ଡିଜିପି ସମ୍ମିଳନୀ:ଲୋକସେବା ଭବନରେ ପହଞ୍ଚିଲେ ମୋଦି, ଶାହା

ଭୁବନେଶ୍ୱର,୩୦।୧୧: ପୋଲିସ ମହାନିର୍ଦ୍ଦେଶକ / ମହାନିରୀକ୍ଷକମାନଙ୍କ ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେବା ପାଇଁ ଶନିବାର ରାଜଭବନରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଅମିତ୍‌ ଶାହା, ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ପ୍ରମୁଖ ଲୋକସେବା ଭବନରେ ପହଞ୍ଚିଛନ୍ତି।
ଶୁକ୍ରବାର ଭୁବନେଶ୍ୱରସ୍ଥିତ ଲୋକସେବା ଭବନ କନ୍‌ଭେନ୍‌ଶନ ସେଣ୍ଟରରେ ଆରମ୍ଭ ହୋଇଛି। ଏହି ସମ୍ମିଳନୀକୁ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ଉଦ୍‌ଘାଟନ କରିଛନ୍ତି। ଏଥିରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ, ଜାତୀୟ ସୁରକ୍ଷା ପରାମର୍ଶଦାତା, ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ, ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳର ଡିଜିପି ଏବଂ କେନ୍ଦ୍ରୀୟ ପୋଲିସ ସଙ୍ଗଠନର ମୁଖ୍ୟମାନେ ଯୋଗଦେଇଛନ୍ତି। ସମ୍ମିଳନୀରେ ଆଭ୍ୟନ୍ତରୀଣ ସୁରକ୍ଷା ସମ୍ବନ୍ଧୀୟ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହୋଇଛି। ଦେଶର ଶ୍ରେଷ୍ଠ ଥାନା ଓ ପୋଲିସ ଅଧିକାରୀମାନଙ୍କୁ ମଧ୍ୟ ସମ୍ମାନିତ କରାଯାଇଛି। ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ବୈଠକରେ ଯୋଗଦେବେ।
ନଭେମ୍ବର ୨୯ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେଉଥିବା ଏହି ୩ ଦିନିଆ ସମ୍ମିଳନୀରେ ଆତଙ୍କବାଦ ମୁକାବିଲା, ବାମପନ୍ଥୀ ଉଗ୍ରବାଦ, ଉପକୂଳ ସୁରକ୍ଷା, ନୂଆ ଅପରାଧ ଆଇନ, ନାର୍କୋଟିକ୍ସ ସମେତ ଜାତୀୟ ନିରାପତ୍ତାର ଗୁରୁତ୍ୱପୂର୍ଣ୍ଣ ଦିଗ ଉପରେ ଆଲୋଚନା ହେବ। ଉଲ୍ଲେଖନୀୟ ସେବା ପାଇଁ ରାଷ୍ଟ୍ରପତି ପୋଲିସ ପଦକ ପ୍ରଦାନ କରାଯିବ।
