Posted inଜାତୀୟ

ଉଡାଣ ପୂର୍ବରୁ ଏୟାରହୋଷ୍ଟେସ୍‌-ପାଇଲଟଙ୍କ ହେବ ଆଲ୍‌କୋହଲ ଟେଷ୍ଟ

ନୂଆଦିଲ୍ଲୀ,୩୦।୩: କରୋନା ମହାମାରୀ ଯୋଗୁ ପ୍ରାୟ ଦୁଇ ବର୍ଷ ଯାଏଁ ଅନ୍ତର୍ଜାତୀୟ ବିମାନ ଚଳାଚଳ ବନ୍ଦ ରହିଥିଲା। ତେବେ ୨ବର୍ଷ ପରେ ପୁଣି ଥରେ ଚଳିତ ସପ୍ତାହରେ ଭାରତରେ ଅନ୍ତର୍ଜାତୀୟ ବିମାନ ଚଳାଚଳ ଆରମ୍ଭ କରିଛି। ଏହାପୂର୍ବରୁ ନିୟମିତ ବିଦେଶୀ ବିମାନ ଉଡାଣ ଉପରେ ପ୍ରତିବନ୍ଧକ ଲଗାଯିବା ସହ ଏକ ବବଲ ବ୍ୟବସ୍ଥାରେ କେବଳ କିଛି ଦେଶ ସହିତ ସୀମିତ ବିମାନ ଚଳାଚଳ କରୁଥିଲା। ଇତିମଧ୍ୟରେ ବିମାନ ଚଳାଚଳ ନିୟନ୍ତ୍ରକ(ଡିଜିସିଏ) କ୍ୟାବିନ କ୍ର୍ୟୁ ସହ ଜଡିତ କିଛି ନିୟମରେ ପରିବର୍ତ୍ତନ କରିଛି। ନୂତନ ନିୟମ ଅନୁଯାୟୀ, ବର୍ତ୍ତମାନ ପାଇଲଟ ଏବଂ କ୍ୟାବିନ କ୍ର୍ୟୁର ଅନ୍ୟ ସଦସ୍ୟମାନଙ୍କର ପ୍ରତିଦିନ ଆଲକୋହଲ ଟେଷ୍ଟ କରାଯିବ। ଡିଜିସିଏ ଅନ୍ତର୍ଜାତୀୟ ଉଡାଣ ସହିତ ଯାତ୍ରୀଙ୍କ ସଂଖ୍ୟା ବୃଦ୍ଧି ଓ ମହାମାରୀ ସହ ଜଡ଼ିତ ପରିସ୍ଥିତିରେ ସୁଧାର ଆସିବା ପରେ ବ୍ରେଥ୍‌ ଏନାଲାଇଜର ଗାଇଡ୍‌ଲାଇନ୍ସରେ ସଂଶୋଧନ କରାଯାଇଛି। ମଙ୍ଗଳବାର କରାଯାଇଥିବା ଏହି ପରିବର୍ତ୍ତନରେ ସମସ୍ତ ବିମାନ କମ୍ପାନୀକୁ ସେମାନଙ୍କର ପାଇଲଟ ଏବଂ କ୍ୟାବିନ କ୍ର୍ୟୁ ସଦସ୍ୟଙ୍କ ପ୍ରତ୍ୟେକ ଦିନ ମଦ୍ୟପାନ ପରୀକ୍ଷା କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହି ପରୀକ୍ଷଣ ଦ୍ୱାରା ଜଣାପଡ଼ିବ ଯେ, କୌଣସି ପାଇଲଟ କିମ୍ବା କ୍ୟାବିନ କ୍ର୍ୟୁ ସଦସ୍ୟ ମଦ୍ୟପାନ କରିଛନ୍ତି କି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ବିପକ୍ଷରେ ନୂଆ ରୂପରେ ନଜର ଆସିବେ କିୱି ଖେଳାଳି

ନୂଆଦିଲ୍ଲୀ,୧୧।୧୦: ଭାରତ ବିପକ୍ଷ ODI ସିରିଜ ସମୟରେ ନ୍ୟୁଜିଲ୍ୟାଣ୍ଡ ଦଳ ଏକ ସ୍ବତନ୍ତ୍ର ଜର୍ସି ପିନ୍ଧିବ। ନ୍ୟୁଜିଲ୍ୟାଣ୍ଡ ନିକଟରେ ଏହି ODI ସିରିଜ ପାଇଁ ନିଜ ଦଳ…

ଆସିଲା କଡ଼ା ନିୟମ: ସୋସିଆଲ ମିଡିଆକୁ ମନଇଚ୍ଛା କରିପାରିବେନି ବ୍ୟବହାର, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୧୧ା୧୦: ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ ଆଣିଛି ନ୍ୟାଶନାଲ ମେଡିକାଲ କମିଶନ(NMC)। ଏନ୍‌ଏମ୍‌ସି ଦ୍ୱାରା ଜାରି ହୋଇଥିବା କଡ଼ା ନିୟମ ଅନୁଯାୟୀ, ଦେଶର ଡାକ୍ତର…

କିଏ ସେହି ଖେଳାଳି ଯାହାଙ୍କୁ ନେଇ ବୀରେନ୍ଦ୍ର ସେହୱାଗ କହିଲେ ଏତେ ବଡ଼ କଥା; ସବୁଠି ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୧୧।୧୦: ଭାରତୀୟ କ୍ରିକେଟରେ ଏପରି କେତେଜଣ ବ୍ୟାଟର ଅଛନ୍ତି ଯେଉଁମାନେ ପଡ଼ିଆରେ ପାଦ ଦେବା ମାତ୍ରେ ବୋଲରଙ୍କୁ ଚ୍ୟାଲେଞ୍ଜ ଦେବା ଆରମ୍ଭ କରନ୍ତି। ନିଜର ସମ୍ପୂର୍ଣ୍ଣ କ୍ୟାରିୟର…

‘ନା ବାରିକେଡ ଲଗାଇପାରିବେ, ନା ଇଣ୍ଟରନେଟ ବନ୍ଦ କରିପାରିବେ’: CJP ବିକ୍ଷୋଭ ମାମଲାରେ ଦିଲ୍ଲୀ ପୋଲିସକୁ ସୁପ୍ରିମକୋର୍ଟଙ୍କ କଡ଼ା ତାଗିଦ

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟରେ ଆଜି CJP ବିକ୍ଷୋଭ (ପ୍ରୋଟେଷ୍ଟ) ସମ୍ପର୍କିତ ଆବେଦନଗୁଡ଼ିକର ଶୁଣାଣି ହୋଇଛି, ଯେଉଁଥିରେ ବିକ୍ଷୋଭ କାରଣରୁ ମେଟ୍ରୋ ଏବଂ ଟ୍ରେନ ସେବା ବନ୍ଦ ରଖିବା ନିର୍ଦ୍ଦେଶକୁ…

‘ମୋତେ ଗିରଫ ନୁହେଁ ଅପହରଣ କରାଯାଇଥିଲା…’ ମୁକୁଳିବା ପରେ ପାର୍ସପୋର୍ଟ ଦେଖାଇ ବଡ଼ କଥା କହିଲେ…

ନୂଆଦିଲ୍ଲୀ: ‘କକ୍ରୋଚ୍ ଜନତା ପାର୍ଟି’ (CJP) ର ବିରୋଧ ପ୍ରଦର୍ଶନରେ ଯୋଗଦେବାକୁ ଆସିଥିବା ୟୁଟ୍ୟୁବର୍ ଧ୍ରୁବ ରାଠୀଙ୍କୁ ପୋଲିସ ହାଜତରୁ ଛାଡ଼ିଦିଆଯାଇଛି। ଗତକାଲି ବିଳମ୍ବିତ ରାତିରେ ପୋଲିସ…

ଗାଧୋଇବାକୁ ଯାଇ ଘାଇରେ ବୁଡ଼ିଗଲେ ଯୁବକ, ଦୀର୍ଘ ୮ ଘଣ୍ଟାର କସରତ ପରେ…

ମୋହନା,୧୧ା୧୦(ମନ୍ମଥ ମିଶ୍ର): ଗାଧୋଇବାକୁ ଯାଇ ଘାଇରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର ଉଦୟଗିରି ଥାନା ଅନ୍ତର୍ଗତ…

ବଡ଼ ସର୍ତ୍ତ ସହ ଅଭିଜିତ ଦୀପକେ, ସୌରଭ ଦାସ,ଆଶୁତୋଷ ରଙ୍କାଙ୍କୁ ମୁକ୍ତ କରାଯାଇଛି, ଜାଣନ୍ତୁ ଏହା କ’ଣ

ନୂଆଦିଲ୍ଲୀ,୧୧।୧୦: ‘କକରୋଚ ଜନତା ପାର୍ଟି’ (CJP)ର ନେତା ଅଭିଜିତ ଦୀପକେ, ସୌରଭ ଦାସ ଏବଂ ଆଶୁତୋଷ ରଙ୍କାଙ୍କୁ ମୁକ୍ତ କରାଯାଇଛି। ତେବେ, ସେମାନଙ୍କ ମୁକ୍ତି ଏକ ସର୍ତ୍ତ…

ଆଜି ଅତାବିରା ଆସୁଛନ୍ତି ରାଜ୍ୟପାଳ: ଶିକ୍ଷା ଓ ସାଂସ୍କୃତିକ କ୍ଷେତ୍ରରେ ନୂଆ ଅଧ୍ୟାୟର କରିବେ ଶୁଭାରମ୍ଭ

ଅତାବିରା,୧୧ା୧୦(ଯୁଧିଷ୍ଠିର ମହାପାତ୍ର): ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପାଟି ରବିବାର ବରଗଡ଼ ଜିଲାର ଅତାବିରା ଗସ୍ତରେ ଆସୁଥିବାରୁ ଅଞ୍ଚଳରେ ଉତ୍ସାହର ପରିବେଶ ସୃଷ୍ଟି ହୋଇଛି। ରାଜ୍ୟପାଳଙ୍କ ଗସ୍ତକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?