ରଥଯାତ୍ରା ପାଇଁ ପୋଲିସ ଡିଜିଙ୍କ ସମୀକ୍ଷା:ନିୟୋଜିତ ହେବ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ

ପୁରୀ, ୨ା୭(ଅଜିତ୍‌ କୁମାର ମହାନ୍ତି):ଆସନ୍ତା ୭ ତାରିଖରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ଦୀର୍ଘ ୫୩ ବର୍ଷପରେ ଚଳିତ ବର୍ଷ ଗୋଟିଏ ଦିନରେ ନେତ୍ରଉସତ୍ବ, ନବଯୌବନ ଦର୍ଶନ ଓ ଶ୍ରୀଗୁଣ୍ଡିଚା ପଡୁଛି। ତେଣୁ ଦୁର୍ଲ୍ଲଭ ରଥଯାତ୍ରାରେ ଭକ୍ତଙ୍କ ସମାଗମ ଅଧିକ ରହିବ ବୋଲି ଆଶଙ୍କା କରାଯାଉଛି। ସେହିପରି ମହାପ୍ରଭୁଙ୍କ ଘୋଷଯାତ୍ରାରେ ରାଷ୍ଟ୍ରପତି ଦ୍ରୌପଦି ମୁର୍ମୁ ଯୋଗଦାନ କରିବାର କାର୍ଯ୍ୟକ୍ରମ ରହିଛି। ତେଣୁ ଚଳିତବର୍ଷ ମହାପ୍ରଭୁଙ୍କ ଘୋଷଯାତ୍ରାକୁ ଶୃଙ୍ଖଳିତ କରିବା ରାଜ୍ୟ ସରକାରଙ୍କଠାରୁ ଆରମ୍ଭ କରି ଜିଲା ପ୍ରଶାସନ, ପୋଲିସ ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ନିମନ୍ତେ ଏକ ଚ୍ୟାଲେଞ୍ଜ ରହିଛି। ତେବେ ସମସ୍ତ ବିଭାଗର ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ରଥଯାତ୍ରା ନେଇ ପୋଲିସ ପ୍ରଶାସନ ପକ୍ଷରୁ ସୋମବାର ସନ୍ଧ୍ୟାରେ ଏସ୍‌ପିଙ୍କ କାର୍ଯ୍ୟାଳୟସ୍ଥିତ ସମ୍ମିଳନୀ କକ୍ଷରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ପୋଲିସ ମହାନିର୍ଦ୍ଦେଶକ ଅରୁଣ କୁମାର ଷଡ଼ଙ୍ଗୀଙ୍କ ନେତୃତ୍ୱରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ରଥଯାତ୍ରାକୁ ଶୃଙ୍ଖଳିତ ଭାବରେ ସମାପନ କରିବା, ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ସୁରକ୍ଷା ବ୍ୟବସ୍ଥା, ଟ୍ରାଫିକ୍‌, ରଥ ଟଣା, ପାର୍କିଂ, ଯାତାୟତ ସହ ବିଭିନ୍ନ ଦିଗଉପରେ ଆଲୋଚନା କରାଯାଇଥିଲା। ବୈଠକପରେ ପୋଲିସ ମହାନିର୍ଦ୍ଦେଶକ ଅରୁଣ କୁମାର ଷଡ଼ଙ୍ଗୀ ସୂଚନା ଦେଇ କହିଥିଲେ, ରଥଯାତ୍ରାକୁ ଆଖି ଆଗରେ ରଖି ବରିଷ୍ଠ ପୋଲିସ ଅଧିକାରୀମାନଙ୍କୁ ଦାୟିତ୍ୱ ଦିଆଯାଇଛି। ରଥଯାତ୍ରା ନେଇ ପ୍ରଥମ ବା ପ୍ରାରମ୍ଭିକ ବୈଠକ ହୋଇଛି। ବୈଠକରେ ଫୋର୍ସ ନିୟୋଜନ, ପୋଲିସ ବ୍ୟବସ୍ଥା ଉପରେ ବିଶେଷ ଭାବରେ ଆଲୋଚନା କରାଯାଇଛି। ଚଳିତ ରଥଯାତ୍ରାରେ ମୁତୟନ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବ। ସେହିପରି ଦାୟିତ୍ୱରେ ଅତିରିକ୍ତ ଡିଜି ପାହ୍ୟା ୪ ଅଧିକାରୀ, ୬ଜଣ ଆଇଜି ଏବଂ ଡିଆଇଜି ପାହ୍ୟା ଅଧିକାରୀ , କମାଣ୍ଡାଣ୍ଟ ବା ଏସ୍‌ପି ପାହ୍ୟାର ୧୯ ଜଣ ଅଧିକାରୀ, ଅତିରିକ୍ତ ଏସପି ବା ଡେପୁଟି କମଣ୍ଡାଣ୍ଟ ପାହ୍ୟାର ୩୩ଜଣ ଅଧିକାରୀ, ଆସିଷ୍ଟାଣ୍ଟ କମାଣ୍ଡର ବା ଡିଏସ୍‌ପି ପାହ୍ୟାର ୭୫ ଜଣ, ଇନ୍ସପେକ୍ଟର ୧୩୦ଜଣ, ୬୭୫ ଜଣ ଏଏସ୍‌ଆଇ ଓ ଏସ୍‌ଆଇ ପାହ୍ୟାର ଅଧିକାରୀ ସୁରକ୍ଷା ଦାୟିତ୍ୱରେ ମୁତୟନ ରହିବେ। କୋଷ୍ଟଗାର୍ଡ ନିୟୋଜିତ ପାଇଁ ଲେଖାଯାଇଛି। ସେହିପରି ଡ୍ରୋନ ସାହାଯ୍ୟରେ ପାର୍କିଂ ସ୍ଥାନର ଅନୁଧ୍ୟାନ କରାଯିବ। ସୋସିଆଲ ମିଡିଆ ହ୍ୟାଣ୍ଡଲରେ ଲୋକଙ୍କୁ ପାର୍କିଂ ଅଞ୍ଚଳର ସ୍ଥିତି ବିଷୟରେ ଲାଇଭ୍‌ ସୂଚନା ଦିଆଯିବ। ଆବଶ୍ୟକ ପଡିଲେ ଅଧିକ ପୋଲିସ ଫୋର୍ସ ନିୟୋଜିତ କରାଯିବ ବୋଲି ପୋଲିସ ମହାନିର୍ଦ୍ଦେଶକ ଷଡ଼ଙ୍ଗୀ ସୂଚନା ଦେଇ କହିଛନ୍ତି। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ପୁରୀ ଏସ୍‌ପିଙ୍କ ସମେତ ରାଜ୍ୟର ବରିଷ୍ଠ ପୋଲିସ ଅଧିକାରୀ ମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବେଲଗୁଣ୍ଠା ଏନ୍‌ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…

ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ଏସିଡ ଆକ୍ରମଣ ବିରୋଧରେ ସଚେତନତା ସଭା ଓ ପଥପ୍ରାନ୍ତ ନାଟକ, ଛାତ୍ରୀଛାତ୍ର ସମ୍ୱର୍ଦ୍ଧିତ

ଥୁଆମୂଳ ରାମପୁର, ୨୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତାଲୁକ ଆଇନ ସେବା ସମିତି (T.L.S.C.) ଆନୁକୂଲ୍ୟରେ ମଙ୍ଗଳବାର କୋର୍ଟ ସାମ୍ନା ମଣ୍ଡପଠାରେ ଏସିଡ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…

୭୨ତମ ବନ୍ୟପ୍ରାଣୀ ସପ୍ତାହ ପୂର୍ବରୁ ଭଞ୍ଜନଗରରେ ଆଲୋଚନାଚକ୍ର: ବନ୍ୟପ୍ରାଣୀ ସୁରକ୍ଷା ପାଇଁ ସାମୂହିକ ସହଭାଗିତା ଉପରେ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ୭୨ତମ ବନ୍ୟପ୍ରାଣୀ ସପ୍ତାହ ପାଳନ ପୂର୍ବରୁ ମଙ୍ଗଳବାର ଭଞ୍ଜନଗର ଲାଲସିଂ ନର୍ସରୀଠାରେ ଘୁମୁସର ଉତ୍ତର ଓ ଦକ୍ଷିଣ ବନଖଣ୍ଡ ପକ୍ଷରୁ ବନ୍ୟପ୍ରାଣୀ ସୁରକ୍ଷା ଉପରେ…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?