ଏହି ସମ୍ମିଳନୀ ଦେଶର ବରିଷ୍ଠ ପୋଲିସ ପେସାଦାର ଏବଂ ସୁରକ୍ଷା ପ୍ରଶାସକମାନଙ୍କୁ ବିଭିନ୍ନ ଜାତୀୟ ସୁରକ୍ଷା ସମ୍ବନ୍ଧୀୟ ପ୍ରସଙ୍ଗ ତଥା ଭାରତରେ ପୋଲିସ ସମ୍ମୁଖୀନ ହେଉଥିବା ବିଭିନ୍ନ ପରିଚାଳନାଗତ, ଭିତ୍ତିଭୂମି ଏବଂ କଲ୍ୟାଣ ସମ୍ବନ୍ଧୀୟ ସମସ୍ୟା ଉପରେ ମୁକ୍ତ ଭାବରେ ଆଲୋଚନା ଓ ବିତର୍କ କରିବା ପାଇଁ ଏକ ମତ ବିନିମୟ ମଞ୍ଚ ପ୍ରଦାନ କରିବ। ଆଭ୍ୟନ୍ତରୀଣ ନିରାପତ୍ତା ବିପଦ ବ୍ୟତୀତ ଅପରାଧ ନିୟନ୍ତ୍ରଣ ଏବଂ ଆଇନ ଶୃଙ୍ଖଳା ପରିଚାଳନା ସମ୍ବନ୍ଧୀୟ ଆହ୍ବାନର ମୁକାବିଲା ପାଇଁ ବୃତ୍ତିଗତ ଅଭ୍ୟାସ ଏବଂ ପ୍ରକ୍ରିୟାର ପ୍ରସ୍ତୁତି ଓ ଆପୋସ ବିନିମୟ ଉପରେ ଆଲୋଚନା ହେବ।
ଡିଜିପି ସମ୍ମିଳନୀ ପ୍ରତି ପ୍ରଧାନମନ୍ତ୍ରୀ ସର୍ବଦା ଗଭୀର ଆଗ୍ରହ ଦେଖାଇଛନ୍ତି। ପ୍ରଧାନମନ୍ତ୍ରୀ କେବଳ ସମସ୍ତ ଯୋଗଦାନକୁ ଧ୍ୟାନର ସହ ଶୁଣନ୍ତି ନାହିଁ ବରଂ ଖୋଲା ଓ ଅନୌପଚାରିକ ଆଲୋଚନାର ବାତାବରଣକୁ ପ୍ରୋତ୍ସାହିତ କରନ୍ତି, ଯାହା ନୂତନ ଚିନ୍ତାଧାରା ସୃଷ୍ଟି କରିବାରେ ସହାୟକ ହୋଇଥାଏ। ଚଳିତବର୍ଷ ଏହି ସମ୍ମିଳନୀରେ କିଛି ଅଭିନବ ବୈଶିଷ୍ଟ୍ୟ ମଧ୍ୟ ଯୋଡ଼ାଯାଇଛି। ଯୋଗ ଅଧିବେଶନ, ବ୍ୟବସାୟ ଅଧିବେଶନ, ବ୍ରେକ୍‌ ଆଉଟ୍‌ ଅଧିବେଶନ ଏବଂ ବିଷୟବସ୍ତୁଭିତ୍ତିକ ଡାଇନିଂ ଟେବୁଲ ଆଲୋଚନା ଠାରୁ ଆରମ୍ଭ କରି ସମ୍ପୂର୍ଣ୍ଣ ଦିନକୁ ପ୍ରଭାବଶାଳୀ ଭାବରେ ଉପଯୋଗ କରିବାକୁ ଯୋଜନା ପ୍ରସ୍ତୁତ କରାଯାଇଛି। ଏହାଦ୍ୱାରା ବରିଷ୍ଠ ପୋଲିସ ଅଧିକାରୀମାନେ ଗୁରୁତ୍ୱପୂର୍ଣ୍ଣ ପଲିସି, ଆଭ୍ୟନ୍ତରୀଣ ନିରାପତ୍ତା ପ୍ରସଙ୍ଗରେ ସେମାନଙ୍କର ଦୃଷ୍ଟିକୋଣ ଏବଂ ପରାମର୍ଶ ପ୍ରଧାନମନ୍ତ୍ରୀଙ୍କ ସମ୍ମୁଖରେ ଉପସ୍ଥାପନ କରିବାର ଏକ ସୁଯୋଗ ପାଇବେ।
ସୂଚନାଯୋଗ୍ୟ, ୨୦୧୪ ପରଠାରୁ ପୋଲିସ ଡିଜିପି ଓ ଆଇଜି ସମ୍ମିଳନୀ ସାରା ଦେଶରେ ଆୟୋଜନ କରିବାକୁ ପ୍ରଧାନମନ୍ତ୍ରୀ ପ୍ରୋତ୍ସାହିତ କରି ଆସୁଛନ୍ତି। ଏହା ପୂର୍ବରୁ ଆସାମର ଗୁଆହାଟୀ, କଚ୍ଛର ରଣ (ଗୁଜରାଟ), ହାଇଦ୍ରାବାଦ (ତେଲଙ୍ଗାନା), ଟେକନପୁର (ଗ୍ବାଲିୟର, ମଧ୍ୟପ୍ରଦେଶ), ଷ୍ଟାଚ୍ୟୁ ଅଫ୍‌ ୟୁନିଟ୍‌ (କେୱଡିଆ, ଗୁଜରାଟ), ପୁଣେ (ମହାରାଷ୍ଟ୍ର), ଲକ୍ଷ୍ନୌ (ଉତ୍ତରପ୍ରଦେଶ), ନୂଆଦିଲ୍ଲୀ ଏବଂ ଜୟପୁର (ରାଜସ୍ଥାନ)ରେ ଅନୁଷ୍ଠିତ ହୋଇଛି। ଏହି ପରମ୍ପରାକୁ ବଜାୟ ରଖି ଭୁବନେଶ୍ୱର (ଓଡ଼ିଶା)ଠାରେ ଏଥର ୫୯ତମ ପୋଲିସ ଡିଜିପି ଓ ଆଇଜି ସମ୍ମିଳନୀ ୨୦୨୪ ଆୟୋଜନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?