କାଠଯୋଡ଼ିରେ ତ୍ରିଶୂଳିଆଠାରେ ହେବ ଦ୍ୱିତୀୟ ସେତୁ: ମନ୍ତ୍ରୀ

ଭୁବନେଶ୍ବର,୧୯।୩(ବ୍ୟୁରୋ): ନିର୍ମାଣ ବିଭାଗ ଜରିଆରେ ରାସ୍ତାର ଉନ୍ନତି, ସେତୁ ନିର୍ମାଣ, କୋଠା ନିର୍ମାଣ, ରାଜ୍ୟରେ ଜାତୀୟ ରାଜପଥର ଉନ୍ନତି ତଥା ରକ୍ଷଣାବେକ୍ଷଣ ଇତ୍ୟାଦିର ବିକାଶ ଲାଗି ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ ବୋଲ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ କହିଛନ୍ତି ା ଗୀତଗୋବିନ୍ଦ ସଦନଠାରେ ଶନିବାର ଆୟୋଜିତ ବଜେଟ ୨୦୨୩-୨୪ ସମ୍ପର୍କିତ ଖବରଦାତା ସମ୍ମିଳନୀରେ ମନ୍ତ୍ରୀ ମଲିକ କହିଛନ୍ତି, ରାଜ୍ୟରେ ୨୦୨୩-୨୪ ଆର୍ଥିକ ବର୍ଷରେ ସଡ଼କ ବିକାଶ କାର୍ଯ୍ୟକ୍ରମ ଅଧୀନରେ ୩୦୦୦ କିଲୋମିଟର ସଡ଼କ, ୯ ଗୋଟି ମୁଖ୍ୟ ସେତୁର ଉନ୍ନତୀକରଣ ପାଇଁ ୪୬୦୦ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି। ଏହା ଗତ ଆର୍ଥିକ ବର୍ଷରେ ୧୮୯୦ କୋଟି ଟଙ୍କା ଥିଲା ା ଏଥିମଧ୍ୟରେ ଅନ୍ତର୍ଭୁକ୍ତ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପଗୁଡିକ ହେଉଛି ୬ ଲେନ୍‌ ବିଶିଷ୍ଟ କଟକ ରିଙ୍ଗ୍‌ ରୋଡ୍‌, ତାଳଦଣ୍ଡା କେନାଲର ଉନ୍ନତୀକରଣ, ୪ ଲେନ୍‌ ବିଶିଷ୍ଟ କଟକ-ପାରାଦୀପ ରାସ୍ତା, ୪ ଲେନ୍‌ ବିଶିଷ୍ଟ କପିଳପ୍ରସାଦ-ଜଟଣୀ ରାସ୍ତା, ପାରଳାଖେମୁଣ୍ଡି ସହିତ ନୂତନ ୪ ଲେନ୍‌ ବିଶିଷ୍ଟ ସଂଯୋଗ ରାସ୍ତା ଏବଂ ବ୍ରହ୍ମପୁର, ବଲାଙ୍ଗୀର, ସମ୍ବଲପୁର ସହ ଅନ୍ୟାନ୍ୟ ସ୍ଥାନରେ ବାଇପାସ୍‌ ନିର୍ମାଣ ା ଏତଦ୍‌ବ୍ୟତୀତ ତ୍ରିଶୂଳିଆଠାରେ କାଠଯୋଡ଼ି ନଦୀ ଉପରେ ଦ୍ୱିତୀୟ ନୂତନ ସେତୁ, ବୈତରଣୀ ନଦୀ ଉପରେ ଚାନ୍ଦବାଲି ଓ ଆନନ୍ଦପୁରଠାରେ ସେତୁ, ଆଳିଠାରେ ବ୍ରାହ୍ମଣୀ ନଦୀ ଉପରେ ସେତୁ ଏବଂ ଦୟା ପଶ୍ଚିମ କେନାଲରେ ୬ ଲେନ୍‌ ବିଶିଷ୍ଟ ରାସ୍ତା ନିର୍ମାଣ କରାଯିବ ା ଗତ ୨ ଦଶନ୍ଧି ମଧ୍ୟରେ ନିର୍ମାଣ ବିଭାଗ ଦ୍ୱାରା ପରିଚାଳିତ ସମୁଦାୟ ସଡ଼କ ଦୈର୍ଘ୍ୟ ୧୬,୦୪୧ କି.ମି.ରୁ ୩୧,୩୧୭ କି.ମି. ହୋଇପାରିଛି ା ରାଜ୍ୟରେ ଆବଶ୍ୟକ ଭିତ୍ତିଭୂମି ଯୋଗାଇବା ପାଇଁ ନିର୍ମାଣ ବିଭାଗ ନିଜ ବିଭାଗ ସହିତ ଅନ୍ୟ ବିଭାଗର କୋଠାବାଡ଼ି ନିର୍ମାଣ ଏବଂ ରକ୍ଷଣାବେକ୍ଷଣ ମଧ୍ୟ କରିଥାଏ ା ବିଜୁ ଏକ୍ସପ୍ରେସ୍‌ ୱେ ୨ ଅଧୀନରେ ୧୦୦ କୋଟି ଟଙ୍କା ବ୍ୟୟବରାଦ କରାଯାଇ ବ୍ରହ୍ମପୁରଠାରୁ ଜୟପୁର ପର୍ଯ୍ୟନ୍ତ ୩୩୫ କି.ମି. ଦୈର୍ଘ୍ୟ ରାସ୍ତାକୁ ୪ ଲେନ୍‌ ବିଶିଷ୍ଟ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଗେଟ୍‌ରେ ତାଲା, ବାହାରେ ଘଣ୍ଟା ଘଣ୍ଟା ଅପେକ୍ଷା କଲେ ଛାତ୍ରୀଛାତ୍ର: ଧ୍ୟକ୍ଷଙ୍କ ନିରବତାକୁ ନେଇ ଅସନ୍ତୋଷ

ମୋହନା, ୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ୍‌ରେ ଥିବା ଏକମାତ୍ର ଶିଳ୍ପ ତାଲିମ କେନ୍ଦ୍ରରେ ଛାତ୍ରଛାତ୍ରୀଙ୍କୁ ଗେଟ୍‌ ବାହାରେ ଅପେକ୍ଷା କରିବାକୁ ପଡ଼ୁଥିବା ଘଟଣାକୁ ନେଇ…

SIRକୁ ନେଇ ରାଜନୈତିକ ହଟଚମଟ ମଧ୍ୟରେ ଭାଜପାର ବଡ଼ ବିଜୟ, ବିରୋଧୀଙ୍କୁ ଲାଗିଲା ଝଟ୍‌କା

ଗାନ୍ଧୀନଗର,୧୩।୧୦: ଗୁଜରାଟରେ ସ୍ଥାନୀୟ ନିକାୟ ନିର୍ବାଚନର ଭୋଟ ଗଣତି ଶେଷ ହେବା ପରେ ଗାନ୍ଧୀନଗର ମ୍ୟୁନିସିପାଲ କର୍ପୋରେସନ, ଓଖା ଓ ଥାରାରେ ଭାଜପା ଚମତ୍କାର ବିଜୟ ହାସଲ…

ଆଇପିଏଲ୍‌ ୨୦୨୭ରେ ଖେଳିବେ କି ଧୋନି? ବଡ଼ ଖୁଲାସା କଲେ….

ନୂଆଦିଲ୍ଲୀ,୧୩।୧୦: ଆଇପିଏଲ୍‌ର ସଫଳତମ ଫ୍ରାଞ୍ଚାଇଜି ମଧ୍ୟରୁ ଅନ୍ୟତମ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନିଙ୍କ ଭବିଷ୍ୟତକୁ ନେଇ ପୁଣି ଚର୍ଚ୍ଚା ଜୋର…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବିଜେଡିର କାର୍ଯ୍ୟାନୁଷ୍ଠାନ: ୩ ଜଣ ନିଲମ୍ବିତ

ଭୁବନେଶ୍ୱର,୧୩।୧୦: ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଦଳବିରୋଧୀ କାର୍ଯ୍ୟ ଅଭିଯୋଗରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ୩ ଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଦଳ…

ନାମ ଫଳକରେ ନ ଥିଲା ନାଁ, ମୁହାଁମୁହିଁ ହେଲେ ମେୟର-ବିଡିଏ ଭିସି

ଭୁବନେଶ୍ବର,୧୩।୧୦: ନାମ ଫଳକରେ ନାଁ ନ ଥିବା ନେଇ ମେୟର ସୁଲୋଚନା ଦାସ ଏବଂ ବିଡିଏ ଭିସି ଚଞ୍ଚଳ ରାଣା ମୁହାଁମୁହିଁ ହୋଇଛନ୍ତି। ଘାଟିକିଆ ବଜରଙ୍ଗୀ ଖେଳ…

ବେଆଇନ ଇଟାଭାଟି ଉଚ୍ଛେଦ ଆରମ୍ଭ: ଶ୍ରମିକଙ୍କ ଥଇଥାନକୁ ନେଇ ଉଠିଲା ପ୍ରଶ୍ନ

ନୀଳଗିରି, ୧୩।୧୦(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅନ୍ତର୍ଗତ କୁଳଡ଼ିହା ଅଭୟାରଣ୍ୟର ଇକୋ ସେନ୍ସିଟିଭ ଜୋନ୍‌ରେ ଥିବା ୧୩ଟି ବେଆଇନ ଇଟାଭାଟି ଉଚ୍ଛେଦ ପ୍ରକ୍ରିୟା…

ନଣଦେଇଙ୍କୁ ଭଲ ପାଉଥିଲେ ସ୍ତ୍ରୀ, ସ୍ବାମୀ ଜାଣିଲା ପରେ ଯାହା ଘଟିଲା, ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଗାଜିଆବାଦ,୧୩।୧୦: ଉତ୍ତରପ୍ରଦେଶର ଗାଜିଆବାଦ ଜିଲାରେ ସ୍ବାମୀଙ୍କୁ ହତ୍ୟା କରିବା ପାଇଁ ଷଡ଼ଯନ୍ତ୍ର ରଚିଥିବା ଅଭିଯୋଗରେ ପୋଲିସ ମୃତକଙ୍କ ସ୍ତ୍ରୀ ଓ ତାଙ୍କ ପ୍ରେମିକଙ୍କୁ ଗିରଫ କରିଛି। ଖୋଡ଼ା…

ଶନି-ମଙ୍ଗଳଙ୍କ ନବପଞ୍ଚମ ରାଜଯୋଗ: ୩ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ହୁ ହୁ ହୋଇ ବଢିବ ଧନ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୨୦୨୬ ଅକ୍ଟୋବର ୧୬, ଶୁକ୍ରବାର ଦିନ ମଙ୍ଗଳ ଓ ଶନି ଗ୍ରହଙ୍କ ମଧ୍ୟରେ ନବପଞ୍ଚମ ରାଜଯୋଗ ସୃଷ୍ଟି ହେବ। ଅପରାହ୍ଣ ୧ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?