ଏୟାର ଇଣ୍ଡିଆ ଉପରେ ଲାଗିଲା ୧୦ ଲକ୍ଷର ଜରିମାନା

ନୂଆଦିଲ୍ଲୀ,୧୪।୬: ଏୟାର ଇଣ୍ଡିଆ ଉପରେ ଲାଗୁ ହୋଇଛି ୧୦ ଲକ୍ଷ ଟଙ୍କାର ଜରିମାନା। ବୈଧ ଟିକେଟ ଥିବା ସତ୍ତ୍ୱେ ଯାତ୍ରୀଙ୍କୁ ବୋର୍ଡିଂକୁ ବାରଣ କରିବା ଏବଂ ସେମାନଙ୍କୁ ବାଧ୍ୟତାମୂଳକ କ୍ଷତିପୂରଣ ପ୍ରଦାନ ନ କରିବାରୁ ବିମାନ ଚଳାଚଳ ନିୟନ୍ତ୍ରକ ଡିଜିସିଏ ଏୟାର ଇଣ୍ଡିଆ ଉପରେ ଜରିମାନା ଲଗାଇଛି।

ଡିଜିସିଏର ଡାଇରେକ୍ଟର ଜେନେରାଲ୍‌ ଏକ ବିବୃତ୍ତିରେ କହିଛନ୍ତିି, ସଂସ୍ଥା ପକ୍ଷରୁ ଏକାଧିକ ଚେକିଂ କରାଯାଇଥିଲା। ବେଙ୍ଗାଲୁରୁ, ହାଇଦ୍ରାବାଦ ଓ ଦିଲ୍ଲୀରେ ଚାଲିଥିବା ନୀରିକ୍ଷଣ ବେଳେ ଏୟାର ଇଣ୍ଡିଆ ଅନେକ ଥର ଯାତ୍ରୀମାନଙ୍କୁ ବାଧ୍ୟତାମୂଳକ କ୍ଷତିପୂରଣ ନିୟମକୁ ପାଳନ କରୁ ନଥିବା ଜଣାପଡ଼ିଥିଲା। ଏ ସମ୍ପର୍କରେ ବିମାନ ସେବା ପ୍ରଦାନକାରୀ ସଂସ୍ଥାକୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଥିଲା ଓ ବ୍ୟକ୍ତିଗତ ଶୁଣାଣି ମଧ୍ୟ କରାଯାଇଥିଲା।

ଜବାବରେ ଏଭଳି କୌଣସି ନୀତି ନାହିଁ । ତେଣୁ ଯାତ୍ରୀମାନଙ୍କୁ ସଂସ୍ଥା କ୍ଷତିପୂରଣ ଦେଇ ନ ଥିବା ଏୟାର ଇଣ୍ଡିଆ କହିଥିଲା। ଏହା ଶୁଣି ଡିଜିସିଏ କ୍ଷୁବ୍ଧ ହୋଇଛି। ଡିଜିସିଏ କହିଛି ଯେ ଏପରି କଥା କହିବା ଅତ୍ୟନ୍ତ ଚିନ୍ତାର ବିଷୟ ଓ ଅଗ୍ରହଣୀୟ। ଏଥିପାଇଁ ସଂସ୍ଥା ଉପରେ ୧୦ ଲକ୍ଷ ଟଙ୍କାର ଜରିମାନା ଲାଗୁ କରାଯାଇଛି। ଏଥିସହ ସଂସ୍ଥା ତୁରନ୍ତ ସମସ୍ୟାର ସମାଧାନ କରିବାକୁ ସ୍ବତନ୍ତ୍ର ବ୍ୟବସ୍ଥାକୁ କାର୍ଯ୍ୟକାରୀ କରୁ। ଯଦି ଏଥିରେ ତ୍ରୁଟି ହୁଏ, ତା’ହେଲେ ଆଗକୁ ଆହୁରି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଡିଜିସିଏ ଚେତାବନୀ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

ଭାଜପା ଏମପିଙ୍କୁ ବଡ଼ ପରାମର୍ଶ ଦେଲେ ମୋଦି, ବର୍ତ୍ତମାନ ଉପରେ ଫୋକସ୍…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିବା ଭାରତୀୟ ଜନତା ପାର୍ଟି (ଭାଜପା)ର ୩୭ ଜଣ ନୂଆ ଏମପିଙ୍କ ବୈଠକ କରିଥିଲେ । ଏହି…

ଘର କବାଟ ଖୋଲୁଖୋଲୁ ଚୋଟ ମାରିଲା ବିଷଧର ସାପ, ଟଳିପଡ଼ିଲେ ବୃଦ୍ଧା

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରାପଦର ପଞ୍ଚାୟତ ଭୁଡୁକି ଗ୍ରାମର ଏ.ବାଉରୀ ପାତ୍ରଙ୍କ ସ୍ତ୍ରୀ ଏ.ସାଇଆମ୍ମା ପାତ୍ର(୭୦) ନାମ୍ନୀ ବୃଦ୍ଧା ବୁଧବାର ଅପରାହ୍ନରେ…

ତାତିଲେ ଚାଷୀ, ୧୦ରେ ଜେଲଭରୋ ଆନ୍ଦୋଳନ: ଚାଷ, ଚାଷୀ ସମସ୍ୟା ଅସମାହିତ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। କିନ୍ତୁ ଏଠାରେ ଚାଷ ଓ…

ତାବରସାହି ଜଙ୍ଗଲରୁ ୨୫ ଲକ୍ଷର ଗଞ୍ଜେଇ ଜବତ, ଗୋଡ଼ାଇ ଗୋଡ଼ାଇ ବାନ୍ଧିଲା ପୋଲିସ

ମୋହନା,୫ା୮(ମନ୍ମଥ ମିଶ୍ର): ଗଜପତି ଜିଲା ରା.ଉଦୟଗିରି ଥାନା ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲାର ପର୍ଦ୍ଦାଫାଶ କରିଛି । ୨୫୧ କିଲୋଗ୍ରାମ ୨୦୦ ଗ୍ରାମ…

ବନ୍ୟା କ୍ଷୟକ୍ଷତି ଆକଳନ କଲେ ମନ୍ତ୍ରୀ, ପ୍ରଭାବିତ ଅଞ୍ଚଳରେ ହେବ…

କେନ୍ଦୁଝର,୫ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପଞ୍ଚାୟତିରାଜ ଓ ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାଏକ ବୁଧବାର କେନ୍ଦୁଝର ସର୍କିଟ ହାଉସ୍‌ଠାରେ ବନ୍ୟା ଦ୍ୱାରା ହୋଇଥିବା…

ବ୍ଲକଗ୍ରାଣ୍ଟ ଶିକ୍ଷକଙ୍କ ଧାରଣା

କୃଷ୍ଣପ୍ରସାଦ, ୫।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି ବିଭିନ୍ନ ଦାବି ନେଇ ବ୍ଲକଗ୍ରାଣ୍ଟ ଶିକ୍ଷକମାନେ ରାଜରାସ୍ତାକୁ ଓହ୍ଲାଇ ଆସୁଛନ୍ତି। ପୂର୍ବରୁ ବିଧାନସଭା ସମ୍ମୁଖରେ ଶିକ୍ଷୟିତ୍ରୀମାନେ ମାଣବସା ଗୁରୁବାର…

୨୬ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ RTOର ୨ କର୍ମଚାରୀ, ବାନ୍ଧିଲା ଭିଜିଲାନ୍ସ

ରାଉରକେଲା,୫ା୮(ସଙ୍ଗୀତା ଜେନା) : ଭିଜିଲାନ୍ସ ଜାଲରେ ରାଉରକେଲା RTOର ୨ କର୍ମଚାରୀ । ବ୍ୟାଙ୍କ ଦ୍ୱାରା ନିଲାମ ହୋଇଥିବା ଦୁଇଟି ଟ୍ରକ୍‌ର ନୂତନ ପଞ୍ଜୀକରଣ ପ୍ରମାଣପତ୍ର (ଏଫ୍‌ଆର୍‌ସି)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri