ଲୋକଙ୍କ ଅଭିଯୋଗ ବୁଝିବାକୁ ଥାନା ପାଇଁ ନୂଆ ଗାଇଡ୍‌ଲାଇନ୍‌ ଜାରିକଲେ ଡିଜିପି

ଭୁବନେଶ୍ୱର, ୨୮।୭(ବ୍ୟୁରୋ): କରୋନା ସମୟରେ ଲୋକଙ୍କ ଅଭିଯୋଗ ବୁଝିବା ପାଇଁ ରାଜ୍ୟର ସମସ୍ତ ଥାନାରେ ଡିଜିପି ଅଭୟ ନୂଆ ଗାଇଡଲାଇନ ଜାରି କରିଛନ୍ତି । ପୋଲିସ କର୍ମଚାରୀମାନେ କେଉଁଭଳି ଅଭିଯୋଗ ବୁଝିବେ, ସେ ନେଇ ଡିଜିପି ଏହି ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ସମ୍ପୃକ୍ତ ଗାଇଡଲାଇନଗୁଡ଼ିକ ହେଲା:

– ଲୋକଙ୍କ ଅଭିଯୋଗ ଶୁଣିବାକୁ ଜିଲା ପୋଲିସ ମୁଖ୍ୟାଳୟରେ କଣ୍ଟ୍ରୋଲ ରୁମ ରହିବ। କଣ୍ଟ୍ରୋଲ ରୁମ୍‌ ନମ୍ବର ଟୁଇଟର ଏବଂ ଫେସବୁକ୍‌ରେ ଦିଆଯିବ।
– ପ୍ରତି ଥାନା ବି ସେମାନଙ୍କ ଲ୍ୟାଣ୍ଡଲାଇନ ନମ୍ବର ସୋସିଆଲ ମିଡିଆରେ ଦେବେ।
– ଥାନାକୁ ଫୋନ୍‌ରେ ଆସୁଥିବା ଅଭିଯୋଗର ତଦାରଖ ଏସ୍‌ପି ଓ ଡିଏସପି କରିବେ।
– ଲୋକଙ୍କ ଆପତ୍ତି ଶୁଣିବାକୁ ସବୁ ଥାନାରେ ରିସେପସନ କାଉଣ୍ଟର ରହିବ।
– ରିସେପସନ କାଉଣ୍ଟର ଥାନା ମୁଖ୍ୟ କୋଠାଠାରୁ ଛାଡ଼ି କି ରହିବ। ଅଲଗା ଘର ନ ଥିଲେ ଟେଣ୍ଟ ଲାଗିବ।
– ରିସେପସନ ଏରିଆ ନିୟମିତ ବିଶୋଧନ କରାଯିବ।
– ଆସୁଥିବା ଅଭିଯୋଗକାରୀଙ୍କୁ ମାସ୍କ ପିନ୍ଧିବା ଓ ହାତ ଧୋଇବାକୁ କୁହାଯିବ।
– ଡିଆଇଜି/ଏସ୍‌ପି/ଡିଏସପିଙ୍କ ଅଫିସ ମେନ ଗେଟ୍‌ରେ ଫୋନ ନମ୍ବର ଡିସପ୍ଲେ ଲାଗିବ।
– ମେନ୍‌ ଗେଟରେ ଅଭିଯୋଗ ବାକ୍ସ ରଖାଯିବ, ସେଥିରେ ଲୋକେ ଅଭିଯୋଗ ପକାଇବେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri