ନୂଆ ରାଜ୍ୟପାଳଙ୍କୁ ଭେଟିଲେ ଆରକ୍ଷୀ ମହାନିର୍ଦ୍ଦେଶକ

ଭୁବନେଶ୍ୱର,୬ା୧: ସୋମବାର ରାଜଭବନ ପରିସରରେ ଓଡ଼ିଶାର ନୂଆ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମ୍‌ପତିଙ୍କୁ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୂର ଖୁରାନିଆ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ଡିଜିପି ମାନ୍ୟବର ରାଜ୍ୟପାଳଙ୍କୁ ଭେଟି ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି, ରାଜ୍ୟବାସୀଙ୍କ ସୁରକ୍ଷା ଓ ନିରାପତ୍ତା ଆଦି ପ୍ରସଙ୍ଗରେ ଅବଗତ କରିଥିଲେ ।

ରାଜ୍ୟରେ ଗଞ୍ଜେଇ ଚାଷ ବିରୋଧରେ ରାଜ୍ୟ ପୋଲିସର ସ୍ବତନ୍ତ୍ର ଅଭିଯାନ ଜାରିରହିଛି। ରାଜ୍ୟରୁ ଗଞ୍ଜେଇ ମୂଳପୋଛ କରିବାକୁ ଡିଜିପି ନିର୍ଦ୍ଦେଶ ଦେଇଥିବାବେଳେ ଏହାକୁ କାର୍ଯ୍ୟକାରୀ କରାଯାଉଛି। ଏହି ପରିପ୍ରେକ୍ଷୀରେ୨୦୨୪-୨୫ରେ ୩୫୦ଟି ମାମଲା ରୁଜୁ କରାଯାଇଥିବାବେଳେ ଏଥିରେ ସମ୍ପୃକ୍ତ ଥିବା ୪ ଅଭିଯୁକ୍ତଙ୍କୁ ଗିରଫକରାଯାଇଛି। ବୌଦ୍ଧ ଜିଲାରେ ସର୍ବାଧିକ ୧୧୨ଟି ମାମଲା ରୁଜୁ ହୋଇଥିବାବେଳେ ୫ ହଜାର ୪୦୦ ଏକରରୁ ଅଧିକ ଗଞ୍ଜେଇ ଚାଷ ନଷ୍ଟ କରାଯାଇଛି।

ସେହିପରି ଗଜପତି ଜିଲାରେ ୩୪ଟି ମାମଲା ରୁଜୁ ହୋଇଥିବାବେଳେ ୧ ହଜାର ୨୨ ଏକରରୁ ଅଧିକ ଗଞ୍ଜେଇ ନଷ୍ଟ କରାଯାଇଛି। ହଜାର ହଜାର ଏକର ଗଞ୍ଜେଇ ଚାଷ ନଷ୍ଟ କରିବା ପୋଲିସ ପାଇଁ ବଡ଼ ସଫଳତା ବୋଲି ଡିଜିପି ମତବ୍ୟକ୍ତ କରିଛନ୍ତି। ଆଗାମୀ ଦିନରେ ମଧ୍ୟ ଏହି ଅଭିଯାନ ଜାରି ରହିବ ବୋଲି ଡିଜିପି କହିଛନ୍ତି।

ରାଜ୍ୟର ୮ଟି ଜିଲାରେ ଗଞ୍ଜେଇ ଚାଷ ବିରୋଧରେ ସ୍ପେଶାଲ ଡ୍ରାଇଭ ଚାଲିଛି। ରାୟଗଡ଼ା, ମାଲକାନଗିରି, କୋରାପୁଟ, ବୌଦ୍ଧ, କନ୍ଧମାଳ, ଗଜପତି, ଗଞ୍ଜାମ ଏବଂ ନବରଙ୍ଗପୁର ଜିଲାରେ ବେଆଇନ ଗଞ୍ଜେଇ ଚାଷ କରାଯାଉଥିବାବେଳେ ଏହାର ମୂଳୋଉତ୍ପାଟନ ନମନ୍ତେ ପୋଲିସ ପକ୍ଷରୁ ବ୍ୟାପକ ଅଭିଯାନ ଚାଲିଛି। ଡ୍ରୋନଏବଂ ସାଟେଲାଇଟ ସାହାଯ୍ୟରେ  ଏକର ଏକର ଗଞ୍ଜେଇ ଚାଷଜମିକୁ ଚିହ୍ନଟ କରାଯିବା ପରେ ଏହାକୁ ନଷ୍ଟ କରାଯାଉଛି। ଏହାସହ ଗଞ୍ଜେଇ ଚାଷ କରୁଥିବା ଲୋକଙ୍କୁ ପୋଲିସ ସଚେତନ କରାଉଥିବାବେଳେ ଗଞ୍ଜେଇ ଚାଷ କଲେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଡିଜିପି ଖୁରାନିଆ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri