ବଣ୍ଡାଘାଟିରେ ଡିଜିପି ଅଭୟ

ମାଲକାନଗିରି/ଗୋବିନ୍ଦପାଲି, ରାୟଗଡା ଅଫିସ,୭।୩: ମାଲକାନଗିରି ଜିଲା ଖଇରପୁଟ ବ୍ଲକର ଦୁର୍ଗମ ଅଞ୍ଚଳ ତଥା ମାଓବାଦୀ ଅଧ୍ୟୁଷିତ ବଣ୍ତାଘାଟିକୁ ରବିବାର ଡିଜିପି ଅଭୟ ଗସ୍ତ କରିଥିଲେ। ବଣ୍ତାଘାଟିରେ କିଛିଦିନ ତଳେ ପ୍ରତିଷ୍ଠା ହୋଇଥିବା ୨ ବିଏସ୍‌ଏଫ୍‌ କ୍ୟାମ୍ପ ପରିଦର୍ଶନ କରି ସେ ମାଓବାଦୀଙ୍କ ସ୍ଥିତି ସମୀକ୍ଷା କରିଛନ୍ତି । ବିଏସ୍‌ଏଫ୍‌ ପକ୍ଷରୁ ଆୟୋଜିତ ଜନସମ୍ପର୍କ ଶିବିରରେ ଯୋଗଦେଇ ଡିଜିପି ବଣ୍ତାଘାଟିର ବାସିନ୍ଦାଙ୍କ ସହିତ ଆଲୋଚନା କରିଥିଲେ। ବିଗତ ଦିନରେ ଲାଲ କରିଡର ରୂପେ ପରିଚିତ ବଣ୍ତାଘାଟି ଥିଲା ଅପହଞ୍ଚ ଅଞ୍ଚଳ। ୨ଟି ବିଏସ୍‌ଏଫ୍‌ କ୍ୟାମ୍ପ ପ୍ରତିଷ୍ଠା ହେବା ପରେ ମାଓବାଦୀଙ୍କୁ ଜୋରଦାର ଝଟକା ଲାଗିଛି ବୋଲି ସେ କହିଥିଲେ। ଗଣତନ୍ତ୍ର ରାଷ୍ଟ୍ରରେ ସମସ୍ତଙ୍କର ଅଧିକାର ରହଛି। ବଣ୍ତା ଜନଜାତିଙ୍କ ବିକାଶ ତରାନ୍ବିତ କରିବାକୁ ସରକାର ଉଦ୍ୟମ ଜାରି ରଖିଛନ୍ତି। ସେମାନଙ୍କ ଉନ୍ନତି ପାଇଁ ବହୁ ଯୋଜନା କାର୍ଯ୍ୟକାରୀ ହେଉଛି। ପ୍ରଶାସନିକ ସ୍ତରରେ ଉଦ୍ୟମ ଜାରି ରହିଛି। ବିକାଶରେ ବାଧକ ନ ସାଜି ମୁଖ୍ୟସ୍ରୋତରେ ସାମିଲ ହେବାକୁ ଡିଜିପି ଅଭୟ ମାଓବାଦୀଙ୍କୁ ଆହ୍ବାନ ଦେଇଥିଲେ। ହିଂସା ଛାଡ଼ିଲେ ସରକାରଙ୍କ ବିଭିନ୍ନ ଯୋଜନାରେ ସେମାନଙ୍କୁ ସାମିଲ କରାଯିବ ବୋଲି ସେ କହଥିଲେ। ଡିଜିପି ଅଭୟଙ୍କୁ ଦେଖି ଅଞ୍ଚଳବାସୀ ଉତ୍ସାହିତ ହୋଇପଡିଥିଲେ। ଏକ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଡିଜିପି ବଣ୍ତାଘାଟିରେ ପହଞ୍ଚତ୍ବା ପରେ ପାରମ୍ପରିକ ବେଶରେ ସଜ୍ଜିତ ହୋଇ ମହିଳାପୁରୁଷମାନେ ବାଜା ବଜାଇ ତାଙ୍କୁ ସ୍ବାଗତ କରି ମୁଦୁଲିପଡା ବିଏସ୍‌ଏଫ୍‌ କ୍ୟାମ୍ପକୁ ପାଛୋଟି ନେଇଥିଲେ।
ଏହି ଅବସରରେ ଡିଜିପି କ୍ୟାମ୍ପରେ ମହିଳାଙ୍କୁ ଶାଢି, କମ୍ବଳ ଏବଂ ଯୁବକମାନଙ୍କୁ ଖେଳ ସାମଗ୍ରୀ ବଣ୍ଟନ କରିଥିଲେ। ପରେ ଅଧିକାରୀଙ୍କ ସହିତ ମାଓବାଦୀ ମୁକାବିଲା ନେଇ ଏକ ଉଚ୍ଚସ୍ତରୀୟ ବୈଠକରେ ଯୋଗଦେଇ ମାଓବାଦୀ ମୁକାବିଲା ନେଇ ସ୍ବତନ୍ତ୍ର ରଣନୀତି ସମ୍ପର୍କରେ ଆଲୋଚନା କରିଥିଲେ। ବୈଠକରେ ଗୋଇନ୍ଦା ବିଭାଗ ନିର୍ଦ୍ଦେଶକ ଆର.କେ. ଶର୍ମା, ଏସଆଇଡବ୍ଲ୍ୟୁ ଡିଆଇଜି ଅନିରୁଦ୍ଧ ସିଂ, ଆଇଜି ଅପରେଶନ ଅମିତାଭ ଠାକୁର, କୋରାପୁଟ ଡିଆଇଜି ରାଜେଶ ପଣ୍ଡିତଙ୍କ ସମେତ ବିଏସ୍‌ଏଫର ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

ଟି୨୦ ବିଶ୍ୱକପ୍‌ ମଝିରେ ଏହି ଦଳକୁ ଝଟ୍‌କା: ହଠାତ୍‌ ଘରକୁ ଫେରିଗଲେ…

ଚେନ୍ନାଇ,୧୫।୨: ଟି-୨୦ ବିଶ୍ୱକପ୍‌ରେ ନ୍ୟୁଜିଲ୍ୟାଣ୍ଡ ଦଳର ସବୁଠାରୁ ସଫଳ ବୋଲର ଲକି ଫର୍ଗୁସନ ଅଧାରୁ ଟୁର୍ନାମେଣ୍ଟ ଛାଡ଼ି ଘରକୁ ଫେରିଛନ୍ତି। ଫେବୃଆରୀ ୧୪ରେ ଦକ୍ଷିଣ ଆଫ୍ରିକା ବିପକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri