ସକ୍ରିୟ, ସଜାଗ ରହିବାକୁ ଡିଜିପିଙ୍କ ନିର୍ଦ୍ଦେଶ

କଟକ ଅଫିସ, ୨୮ା୫: ଜୁଲାଇ ୧ ତାରିଖରେ ପୁରୀର ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ପରମ୍ପରା ଅନୁଯାୟୀ ଶ୍ରୀଜୀଉଙ୍କ ରୀତିନୀତି ବିଭିନ୍ନ ତାରିଖରେ ପାଳନ କରାଯିବ। ଗୁରୁତ୍ୱପୂର୍ଣ୍ଣ ରୀତିନୀତି ମଧ୍ୟରେ ଜୁନ୍‌ ୨୯ ତାରିଖରେ ନବଯୌବନ ଦର୍ଶନ, ଜୁଲାଇ ୧ ତାରିଖରେ ରଥଯାତ୍ରା, ୯ରେ ବାହୁଡ଼ା ଯାତ୍ରା, ୧୦ରେ ସୁନାବେଶ ଓ ୧୨ ତାରିଖରେ ନୀଳାଦ୍ରିବିଜେ ଉପଲକ୍ଷେ ଦେଶ ବିଦେଶରୁ ଲକ୍ଷାଧିକ ଭକ୍ତ ପୁରୀ ଆସିବେ। ଏଥିପାଇଁ କଟକସ୍ଥିତ ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟରେ ଏକ ପ୍ରସ୍ତୁତି ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଥିଲା। ଏଥିରେ ଡିଜିପି ସୁନୀଲ ବଂଶଲ ଅଧ୍ୟକ୍ଷତା କରି ରଥଯାତ୍ରା ପାଇଁ ସକ୍ରିୟ ଓ ଅଧିକ ସଜାଗ ରହିବାକୁ ଅଫିସରମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ବିଭିନ୍ନ ସୁରକ୍ଷା ବନ୍ଦୋବସ୍ତ ବିଷୟରେ ବୈଠକରେ ଆଲୋଚନା ହୋଇଥିଲା। ରଥଯାତ୍ରା ନିମନ୍ତେ ସୁରକ୍ଷା ବ୍ୟବସ୍ଥାକୁ ବ୍ୟାପକ କରିବା ସହ ବରିଷ୍ଠ ପୋଲିସ ଅଧିକାରୀମାନେ ସ୍ବତନ୍ତ୍ର କାର୍ଯ୍ୟ ପାଇଁ ନିୟୋଜିତ ହେବେ। ସେହିପରି ଆବଶ୍ୟକତା ଅନୁଯାୟୀ ବମ୍‌ ନିଷ୍କ୍ରିୟକାରୀ ଦଳ, ଏଚ୍‌ଏଚ୍‌ଏମ୍‌ଡି, ଡିଏମ୍‌ଏଫ୍‌ଡି, ମେଟାଲ ଡିଟେକ୍ଟର ଓ କାଉଣ୍ଟର ଗୋଇନ୍ଦା ସ୍କ୍ବାଡ୍‌ଙ୍କୁ ନିୟୋଜିତ କରାଯିବ। ଭିଭିଆଇପିମାନଙ୍କ ସୁରକ୍ଷା ନିମନ୍ତେ ସ୍ବତନ୍ତ୍ର ବ୍ୟବସ୍ଥା କରାଯିବ। ସିସିଟିଭି, ଏକ୍ସ-ରେ ବ୍ୟାଗେଜ୍‌ ସ୍କାନର ସ୍ଥାପନ ହେବ। ଟ୍ରାଫିକ୍‌ ସୁପରିଚାଳନା ନିମନ୍ତେ ରୋଡ୍‌ ଡିଭାଇଡର, ଡିଲିନେଟର ଓ ଟ୍ରାଫିକ୍‌ କୋନ୍ସ ବ୍ୟବସ୍ଥା କରାଯିବ। ସେହିପରି ସମୁଦ୍ର କୂଳରେ ପାଟ୍ରୋଲିଂ କଡାକଡି କରିବାକୁ ଦୃଷ୍ଟି ଦିଆଯିବ ଓ ଅସ୍ଥାୟୀ ପୋଲିସ ଆଉଟ୍‌ପୋଷ୍ଟ ଖୋଲାଯିବ। ଏହି ବୈଠକରେ ସ୍ବତନ୍ତ୍ର ଡିଜିପି (ଯୋଗାଯୋଗ) ଅରୁଣ କୁମାର ରାୟ, ଏଡିଜିପି (ରେଳବାଇ ଓ ଉପକୂଳ ସୁରକ୍ଷା) ଡ. ସୁଧାଂଶୁ ଷଡ଼ଙ୍ଗୀ, ଏଡିଜିପି ଆର୍‌. ପି. କୋଚେ, ଗୋଇନ୍ଦା ନିର୍ଦ୍ଦେଶକ ସଞ୍ଜୀବ ପଣ୍ଡା, କ୍ରାଇମବ୍ରାଞ୍ଚ ଏଡିଜିି ଅରୁଣ ବୋଥ୍ରା, ଏଡିଜିପି ସଞ୍ଜୟ କୁମାର, ଆଇଜିପି ଅମିତାଭ ଠାକୁର, ଆଇଜିପି ଏସ୍‌. ଦେବଦତ୍ତ ସିଂ, ଆଇଜିପି ଏସ୍‌. ପ୍ରବୀଣ କୁମାର, ଆଇଜିପି ନରସିଂହ ଭୋଳ, ଆଇଜିପି ଅମିତେନ୍ଦ୍ର ନାଥ ସିହ୍ନା, ଡିଆଇଜି ଜୟନାରାୟଣ ପଙ୍କଜ, ଡିଆଇଜିପି ଅନିରୁଦ୍ଧ କୁମାର ସିଂ, ଡିଆଇଜିପି ଅନୁପ କୁମାର ସାହୁ ଓ ପୁରୀ ଏସ୍‌ପି କନୱର ବିଶାଲ ସିଂ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri