Posted inଜାତୀୟ

ବିମାନରେ ଅସଦାଚରଣ ସହ୍ୟ କରାଯିବ ନାହିଁ: ଆଡଭାଇଜରୀ ଜାରି କଲା ଡିଜିସିଏ

ନୂଆଦିଲ୍ଲୀ,୬।୧: ନିକଟରେ ଏୟାର ଇଣ୍ଡିଆ ବିମାନରେ ଜଣେ ଯାତ୍ରୀ ନିଜ ସହ-ଯାତ୍ରୀଙ୍କ ଉପରେ ପରିସ୍ରା କରିଥିବା ଘଟଣା ସାମ୍ନାକୁ ଆସିବା ଚର୍ଚ୍ଚାର ବିଷୟ ପାଲଟିଥିଲା। ଏହାକୁ ସବୁ ମାହୋଲରେ ନିନ୍ଦା କରାଯାଇଛି। ଏଭଳି ଘଟଣା ପରେ ବର୍ତ୍ତମାନ ଦେଶର ଡାଇରେକ୍ଟୋରେଟ ଜେନେରାଲ ଅଫ୍‌ ସିଭିଲ ଆଭିଏସନ (ଡିଜିସିଏ) ଅସଦାଚରଣ କରୁଥିବା ଯାତ୍ରୀମାନଙ୍କ ସହ ମୁକାବିଲା କରିବା ପାଇଁ ଏୟାରଲାଇନ୍ସ ପକ୍ଷରୁ ଏକ ଆଡଭାଇଜାରୀ ଜାରି କରାଯାଇଛି। ନିର୍ଦ୍ଧାରିତ ବିମାନ ସେବାଗୁଡିକର ମୁଖ୍ୟଙ୍କୁ ପଠାଯାଇଥିବା ନିର୍ଦ୍ଦେଶାବଳୀରେ କୁହାଯାଇଛି ଯେ, ଆବଶ୍ୟକ ସମୟରେ ପରିସ୍ଥିତିକୁ ଏଡାଇବା ପାଇଁ ଉପକରଣଗୁଡ଼ିକର ବ୍ୟବହାର କରିବା ଉଚିତ୍‌। ବିମାନରେ ଯାତ୍ରୀଙ୍କ ସୁରକ୍ଷା ଦାୟିତ୍ୱ ପାଇଲଟ୍‌-ଇନ୍‌ କମାଣ୍ଡଙ୍କ ଉପରେ ରହିଛି। ସେହିପରି ବିମାନରେ ଶାନ୍ତି ବଜାୟ ରଖିବା ଏବଂ ସମସ୍ତ ଯାତ୍ରୀଙ୍କ ଯତ୍ନ ନେବା ମଧ୍ୟ କ୍ୟାବିନ୍‌ କ୍ର୍ୟୁ ସଦସ୍ୟଙ୍କ ଦାୟିତ୍ୱ। ଯଦି କୌଣସି ଅଘଟଣ ଘଟେ ତେବେ କାର୍ଯ୍ୟନୁଷ୍ଠାନ ଗ୍ରହଣ ପାଇଁ ସେମାନଙ୍କୁ ଅନୁମତି ଦିଆଯିବ। ଏଥିସହ ଡିଜିସିଏ ଆହୁରି ଅନେକ କଥା ଗାଇଡଲାଇନ୍ସରେ ସାମିଲ କରିଛି। ନିକଟରେ ଘଟିଥିବା ସାମ୍ପ୍ରତିକ ମାମଲାଗୁଡ଼ିକ ବିମାନ ଯାତ୍ରା କରାଉଥିବା ଏୟାରଲାଇନ୍ସର ଭାବମୂର୍ତ୍ତିକୁ କ୍ଷୁର୍ଣ୍ଣ କରିଛି। ବିମାନରେ ଘଟିଥିବା ଅସଦାଚରଣକୁ ରୋକିବାରେ ପୋଷ୍ଟ ହୋଲ୍ଡର୍ସ, ପାଇଲଟ ଓ କ୍ୟାବିନ କ୍ର୍ୟୁ ମେମ୍ବର ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ନେବାରେ ବିଫଳ ହୋଇଛନ୍ତି ବୋଲି ଡିଜିସିଏ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri