ଆଜିଠାରୁ ଡିଜିପି ସମ୍ମିଳନୀ: ଯୋଗଦେବେ ମୋଦି, ଶାହା

ଭୁବନେଶ୍ୱର,୨୯ା୧୧(ସୂର୍ଯ୍ୟକାନ୍ତ ବେହେରା):ସର୍ବଭାରତୀୟ ୫୯ତମ ଡିଜି-ଆଇଜି ସମ୍ମିଳନୀ ଭୁବନେଶ୍ୱରରେ ଶୁକ୍ରବାର ଆରମ୍ଭ ହୋଇ ଡିସେମ୍ବର ୧ପର୍ଯ୍ୟନ୍ତ ତିନିଦିନ ଧରି ଅନୁଷ୍ଠିତ ହେବ। ଏଥିରେ ଯୋଗଦେବା ପାଇଁ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହ ପ୍ରମୁଖ ବହୁ ବିଶିଷ୍ଟ ବ୍ୟକ୍ତି ଭୁବନେଶ୍ୱର ଆସିବାର କାର୍ଯ୍ୟକ୍ରମ ରହିଛି। ଶୁକ୍ରବାର ଅପରାହ୍ନ ୪ଟା ୨୦ରେ ମୋଦି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚତ୍ବାର କାର୍ଯ୍ୟକ୍ରମ ରହିଛି ା ଗୁରୁବାର ଭୁବନେଶ୍ୱରରେ ୩ଟି ରାଜ୍ୟର ପ୍ରତିନିଧିଙ୍କ ସମେତ ପ୍ରାୟ ୩୦ରୁ ଅଧିକ ଅଧିକାରୀ ପହଞ୍ଚତ୍ ସାରିଲେଣି। ଗୋଇନ୍ଦା ନିର୍ଦ୍ଦେଶକ ତପନ ଡେକା ମଧ୍ୟ ପହଞ୍ଚତ୍ ସାରିଛନ୍ତି। ତେଣୁ ସମସ୍ତଙ୍କ ସୁରକ୍ଷା ପାଇଁ କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ସରିଥିବାବେଳେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏପରି କି ଅତିଥିଙ୍କୁ ସ୍ବାଗତ ଓ ସହାୟତା ପାଇଁ ବିମାନବନ୍ଦରରେ କମିଶନରେଟ ପୋଲିସ ପକ୍ଷରୁ କ୍ୟାମ୍ପ ସାଙ୍ଗକୁ ୨ଟି ହେଲ୍ପ ଡେସ୍କ ଖୋଲାଯାଇଛି। ସେହିପରି ସହରର ସମସ୍ତ ଏଣ୍ଟ୍ରି ପଏଣ୍ଟକୁ ସିଲ୍‌ କରି ପୋଲିସ ଓ ବିଏସ୍‌ଏଫ୍‌ କଡ଼ା ଯାଞ୍ଚ କରୁଛନ୍ତି। ଭାଜପା ରାଜ୍ୟ କାର୍ଯ୍ୟାଳୟରେ ପୋଲିସ ସନ୍ଧାନୀ କୁକୁର ସହାୟତାରେ ଗୁରୁବାର ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛି। ଏହାସହ ବିମାନବନ୍ଦର, ଲୋକ ସେବାଭବନ, ରାଜଭବନ ଓ ରାଜ୍ୟ ଅତିଥିଭବନ, ମୈତ୍ରୀବିହାର, ଚନ୍ଦ୍ରଶେଖରପୁରରେ ଥିବା ଆଇପିଏସ୍‌ ମେସ୍‌ ସହିତ ପ୍ରମୁଖ ଅଞ୍ଚଳରେ ପୋଲିସ କଡ଼ା ପହରା ଦେବା ସହ ନୋ ଫ୍ଲାଏ ଜୋନ୍‌ ଘୋଷଣା କରାଯାଇଛି। ସେହିଭଳି ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ବ୍ଲୁ ବୁକ ଅନୁଯାୟୀ କଡ଼ା ସୁରକ୍ଷା ବନ୍ଦୋବସ୍ତ କରାଯାଇଛି। ଏଥିପାଇଁ ଗୁରୁବାର ପୋଲିସ ପକ୍ଷରୁ କାର୍‌କେଡ୍‌ ରିହରସାଲ୍‌ କରାଯାଇଛି। ବିମାନବନ୍ଦରଠାରୁ ରାଜଭବନ ପର୍ଯ୍ୟନ୍ତ ରିହରସାଲ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…

କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...

ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ମିଳିଲା ଯୁବକଙ୍କ ମୃତଦେହ, ପାଟିରୁ ରକ୍ତ ବାହାରିବାକୁ ନେଇ ସନ୍ଦେହ

ଭୁବନେଶ୍ବର,୨୧।୧୨:   ଭୁବନେଶ୍ୱର ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ଉଦ୍ଧାର ହେଲା ମୃତଦେହ । ଖବରପାଇ ମୈତ୍ରୀବିହାର ଥାନା ପୋଲିସ ଗେଷ୍ଟହାଉସରେ ପହଞ୍ଚି ମୃତଦେହ ଉଦ୍ଧାର...

ପ୍ରେମ ସମ୍ପର୍କକୁ ନେଇ ହତ୍ୟା ଅଭିଯୋଗ: ପୋଲିସ ଗାଡ଼ି ଅଟକାଇଲେ ଗାଁ ଲୋକେ, ଜିଲାପାଳ ନ ଆସିଲେ…

ବଲାଙ୍ଗୀର,୨୧ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଏକ କୁକୁଡ଼ା ଫାର୍ମର ପଛପଟ ଏକ ଗଛରେ ରବିବାର ଜଣେ ଯୁବକଙ୍କର ମୃତଦେହ...

ମାତ୍ର ୬୧ ଟଙ୍କାରେ ଇନ୍‌ସୁରାନ୍ସ, ଫୋନ ଚୋରି ହୋଇଗଲେ ମିଳିବ ୨୫,୦୦୦ ଟଙ୍କା…

ଯଦି ଆପଣଙ୍କ ସ୍ମାର୍ଟଫୋନ ଚୋରି ହୋଇଯାଏ ନଚେତ କେଉଁଠି ହଜି ଯାଏ, ତେବେ କ୍ଷତି ସହିବାକୁ ଏବେ ପଡ଼ିବ ନାହିଁ। VI ଭାରତରେ ପ୍ରଥମ ଥର...

ସୁଟିଂ ସେଟରେ ଆହତ ହେଲେ ଇମ୍ରାନ, ହସ୍ପିଟାଲରୁ ଭାଇରାଲ ହେଉଛି ଫଟୋ

ମୁମ୍ବାଇ,୨୧ା।୧୨:  ହସ୍ପିଟାଲରେ ଭର୍ତ୍ତି ହେଲେ ଅଭିନେତା ଇମ୍ରାନ ହାସମୀ । ଆବାରାପନ 2 ଫିଲ୍ମର ଏକ ହାଇ-ଅକ୍ଟେନ୍ ଆକ୍ସନ୍ ସିକ୍ୱେନ୍ସ ସୁଟିଂ ସମୟରେ ତାଙ୍କ ପେଟରେ ଗମ୍ଭୀର...

ମହେନ୍ଦ୍ରଗିରିରେ ୨ ପର୍ଯ୍ୟଟକ ଭରା ଗାଡ଼ି ଦୁର୍ଘଟଣା: ଘାଟିରୁ ଖସି…

ଗଜପତି,୨୧ା୧୨(ଗିରିଧାରୀ ପରିଚ୍ଛା): ଢେଙ୍କାନାଳ ଓ କଟକ ଅଞ୍ଚଳରୁ ଭରା ପର୍ଯ୍ୟଟକ ଥିବା ଦୁଇ ଗାଡ଼ି ଆସି ପବିତ୍ର ମହେନ୍ଦ୍ରଗିରି ଭ୍ରମଣ କରିଥିଲେ। ତେବେ ମହେନ୍ଦ୍ର ଦର୍ଶନ...

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri