Posted inଜାତୀୟ

ବଳାତ୍କାର ପାଇଁ ଦାୟୀ ଜନସଂଖ୍ୟା, ଇଣ୍ଟରନେଟ୍ : ଡିଜିପି

ଜଇପୁର,୫ ।୧୦: ହାଥରସ ଗଣବଳାତ୍କାର ସହ ଦେଶର ବିଭିନ୍ନ ସ୍ଥାନରେ ଘଟୁଥିବା ଏଭଳି ଘଟଣାକୁ ନେଇ ଏବେ ସାରା ଦେଶରେ ଉତ୍ତେଜନା ପରିସ୍ଥିତି ଲାଗି ରହିଛି । ଏହି ସମୟରେ ରାଜସ୍ଥାନ ଡିଜିପି ଭୁପେନ୍ଦ୍ର ସିଂ ଯାଦବ କହିଛନ୍ତି ଏବେ ଜମିବାଡି ମାମଲା କିମ୍ବା ପରସ୍ପର ମଧ୍ୟରେ କଳହ ହେଲେ ଏଥିରେ ବଳାତ୍କାରକୁ ଯୋଡି ଦିଆଯାଉଛି । ଯାହା ଏବେ ଏକ ଟ୍ରେଣ୍ଡ ପାଲଟି ଯାଇଛି । ଏଭଳି ମାମଲାରେ ପୀଡ଼ିତାଙ୍କୁ ନ୍ୟାୟ ମିଳିବାକୁ ସମୟ ଲାଗୁଛି । ସେ କହିଛନ୍ତି ଇଣ୍ଟରନେଟରେ ଆପରାଧିକ ସାମଗ୍ରୀ ବହୁ ମାତ୍ରାରେ ପ୍ରସାରିତ ହେବାରେ ଲାଗିଛି । ପୋଲିସ ଏମିତି ବହୁ ସାଇଟ୍‌କୁ ହଟାଇ ଦେଇଛି । ଏହାପରେ ବି ନୂଆ ନୂଆ ସାଇଟ୍ ଖୋଲି ଯାଉଛି । ଯାହା ଉପରେ ପୋଲିସ ବିଭାଗ ସମ୍ପୂର୍ଣ୍ଣ ଭାବେ ନିୟନ୍ତ୍ରଣ କରିବାକୁ ଚେଷ୍ଟା କରୁଛି । ରାଜସ୍ଥାନକୁ ନେଇ ସେ କହିଛନ୍ତି ଏଠାରେ ବି ବହୁପରିମାଣରେ ଅପରାଧ ମାମଲା ବଢିବାରେ ଲାଗିଛି । ଏହାର ମୁଖ୍ୟ କାରଣ ହେଉଛି ଜନସଂଖ୍ୟା, ବେକାରି ସମସ୍ୟା ଓ ଇଣ୍ଟରନେଟ । ତେଣୁ ପୋଲିସ ଏହା ଉପରେ ଫୋକସ କରି ଅଧିକରୁ ଅଧିକ ପିଲାଙ୍କୁ ଶିକ୍ଷିତ କରିବା ସହ ଅଭିଭାବକମାନଙ୍କୁ ମଧ୍ୟ ଏ ସମ୍ପର୍କରେ ବୁଝାଇବାକୁ ଚେଷ୍ଟା କରୁଛି । ତେବେ ଇଣ୍ଟରନେଟର ବ୍ୟବହାର ସକରାତ୍କକ କାର୍ଯ୍ୟ ପାଇଁ କରାଯାଇଛି ବୋଲି ପୋଲିସ ବୁଝାଉଛି । ଅନ୍ୟପଟେ ସାଇବର କ୍ରାଇମକୁ କମାଇବାକୁ ନୂଆ କାର୍ଯ୍ୟକ୍ରମ କରାଯାଉଥିବା ଡିଜିପି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବପିଢ଼ିଙ୍କ ମଧ୍ୟରେ କ୍ରୀଡ଼ା ପ୍ରତି ଆଗ୍ରହ: ବିଜୟୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର

କର୍ଲାମୁଣ୍ଡା, ୨୯।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାସ୍ଥିତ ରାଧାମାଧବ ଯୁବକ ସଂଘ ପକ୍ଷରୁ ଶନିବାର ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି।…

ରାଜସ୍ବ ଆଦାୟରେ ଆଗୁଆ, ସୁରକ୍ଷା ଦିଗରେ ପଛୁଆ: ଆରଟିଓଙ୍କ ପାଖରେ ସୂଚନା ମିଳୁନି, କିରାଣି ସର୍ବେସବା, ବୈଠକରେ ସୀମିତ

ଭବାନୀପାଟଣା,୨୯।୮(ଉତ୍ତମ କୁମାର ଦାଶ): ଜିଲା ସ୍ତରରେ ସଡ଼କ ଦୁର୍ଘଟଣା ରୋକିବା ଏବଂ ଯାତାୟତ ବ୍ୟବସ୍ଥାର ସୁଧାର ପାଇଁ ଜିଲା ସ୍ତରରେ ଏକ ସଡ଼କ ସୁରକ୍ଷା ସମିତି କମିଟି…

ଗାଧୋଇବା ବେଳେ ନଦୀରେ ବୁଡ଼ି ନାବାଳିକାଙ୍କ ମୃତ୍ୟୁ

ପଟ୍ଟାମୁଣ୍ଡାଇ, ୨୯/୮ (କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ତନୂପୁର ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବ୍ରାହ୍ମଣୀ ନଦୀର ଶାଖା ନାଳରେ ଗାଧୋଇବା ସମୟରେ…

ରୋଷେଇ ଘରେ ବିଷ? ଏଭରେଷ୍ଟ ହିଙ୍ଗୁ ଉପରେ FSSAIର ବ୍ୟାନ୍, ୩ ମସଲା ନେଇ ସାମ୍ନାକୁ ଆସିଲା ବଡ଼ ଜାଲିଆତି!

ନୂଆଦିଲ୍ଲୀ,୨୯।୮: ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (FSSAI) ଗ୍ରାହକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରସିଦ୍ଧ ମସଲା…

ବହୁ ଚର୍ଚ୍ଚିତ ସୁଧୀର ପାତ୍ର ଅପହରଣ, ହତ୍ୟା ମାମଲା: ଅଭିଯୁକ୍ତ ତୁଷାରଙ୍କ ଜାମିନ ଖାରଜ

ବ୍ରହ୍ମପୁର,୨୯୮(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅନ୍ତର୍ଗତ ସତ୍ୟ ନାରାୟଣପୁର ମୁଖ୍ୟ ରାସ୍ତାରେ ପ୍ଲଟ ବ୍ୟବସାୟୀ ସୁଧୀର କୁମାର୍‌ ପାତ୍ରଙ୍କୁ ଗତ ଏପ୍ରିଲ ୧୫…

NDAରେ ବଡ଼ ଫାଟ: କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ମାଗିଲେ ଚିରାଗ ପାଶୱାନ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୨୯।୮: NDAରେ ଦଳିତ ସଂରକ୍ଷଣକୁ ନେଇ ଫାଟ ସ୍ପଷ୍ଟ ଦେଖାଯାଉଛି। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ର ମୁଖ୍ୟ କେନ୍ଦ୍ରମନ୍ତ୍ରୀ ଚିରାଗ ପାଶୱାନ, ମୋଦି କ୍ୟାବିନେଟରେ ଥିବା…

ରାକ୍ଷୀ ପୂର୍ଣ୍ଣିମା ପାଇଁ ବାପଘରକୁ ଆସିଥିଲେ: ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩ ଗୁରୁତର

ବାରିପଦା, ୨୯।୮ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅନ୍ତର୍ଗତ ପଟିସାରି ଗ୍ରାମପଞ୍ଚାୟତର ଜଡ଼ିପଦା ଗାଁରେ ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩…

ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ

ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri