ସମ୍ବଲପୁରରେ DGP, କର୍ମଚାରୀଙ୍କୁ ବଣ୍ଟନ କଲେ ଡିଜି ପଦକ

ସମ୍ବଲପୁର,୩ା(ପ୍ରମୋଦ ବହିଦାର): ସମ୍ବଲପୁର ଗସ୍ତରେ ଆସି ଗୁରୁବାର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୂର ଖୁରାନିଆ। ସମ୍ବଲପୁରରେ ଗତ ରାତିରେ ରହଣି ପରେ ଗୁରୁବାର ସକାଳେ ସର୍ବ ପ୍ରଥମେ ମା’ ସମଲେଶ୍ୱରୀ ପୀଠରେ ମା’ଙ୍କ ଦର୍ଶନ କରି ଆଶୀର୍ବାଦ ଗ୍ରହଣ କରିଥିଲେ। ଏହା ପରେ ସେ ଉତ୍ତରାଞ୍ଚଳ ଆଇଜିଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ନିଜନିଜ କ୍ଷେତ୍ରରେ ଉତ୍କୃଷ୍ଟ କାର୍ଯ୍ୟ କରି ଦକ୍ଷତାର ସହ ଲୋକଙ୍କୁ ସେବା ଯୋଗାଇଥିବା ଉତ୍ତରାଞ୍ଚଳ ରେଞ୍ଜ ଅନ୍ତର୍ଗତ ୬ଜଣ ଦକ୍ଷ ପୋଲିସ କର୍ମଚାରୀଙ୍କୁ ପୋଲିସ ମହାନିର୍ଦ୍ଦେଶକ ପଦକ ପ୍ରଦାନ କରିଥିଲେ। ଏହି ଅବସରରେ ସେ ସମସ୍ତ ପଦକ ବିଜେତା ପୋଲିସ କର୍ମଚାରୀ ଓ ତାଙ୍କ ପରିବାରଙ୍କୁ ଅଭିନନ୍ଦନ ଜଣାଇଥିଲେ। ଏହାସହ ଦକ୍ଷତା ସହକାରେ ଉତ୍କୃଷ୍ଟ କାର୍ଯ୍ୟ କରିବାକୁ ଅନ୍ୟାନ୍ୟ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ଆହ୍ବାନ ଦେଇଥିଲେ। ଏହି ଅବସରରେ ଦକ୍ଷତାର ସହ କାର୍ଯ୍ୟ କରି ଶହୀଦ ହୋଇଥିବା ଦିବଙ୍ଗତ ପୋଲିସ ଅଧିକାରୀଙ୍କ ପରିବାରଙ୍କୁ ସାକ୍ଷାତ କରି ସେମାନଙ୍କ ସମସ୍ୟା ସମାଧାନ ପାଇଁ ପ୍ରତିଶ୍ରୁତି ଦେଇଥିଲେ। ଏହାପରେ ଉତ୍ତରାଞ୍ଚଳ ଆଇଜିଙ୍କ କାର୍ଯ୍ୟାଳୟରେ ଜାରି ରହିଥିବା ବୈଠକରେ ଯୋଗଦେଇ ଏପ୍ରିଲ ୬ ଓ ୧୪ ତିରିଖରେ ସମ୍ବଲପୁରରେ ଆୟୋଜିତ ହେବାକୁ ଥିବା ରାମନବମୀ ଓ ହନୁମାନ ଜୟନ୍ତୀ ଉତ୍ସବ ପାଇଁ ଆଇନଶୃଙ୍ଖଳା ବ୍ୟବସ୍ଥାର ସମୀକ୍ଷା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ଦିଗପହଣ୍ଡି ରେ  ମା ‘ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶୁଭାରମ୍ଭ  

ଦିଗପହଣ୍ଡି,୧୯|୯(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୩ ନଂ. ୱାର୍ଡ ନୂଆସାହି ସ୍ଥିତ ଆରାଧ୍ଯା ଦେବୀ ମା’ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶନିବାର ଠାରୁ ଆରମ୍ଭ…

ଅବ୍ୟବସ୍ଥାରେ ରିଷିଡ଼ା ବସ୍‌ଷ୍ଟାଣ୍ଡ

ରିଷିଡ଼ା,୧୯ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ବସ୍‌ଷ୍ଟାଣ୍ଡ ଏବେ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ସାମାନ୍ୟ ବର୍ଷାରେ ବସ୍‌ଷ୍ଟାଣ୍ଡ ପରିସର ତଥା ମୁଖ୍ୟ ରାସ୍ତାରେ…

ଭିଡିଓ କଲ୍‌ର ଅପରପାର୍ଶ୍ୱରୁ ଶୁଭିଲା ‘ଦିଦି ପଡ଼ିଗଲା’: ୪୩ ଘଣ୍ଟା ପରେ ଉଦ୍ଧାର ହେଲା…

ସୁନ୍ଦରଗଡ଼, ୧୯/୯ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଘୋଘର ନିକଟ ଇବ୍‌ ନଦୀର କନାକୁଣ୍ଡଠାରେ ଗୁରୁବାର ଅପରାହ୍ଣରେ ଗୋଡ଼ ଖସି ଜଳର…

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ:ରୋଗୀଙ୍କ ଚିକିତ୍ସାରେ ବାଧା

ବାଲିଗୁଡ଼ା, ୧୯/୯ (ସଞ୍ଜୟ କୁମାର ପାଣିଗ୍ରାହୀ): ପୂଜା, ପର୍ବପର୍ବାଣି ଓ ବିଭିନ୍ନ ଉତ୍ସବ ଅବସରରେ ଡିଜେ ସାଉଣ୍ଡର ଅତ୍ୟଧିକ ବ୍ୟବହାର ଏବେ ସାଧାରଣ ଲୋକଙ୍କ ପାଇଁ ଅସୁବିଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?