ନୂଆ ରାଜ୍ୟପାଳଙ୍କୁ ଭେଟିଲେ ଆରକ୍ଷୀ ମହାନିର୍ଦ୍ଦେଶକ

ଭୁବନେଶ୍ୱର,୬ା୧: ସୋମବାର ରାଜଭବନ ପରିସରରେ ଓଡ଼ିଶାର ନୂଆ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମ୍‌ପତିଙ୍କୁ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୂର ଖୁରାନିଆ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ଡିଜିପି ମାନ୍ୟବର ରାଜ୍ୟପାଳଙ୍କୁ ଭେଟି ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି, ରାଜ୍ୟବାସୀଙ୍କ ସୁରକ୍ଷା ଓ ନିରାପତ୍ତା ଆଦି ପ୍ରସଙ୍ଗରେ ଅବଗତ କରିଥିଲେ ।

ରାଜ୍ୟରେ ଗଞ୍ଜେଇ ଚାଷ ବିରୋଧରେ ରାଜ୍ୟ ପୋଲିସର ସ୍ବତନ୍ତ୍ର ଅଭିଯାନ ଜାରିରହିଛି। ରାଜ୍ୟରୁ ଗଞ୍ଜେଇ ମୂଳପୋଛ କରିବାକୁ ଡିଜିପି ନିର୍ଦ୍ଦେଶ ଦେଇଥିବାବେଳେ ଏହାକୁ କାର୍ଯ୍ୟକାରୀ କରାଯାଉଛି। ଏହି ପରିପ୍ରେକ୍ଷୀରେ୨୦୨୪-୨୫ରେ ୩୫୦ଟି ମାମଲା ରୁଜୁ କରାଯାଇଥିବାବେଳେ ଏଥିରେ ସମ୍ପୃକ୍ତ ଥିବା ୪ ଅଭିଯୁକ୍ତଙ୍କୁ ଗିରଫକରାଯାଇଛି। ବୌଦ୍ଧ ଜିଲାରେ ସର୍ବାଧିକ ୧୧୨ଟି ମାମଲା ରୁଜୁ ହୋଇଥିବାବେଳେ ୫ ହଜାର ୪୦୦ ଏକରରୁ ଅଧିକ ଗଞ୍ଜେଇ ଚାଷ ନଷ୍ଟ କରାଯାଇଛି।

ସେହିପରି ଗଜପତି ଜିଲାରେ ୩୪ଟି ମାମଲା ରୁଜୁ ହୋଇଥିବାବେଳେ ୧ ହଜାର ୨୨ ଏକରରୁ ଅଧିକ ଗଞ୍ଜେଇ ନଷ୍ଟ କରାଯାଇଛି। ହଜାର ହଜାର ଏକର ଗଞ୍ଜେଇ ଚାଷ ନଷ୍ଟ କରିବା ପୋଲିସ ପାଇଁ ବଡ଼ ସଫଳତା ବୋଲି ଡିଜିପି ମତବ୍ୟକ୍ତ କରିଛନ୍ତି। ଆଗାମୀ ଦିନରେ ମଧ୍ୟ ଏହି ଅଭିଯାନ ଜାରି ରହିବ ବୋଲି ଡିଜିପି କହିଛନ୍ତି।

ରାଜ୍ୟର ୮ଟି ଜିଲାରେ ଗଞ୍ଜେଇ ଚାଷ ବିରୋଧରେ ସ୍ପେଶାଲ ଡ୍ରାଇଭ ଚାଲିଛି। ରାୟଗଡ଼ା, ମାଲକାନଗିରି, କୋରାପୁଟ, ବୌଦ୍ଧ, କନ୍ଧମାଳ, ଗଜପତି, ଗଞ୍ଜାମ ଏବଂ ନବରଙ୍ଗପୁର ଜିଲାରେ ବେଆଇନ ଗଞ୍ଜେଇ ଚାଷ କରାଯାଉଥିବାବେଳେ ଏହାର ମୂଳୋଉତ୍ପାଟନ ନମନ୍ତେ ପୋଲିସ ପକ୍ଷରୁ ବ୍ୟାପକ ଅଭିଯାନ ଚାଲିଛି। ଡ୍ରୋନଏବଂ ସାଟେଲାଇଟ ସାହାଯ୍ୟରେ  ଏକର ଏକର ଗଞ୍ଜେଇ ଚାଷଜମିକୁ ଚିହ୍ନଟ କରାଯିବା ପରେ ଏହାକୁ ନଷ୍ଟ କରାଯାଉଛି। ଏହାସହ ଗଞ୍ଜେଇ ଚାଷ କରୁଥିବା ଲୋକଙ୍କୁ ପୋଲିସ ସଚେତନ କରାଉଥିବାବେଳେ ଗଞ୍ଜେଇ ଚାଷ କଲେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଡିଜିପି ଖୁରାନିଆ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri