ବେଦାନ୍ତର ଅସୁରକ୍ଷିତ ଓସ୍ତପାଳ ଖଣି: ଡିଜିଏମ୍‌ଏସ୍‌ର ତଦନ୍ତ ଆରମ୍ଭ

ଯାଜପୁର ଅଫିସ, ୧୮ା୬: ଯାଜପୁର ଜିଲା ସୁକିନ୍ଦା ଅଞ୍ଚଳରେ ବେଦାନ୍ତ କମ୍ପାନୀ ଦ୍ୱାରା ଗତ ପ୍ରାୟ ୬ ମାସ ହେବ କାର୍ଯ୍ୟକାରୀ ହେଉଥିବା ଓସ୍ତପାଳ କ୍ରୋମାଇଟ୍‌ ଖଣିର ସୁରକ୍ଷା ବ୍ୟବସ୍ଥାକୁ ନେଇ ତଦନ୍ତ ଆରମ୍ଭ ହୋଇଛି। ଭାରତ ସରକାରଙ୍କ ଡାଇରେକ୍ଟର ଜେନେରାଲ ଅଫ୍‌ ମାଇନ୍ସ ସେଫ୍‌ଟି (ଡିଜିଏମ୍‌ଏସ୍‌)ର ଭୁବନେଶ୍ୱର କ୍ଷେତ୍ର ଡେପୁଟି ଡାଇରେକ୍ଟର ଇନୁମୁଲା ସତ୍ୟନାରାୟଣ ଏହି ତଦନ୍ତ କରୁଛନ୍ତି। ସେ ଗୁରୁବାର ଓ ଶୁକ୍ରବାର ଦୁଇଦିନ ଧରି ସେଠାରେ ରହି ତଦନ୍ତ କରି ଡିଜିଏମ୍‌ଏସ୍‌ କାର୍ଯ୍ୟାଳୟକୁ ରିପୋର୍ଟ ଦେବେ ବୋଲି ସୂଚନା ମିଳିଛି।
ଗୁରୁବାର ସେ ପ୍ରଥମେ ବେଦାନ୍ତର ଖଣି କାର୍ଯ୍ୟାଳୟରୁ କେତେକ କାଗଜପତ୍ର ଜବତ କରିବା ସହ ଖଣି ଭିତରକୁ ଯାଇ ବିଭିନ୍ନ କ୍ଷେତ୍ରକୁ ନିରୀକ୍ଷଣ କରିଥିଲେ। ଏହାବାଦ୍‌ ଖଣିର ଉତ୍ତର ଓ ଦକ୍ଷିଣ ଦିଗରେ ଥିବା ଦୁଇଟି ଡମ୍ପ ଅଞ୍ଚଳକୁ ଯାଇ ଖଣି କର୍ମଚାରୀଙ୍କ ସହଯୋଗରେ ମାପଚୁପ୍‌ କରିଥିଲେ। ତେବେ ଅଭିଯୋଗକାରୀ ସୁରେଶ କୁମାରଙ୍କୁ ଏହି ତଦନ୍ତ ପ୍ରକ୍ରିୟାରେ ସାମିଲ ହେବାକୁ ସୂଚନା ଦିଆଯାଇଥିଲେ ହେଁ ସେ କୌଣସି କାରଣବଶତଃ ଉପସ୍ଥିତ ରହି ପାରି ନ ଥିଲେ। ଅଭିଯୋଗକାରୀ ସୁରେଶ କୁମାର ବେଦାନ୍ତ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ଓସ୍ତପାଳ କ୍ରୋମାଇଟ୍‌ ଖଣି ଗୁରୁତର ଭାବେ ଅସୁରକ୍ଷିତ ହୋଇଥିବା ନେଇ କେନ୍ଦ୍ର ସରକାରଙ୍କ ୱେବ୍‌ପୋର୍ଟାଲ ସେଣ୍ଟ୍ରାଲାଇଜ୍‌ଡ ପବ୍ଲିକ ଗ୍ରିଭାନ୍ସ ରିଡ୍ରେସ ଆଣ୍ଡ ମନିଟରିଂ ସିଷ୍ଟମ ମାଧ୍ୟମରେ ଗତ ୯ା୪ା୨୦୨୧ ଏବଂ ୧୬ା୪ା୨୦୨୧ରେ ଅଭିଯୋଗ କରିିଥିଲେ। ଉକ୍ତ ଅଭିଯୋଗରେ ଖଣିଠାରୁ ଉତ୍ତର ଦିଗକୁ ଥିବା ଡମ୍ପର ଦୂରତା ମାତ୍ର ୨୦ ମିଟର ଏବଂ ଦକ୍ଷିଣକୁ ରହିଥିବା ଡମ୍ପର ଦୂରତା ୩୦ ମିଟର। ଏନେଇ ଧରିତ୍ରୀରେ ସବିଶେଷ ତଥ୍ୟଭିତ୍ତିକ ଖବର ଗତ ୧୫ା୬ା୨୦୨୧ରେ ପ୍ରକାଶ ପାଇଥିଲା। ଏହାପରେ ଡିଜିଏମ୍‌ଏସ୍‌ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି। ତେବେ ବେଦାନ୍ତ ପ୍ରରୋଚନାରେ ତଦନ୍ତ ଯେପରି ବାଟବଣା ନ ହେବ, ସେଥିପାଇଁ ଅଞ୍ଚଳବାସୀଙ୍କ ପକ୍ଷରୁ ତଦନ୍ତକାରୀ ଅଧିକାରୀଙ୍କୁ ତାଗିଦା କରାଯାଇଥିବା ସୂଚନା ମିଳିଛି। ଏ ସଂକ୍ରାନ୍ତରେ ଡିିଜିଏମ୍‌ଏସ୍‌ର ତଦନ୍ତ ଅଧିକାରୀ ସତ୍ୟନାରାୟଣଙ୍କୁ ପଚାରିବାରୁ ସେ କହିଛନ୍ତି, ସମସ୍ତ ଦିଗକୁ ନେଇ ଅନୁଧ୍ୟାନ କରାଯାଉଛି। ତଦନ୍ତ ଅନୁସାରେ ବାସ୍ତବ ରିପୋର୍ଟ ସେ ପଠାଇବେ। ଏ ପର୍ଯ୍ୟନ୍ତ ଆପଣ ତଦନ୍ତରେ କି ତଥ୍ୟ ପାଇଛନ୍ତି ବୋଲି ପ୍ରଶ୍ନ କରିବାରୁ ସେ ସଂକ୍ରାନ୍ତରେ କିଛି କହିପାରିବି ନାହିଁ ବୋଲି ସତ୍ୟନାରାୟଣ ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?