ବେଦାନ୍ତର ଅସୁରକ୍ଷିତ ଓସ୍ତପାଳ ଖଣି: ଡିଜିଏମ୍‌ଏସ୍‌ର ତଦନ୍ତ ଆରମ୍ଭ

ଯାଜପୁର ଅଫିସ, ୧୮ା୬: ଯାଜପୁର ଜିଲା ସୁକିନ୍ଦା ଅଞ୍ଚଳରେ ବେଦାନ୍ତ କମ୍ପାନୀ ଦ୍ୱାରା ଗତ ପ୍ରାୟ ୬ ମାସ ହେବ କାର୍ଯ୍ୟକାରୀ ହେଉଥିବା ଓସ୍ତପାଳ କ୍ରୋମାଇଟ୍‌ ଖଣିର ସୁରକ୍ଷା ବ୍ୟବସ୍ଥାକୁ ନେଇ ତଦନ୍ତ ଆରମ୍ଭ ହୋଇଛି। ଭାରତ ସରକାରଙ୍କ ଡାଇରେକ୍ଟର ଜେନେରାଲ ଅଫ୍‌ ମାଇନ୍ସ ସେଫ୍‌ଟି (ଡିଜିଏମ୍‌ଏସ୍‌)ର ଭୁବନେଶ୍ୱର କ୍ଷେତ୍ର ଡେପୁଟି ଡାଇରେକ୍ଟର ଇନୁମୁଲା ସତ୍ୟନାରାୟଣ ଏହି ତଦନ୍ତ କରୁଛନ୍ତି। ସେ ଗୁରୁବାର ଓ ଶୁକ୍ରବାର ଦୁଇଦିନ ଧରି ସେଠାରେ ରହି ତଦନ୍ତ କରି ଡିଜିଏମ୍‌ଏସ୍‌ କାର୍ଯ୍ୟାଳୟକୁ ରିପୋର୍ଟ ଦେବେ ବୋଲି ସୂଚନା ମିଳିଛି।
ଗୁରୁବାର ସେ ପ୍ରଥମେ ବେଦାନ୍ତର ଖଣି କାର୍ଯ୍ୟାଳୟରୁ କେତେକ କାଗଜପତ୍ର ଜବତ କରିବା ସହ ଖଣି ଭିତରକୁ ଯାଇ ବିଭିନ୍ନ କ୍ଷେତ୍ରକୁ ନିରୀକ୍ଷଣ କରିଥିଲେ। ଏହାବାଦ୍‌ ଖଣିର ଉତ୍ତର ଓ ଦକ୍ଷିଣ ଦିଗରେ ଥିବା ଦୁଇଟି ଡମ୍ପ ଅଞ୍ଚଳକୁ ଯାଇ ଖଣି କର୍ମଚାରୀଙ୍କ ସହଯୋଗରେ ମାପଚୁପ୍‌ କରିଥିଲେ। ତେବେ ଅଭିଯୋଗକାରୀ ସୁରେଶ କୁମାରଙ୍କୁ ଏହି ତଦନ୍ତ ପ୍ରକ୍ରିୟାରେ ସାମିଲ ହେବାକୁ ସୂଚନା ଦିଆଯାଇଥିଲେ ହେଁ ସେ କୌଣସି କାରଣବଶତଃ ଉପସ୍ଥିତ ରହି ପାରି ନ ଥିଲେ। ଅଭିଯୋଗକାରୀ ସୁରେଶ କୁମାର ବେଦାନ୍ତ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ଓସ୍ତପାଳ କ୍ରୋମାଇଟ୍‌ ଖଣି ଗୁରୁତର ଭାବେ ଅସୁରକ୍ଷିତ ହୋଇଥିବା ନେଇ କେନ୍ଦ୍ର ସରକାରଙ୍କ ୱେବ୍‌ପୋର୍ଟାଲ ସେଣ୍ଟ୍ରାଲାଇଜ୍‌ଡ ପବ୍ଲିକ ଗ୍ରିଭାନ୍ସ ରିଡ୍ରେସ ଆଣ୍ଡ ମନିଟରିଂ ସିଷ୍ଟମ ମାଧ୍ୟମରେ ଗତ ୯ା୪ା୨୦୨୧ ଏବଂ ୧୬ା୪ା୨୦୨୧ରେ ଅଭିଯୋଗ କରିିଥିଲେ। ଉକ୍ତ ଅଭିଯୋଗରେ ଖଣିଠାରୁ ଉତ୍ତର ଦିଗକୁ ଥିବା ଡମ୍ପର ଦୂରତା ମାତ୍ର ୨୦ ମିଟର ଏବଂ ଦକ୍ଷିଣକୁ ରହିଥିବା ଡମ୍ପର ଦୂରତା ୩୦ ମିଟର। ଏନେଇ ଧରିତ୍ରୀରେ ସବିଶେଷ ତଥ୍ୟଭିତ୍ତିକ ଖବର ଗତ ୧୫ା୬ା୨୦୨୧ରେ ପ୍ରକାଶ ପାଇଥିଲା। ଏହାପରେ ଡିଜିଏମ୍‌ଏସ୍‌ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି। ତେବେ ବେଦାନ୍ତ ପ୍ରରୋଚନାରେ ତଦନ୍ତ ଯେପରି ବାଟବଣା ନ ହେବ, ସେଥିପାଇଁ ଅଞ୍ଚଳବାସୀଙ୍କ ପକ୍ଷରୁ ତଦନ୍ତକାରୀ ଅଧିକାରୀଙ୍କୁ ତାଗିଦା କରାଯାଇଥିବା ସୂଚନା ମିଳିଛି। ଏ ସଂକ୍ରାନ୍ତରେ ଡିିଜିଏମ୍‌ଏସ୍‌ର ତଦନ୍ତ ଅଧିକାରୀ ସତ୍ୟନାରାୟଣଙ୍କୁ ପଚାରିବାରୁ ସେ କହିଛନ୍ତି, ସମସ୍ତ ଦିଗକୁ ନେଇ ଅନୁଧ୍ୟାନ କରାଯାଉଛି। ତଦନ୍ତ ଅନୁସାରେ ବାସ୍ତବ ରିପୋର୍ଟ ସେ ପଠାଇବେ। ଏ ପର୍ଯ୍ୟନ୍ତ ଆପଣ ତଦନ୍ତରେ କି ତଥ୍ୟ ପାଇଛନ୍ତି ବୋଲି ପ୍ରଶ୍ନ କରିବାରୁ ସେ ସଂକ୍ରାନ୍ତରେ କିଛି କହିପାରିବି ନାହିଁ ବୋଲି ସତ୍ୟନାରାୟଣ ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

ସିଏମ୍ କିଷାନ ଯୋଜନା: ବରଗଡ଼ର ୧.୭୫ ଲକ୍ଷ ଚାଷୀଙ୍କୁ ମିଳିବ ରବି ସହାୟତା, ସିଧାସଳଖ ବ୍ୟାଙ୍କ ଖାତାକୁ ଗଲା ଟଙ୍କା

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ଚାଷୀମାନଙ୍କ ଆର୍ଥିକ ସମୃଦ୍ଧି ଓ କୃଷି କାର୍ଯ୍ୟକୁ ଅଧିକ ଗତିଶୀଳ କରିବା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ…

ମହିଳା SHGରୁ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ! ଗଜପତି ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ, ୩ ଅଭିଯୁକ୍ତ ଗିରଫ, ମୁଖ୍ୟ ନାୟିକା…

ଗଜପତି,୪।୯(ଗିରିଧାରୀ ପରିଛା): ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (SHG)ର କୋଟି କୋଟି ଟଙ୍କା ଠକେଇ ଓ ଆତ୍ମସାତ୍‌ ମାମଲାରେ ଗଜପତି ସାଇବର ସେଲ୍‌ ଏବଂ ଆର୍ଥିକ ଅପରାଧ…

ମୁଖରିତ ହେଲା ବ୍ରାହ୍ମଣୀଗାଁ: ଜନ୍ମାଷ୍ଟମୀ ପୂଜା ସହ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ୧୮ତମ ଶ୍ରାଦ୍ଧବାର୍ଷିକ ପାଳିତ

ବ୍ରାହ୍ମଣୀଗାଁ, ୪।୯(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଓଡ଼ିଆ ସାହିଠାରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଏବଂ ବ୍ରହ୍ମାଲୀନ ବେଦାନ୍ତ କେଶରୀ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ…

୫୨ ବର୍ଷର ମନାନ୍ତର ଭୁଲି ଏକାଠି ହେଲେ ଗୋପପାଲି ଗ୍ରାମବାସୀ: ଯୁବପିଢ଼ିଙ୍କ ଉଦ୍ୟମରେ ଫେରିଲା ଏକତା, ଗଠନ ହେଲା ଗ୍ରାମ୍ୟ କମିଟି

ଅମରପାଲି,୪।୯(ପୀତାମ୍ୱର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ପଞ୍ଚାୟତର ଗୋପପାଲି ଗ୍ରାମରେ ଦୀର୍ଘ ୫୨ ବର୍ଷ ପରେ ଏକତାର ନୂଆ ଅଧ୍ୟାୟ ଆରମ୍ଭ ହୋଇଛି।…

ରୁଷୁଡ଼ା ଫାଣ୍ଡିରେ ଯୋଗଦେଲେ ନୂତନ ଫାଣ୍ଡି ଅଧିକାରୀ, ଅଞ୍ଚଳରେ ଆଇନ ଶୃଙ୍ଖଳା…

ଭେଡ଼େନ ୪।୯(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡ଼େନ ଥାନା ଅନ୍ତର୍ଗତ ରୁଷୁଡ଼ା ପୋଲିସ ଫାଣ୍ଡିରେ ଶୁକ୍ରବାର ନୂତନ ଫାଣ୍ଡି ଅଧିକାରୀ ଭାବରେ ଗୋଳକ ବିହାରୀ ସେଠୀ ଦାୟିତ୍ୱ…

ଦିଗପହଣ୍ଡି ସମିତିସଭ୍ୟଙ୍କୁ ସଂଘବଦ୍ଧ ଆକ୍ରମଣ-ଲୁଟ୍: ଜଣେ ଅଭିଯୁକ୍ତ ଜେଲ୍‌ ଗଲେ, ୨ ନାବାଳକ ବାଳସୁଧାର ଗୃହକୁ…

ଦିଗପହଣ୍ଡି,୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ପଞ୍ଚାୟତ ସମିତିସଭ୍ୟ ବି. ଲଡୁ ପାତ୍ର ଏବଂ ତାଙ୍କ ଦୁଇ ସହଯୋଗୀଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri