ଆଜିଠାରୁ ଡିଜିପି ସମ୍ମିଳନୀ: ଯୋଗଦେବେ ମୋଦି, ଶାହା

ଭୁବନେଶ୍ୱର,୨୯ା୧୧(ସୂର୍ଯ୍ୟକାନ୍ତ ବେହେରା):ସର୍ବଭାରତୀୟ ୫୯ତମ ଡିଜି-ଆଇଜି ସମ୍ମିଳନୀ ଭୁବନେଶ୍ୱରରେ ଶୁକ୍ରବାର ଆରମ୍ଭ ହୋଇ ଡିସେମ୍ବର ୧ପର୍ଯ୍ୟନ୍ତ ତିନିଦିନ ଧରି ଅନୁଷ୍ଠିତ ହେବ। ଏଥିରେ ଯୋଗଦେବା ପାଇଁ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହ ପ୍ରମୁଖ ବହୁ ବିଶିଷ୍ଟ ବ୍ୟକ୍ତି ଭୁବନେଶ୍ୱର ଆସିବାର କାର୍ଯ୍ୟକ୍ରମ ରହିଛି। ଶୁକ୍ରବାର ଅପରାହ୍ନ ୪ଟା ୨୦ରେ ମୋଦି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚତ୍ବାର କାର୍ଯ୍ୟକ୍ରମ ରହିଛି ା ଗୁରୁବାର ଭୁବନେଶ୍ୱରରେ ୩ଟି ରାଜ୍ୟର ପ୍ରତିନିଧିଙ୍କ ସମେତ ପ୍ରାୟ ୩୦ରୁ ଅଧିକ ଅଧିକାରୀ ପହଞ୍ଚତ୍ ସାରିଲେଣି। ଗୋଇନ୍ଦା ନିର୍ଦ୍ଦେଶକ ତପନ ଡେକା ମଧ୍ୟ ପହଞ୍ଚତ୍ ସାରିଛନ୍ତି। ତେଣୁ ସମସ୍ତଙ୍କ ସୁରକ୍ଷା ପାଇଁ କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ସରିଥିବାବେଳେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏପରି କି ଅତିଥିଙ୍କୁ ସ୍ବାଗତ ଓ ସହାୟତା ପାଇଁ ବିମାନବନ୍ଦରରେ କମିଶନରେଟ ପୋଲିସ ପକ୍ଷରୁ କ୍ୟାମ୍ପ ସାଙ୍ଗକୁ ୨ଟି ହେଲ୍ପ ଡେସ୍କ ଖୋଲାଯାଇଛି। ସେହିପରି ସହରର ସମସ୍ତ ଏଣ୍ଟ୍ରି ପଏଣ୍ଟକୁ ସିଲ୍‌ କରି ପୋଲିସ ଓ ବିଏସ୍‌ଏଫ୍‌ କଡ଼ା ଯାଞ୍ଚ କରୁଛନ୍ତି। ଭାଜପା ରାଜ୍ୟ କାର୍ଯ୍ୟାଳୟରେ ପୋଲିସ ସନ୍ଧାନୀ କୁକୁର ସହାୟତାରେ ଗୁରୁବାର ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛି। ଏହାସହ ବିମାନବନ୍ଦର, ଲୋକ ସେବାଭବନ, ରାଜଭବନ ଓ ରାଜ୍ୟ ଅତିଥିଭବନ, ମୈତ୍ରୀବିହାର, ଚନ୍ଦ୍ରଶେଖରପୁରରେ ଥିବା ଆଇପିଏସ୍‌ ମେସ୍‌ ସହିତ ପ୍ରମୁଖ ଅଞ୍ଚଳରେ ପୋଲିସ କଡ଼ା ପହରା ଦେବା ସହ ନୋ ଫ୍ଲାଏ ଜୋନ୍‌ ଘୋଷଣା କରାଯାଇଛି। ସେହିଭଳି ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ବ୍ଲୁ ବୁକ ଅନୁଯାୟୀ କଡ଼ା ସୁରକ୍ଷା ବନ୍ଦୋବସ୍ତ କରାଯାଇଛି। ଏଥିପାଇଁ ଗୁରୁବାର ପୋଲିସ ପକ୍ଷରୁ କାର୍‌କେଡ୍‌ ରିହରସାଲ୍‌ କରାଯାଇଛି। ବିମାନବନ୍ଦରଠାରୁ ରାଜଭବନ ପର୍ଯ୍ୟନ୍ତ ରିହରସାଲ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?