନ୍ଦିରରେ ଜଳଲାଗି ପାଇଁ ନଦୀରୁ ପାଣି ଆଣିବାକୁ ଯାଇଥିବା…

ଫାଶୀ ଖୁଣ୍ଟର ସମ୍ମୁଖୀନ ହେବେ ବାଂଲାଦେଶର ପୂର୍ବତନ ରାଷ୍ଟ୍ରପତି? ଅଡୁଆରେ ଶେଖ ହାସିନାଙ୍କ ଶେଷ ସହଯୋଗୀ

ଢାକା,୨୭।୭: ବାଂଲାଦେଶର ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ସମ୍ପ୍ରତି ଇସ୍ତଫା ଦେଇଛନ୍ତି। ବାଂଲାଦେଶରେ ବିପ୍ଳବ ପରେ, ସେ ଶେଖ ହାସିନାଙ୍କ ଅନ୍ତର୍ନିହିତ ସଦସ୍ୟ ମଧ୍ୟରୁ କ୍ଷମତାରେ ଥିବା ଶେଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri