ନିର୍ବାଚନକୁ ଅବାଧ, ଅପରାଧ ମୁକ୍ତ କରିବାକୁ ଡିଜିପିଙ୍କ ଆହ୍ବାନ

କଟକ,୧୩ା୧(କାର୍ତ୍ତିକ ସାହୁ): ଆଗକୁ ରାଜ୍ୟରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବ। ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତିର ନିୟନ୍ତ୍ରଣଠାରୁ ଆରମ୍ଭ କରି ଅବାଧ ନିର୍ବାଚନ ପରିଚାଳନା ଓଡ଼ିଶା ପୋଲିସ ପାଇଁ ବଡ଼ ଆହ୍ବାନ। ଏହି ପରିପ୍ରେକ୍ଷୀରେ କଟକସ୍ଥିତ ପୋଲିସ ମୁଖ୍ୟାଳୟରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ବୈଠକରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଅରୁଣ କୁମାର ଷଡ଼ଙ୍ଗୀ ନିର୍ବାଚନକୁ ଅବାଧ, ଅପରାଧମୁକ୍ତ, ଶାନ୍ତି ଶୃଙ୍ଖଳାର ସହ ପରିଚାଳନା କରିବାକୁ ବରିଷ୍ଠ ପୋଲିସ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଡିଜିପି ଷଡ଼ଙ୍ଗୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ ପୋଲିସ ମୁଖ୍ୟାଳୟ ସମ୍ମିଳନୀ କକ୍ଷଠାରେ ଆୟୋଜିତ ବୈଠକରେ ଭାରତର ନିର୍ବାଚନ ଆୟୋଗଙ୍କ ସମସ୍ତ ନିୟମାବଳୀକୁ ସଠିକ ଭାବେ ପାଳନ କରିବାକୁ ଡିଜିପି ଷଡ଼ଙ୍ଗୀ ଗୁରୁତ୍ୱାରୋପ କରିଛନ୍ତି। ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ସମ୍ବେବେଦନଶୀଳ ସ୍ଥାନଗୁଡ଼ିକରେ ବ୍ଲକିଂ ଓ ଗାଡ଼ି ମୋଟର ଯାଞ୍ଚ କରାଯିବାକୁ ନିର୍ଦ୍ଦେଶ ଦେବା ସହ ସାଧାରଣ ଲୋକଙ୍କ ଆସ୍ଥାଭାଜନ ହେବାକୁ ଡିଜିପି ପୋଲିସ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି।
ବୈଠକରେ କେତେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଡିଜିପି ସମୀକ୍ଷା କରିଥିଲେ। ସାମାଜିକ ଗଣମାଧ୍ୟମରେ ନିର୍ବାଚନ ଅପରାଧ ସମ୍ପର୍କିତ ମାମଲା, ମାଓବାଦୀ ପ୍ରଭାବିତ ଜିଲାଗୁଡିକରେ ନିର୍ବାଚନ ସମ୍ପର୍କିତ ହିଂସା, ଅବକାରୀ ଧରପଗଡ଼ ଓ ବେଆଇନ ମଦ ସମ୍ପର୍କିତ ଅପରାଧ ମ୍ୟାପିଙ୍ଗ, ଏନଫୋର୍ସମେଣ୍ଟର କାର୍ଯ୍ୟକାରିତା, ଜାମିନବିହୀନ ଗିରଫ ପରଓ୍ବାନା କାର୍ଯ୍ୟକାରିତା, ଅବକାରୀ ମାମଲା, ଏନଡିପିଏସ୍‌ ମାମଲା, ବେଆଇନ ମରଣାସ୍ତ୍ର, ବେଆଇନ ମଦ କାରବାର, ରାଜ୍ୟର ସୀମା ତନଖି ଫାଟକଗୁଡ଼ିକରେ କଡ଼ାକଡ଼ି ଯାଞ୍ଚ, ମତଦାନ କେନ୍ଦ୍ରଗୁଡ଼ିକର ଉପଯୁକ୍ତ ସମୀକ୍ଷା, ପୋଷ୍ଟାଲ ବାଲଟର ପ୍ରସ୍ତୁତି, ମତଦାନ କେନ୍ଦ୍ରଗୁଡ଼ିକରେ ସେକ୍ଟର ପୋଲିସ ଅଧିକାରୀଙ୍କ ନିୟୋଜନ ଆଦି ଉପରେ ଆଲୋଚନା କରାଯାଇଥିଲା। ସେହିପରି ଭିଡିଓ କନଫେରେନ୍ସିଂ ମାଧ୍ୟମରେ ଯୋଡ଼ି ହୋଇଥିବା ରାଜ୍ୟର ସମସ୍ତ ଆରକ୍ଷୀ ଅଧିକ୍ଷକଙ୍କ ସମେତ ସମସ୍ତ ରେଂଜର ଆଇଜି, ଡିଆଇଜିମାନଙ୍କ ସହ ଡିଜିପି ଷଡ଼ଙ୍ଗୀ ମଧ୍ୟ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ସମୀକ୍ଷା କରିଥିଲେ। ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଏଚ୍‌ଆର୍‌ପିସି) ଲଳିତ ଦାସ, ନିର୍ଦ୍ଦେଶକ (ଏସ୍‌ସିଆର୍‌ବି) ବିନୟତୋଷ ମିଶ୍ର, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଏସ୍‌ଏପି) ଆର.ପି. କୋଚେ, ଗୁଇନ୍ଦା ନିର୍ଦ୍ଦେଶକ ସଞ୍ଜୀବ ପଣ୍ଡା, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ମୁଖ୍ୟାଳୟ) ଆର. କେ. ଶର୍ମା, ପୋଲିସ କମିଶନର (ଭୁବନେଶ୍ବର-କଟକ) ସୌମେନ୍ଦ୍ର ପ୍ରିୟଦର୍ଶୀ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଇନ ଓ ଶୃଙ୍ଖଳା) ସଞ୍ଜୟ କୁମାର, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଅପରେଶନ) ଏସ୍‌ ଦେବଦତ୍ତ ସିଂହ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ରେଲଓ୍ବେ ଏବଂ କୋଷ୍ଟାଲ ସିକ୍ୟୁରିଟି) ଦୟାଲ ଗଙ୍ଗଓ୍ବାର, ଆଇଜିପି (ପ୍ରୋଭିଜନିଙ୍ଗ) ଯତୀନ୍ଦ୍ର କୟଲ, ଆଇଜିପି (ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖା) ଏସ୍‌. ସାଇନି, ଆଇଜିପି (ପର୍ସୋନେଲ) ଏସ୍‌. ପ୍ରବୀଣ କୁମାର, ଆଇଜିପି (କମ୍ୟୁନିକେଶନ) ସତୀଶ ଗଜଭିୟେ, ଆଇଜିପି (ଗୁଇନ୍ଦା) ଅନୁପ କୁମାର ସାହୁ, ଡିଆଇଜିପି (ଏସ୍‌ଆଇଡବ୍ଲୁ) ଉମାଶଙ୍କର ଦାଶ, ଡିସିପି (କଟକ) ପିନାକ ମିଶ୍ର, ଏଆଇଜିପି (ହେଡକ୍ୱାର୍ଟସ) ଯୁଗଳ କିଶୋର ପ୍ରମୁଖ ବୈଠକରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦାଦନ ଶ୍ରମିକଙ୍କ ପାଇଁ ଖୁସିଖବର: ଜିଲା ଭିତରେ ଯୋଗାଇ ଦିଆଯିବ କାମ, ମନ୍ତ୍ରୀ କହିଲେ…

ବଲାଙ୍ଗୀର, ୩୧/୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଏକ ଦାଦନ ପ୍ରବଣ ଜିଲା। ତଥ୍ୟ ଅନୁସାରେ ଜିଲାରୁ ୧୯ ହଜାର ଦାଦନ ଶ୍ରମିକ ନିଜ ଘରେ…

ଗଞ୍ଜାମବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର: ପଲ୍ଲୀଶ୍ରୀ ମେଳାକୁ ବୃଦ୍ଧି କରି କହିଲେ…

ଛତ୍ରପୁର,୩୧ା୧(ଦିଲ୍ଲୀପ ସାମଲ): ଗଞ୍ଜାମବାସୀଙ୍କ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶତାଧିକ କୋଟିର ପ୍ରକଳ୍ପ ସହିତ ଆଉ ଏକ ବଡ଼ ଉପହାର ଦେଇଛନ୍ତି। ଗୋପାଳପୁର ବେଳାଭୂମି…

ଗ୍ରୀନଫିଲ୍ଡ ଷ୍ଟାଡିୟମ ବାହାରେ ଲାଗିଲା MS Dhoniଙ୍କ ୫୦ ଫୁଟର ‘କଟ ଆଉଟ’, ଜାଣନ୍ତୁ କେତେବେଳେ ଆରମ୍ଭ ହେବ IND vs NZ ପଞ୍ଚମ T20

ନୂଆଦିଲ୍ଲୀ,୩୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ T20 ସିରିଜର ଶେଷ ମ୍ୟାଚ ଶନିବାର ତିରୁଭାନନ୍ତପୁରମର ଗ୍ରୀନଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମରେ ଖେଳାଯିବ। ଏଠାରେ ଚାରୋଟି…

President Droupadi Murmu to visit Odisha: କଡ଼ାକଡ଼ି ହେବ ସୁରକ୍ଷା ବ୍ୟବସ୍ଥା, ମୁତୟନ ହେବେ…

ଭୁବନେଶ୍ୱର,୩୧।୧: ଫେବୃଆରୀ ପ୍ରଥମ ସପ୍ତାହରେ ଓଡିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ପୁରୀ ପୋଲିସ ପକ୍ଷରୁ ଆଗୁଆ ପ୍ରସ୍ତୁତି ଆରମ୍ଭ ହୋଇଛି। ବ୍ଲୁ…

T20 World Cup: ଅଷ୍ଟ୍ରେଲିଆକୁ ଶକ୍ତ ଧକ୍କା! Pat Cummins ଆଉଟ, ଆସିଲା୧୫ ସଦସ୍ୟ ବିଶିଷ୍ଟ ଚୁଡ଼ାନ୍ତ ତାଲିକା

ନୂଆଦିଲ୍ଲୀ,୩୧।୧: କ୍ରିକେଟ ଅଷ୍ଟ୍ରେଲିଆ ୨୦୨୬ ଟି୨୦ ବିଶ୍ୱକପ ପାଇଁ ଏହାର ମୁଖ୍ୟ ଦଳ ଘୋଷଣା କରିଛି। ବୋର୍ଡ ପୂର୍ବରୁ ଏକ ପ୍ରାରମ୍ଭିକ ଦଳ ଚୟନ କରିଥିଲା, ଯେଉଁଥିରେ…

ସାଇକେଲ ଆରୋହୀଙ୍କୁ ଧକ୍କା ଦେଲା ହାଇୱା, ଘଟଣାସ୍ଥଳରେ…

ଧର୍ମଶାଳା,୩୧।୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥର ନାନପୁର ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

୧୫୩ ବର୍ଷରେ ଯୋରନ୍ଦା ମେଳା: ଜୀବଜଗତର ମଙ୍ଗଳ ପାଇଁ ଆଜି ଘୃତାହୁତି କରିବେ…

ଢେଙ୍କାନାଳ,୩୧ା୧(ରତନ ନାୟାର): ବିଶ୍ୱପ୍ରସିଦ୍ଧ ମହିମା ଧର୍ମପୀଠ ମହିମାଗାଦି ଯୋରନ୍ଦାରେ ପ୍ରସିଦ୍ଧ ମାଘମେଳା ଶନିବାର ଆରମ୍ଭ ହୋଇଛି। ଚଳିତ ବର୍ଷ ମେଳା ୧୫୩ ବର୍ଷରେ ପହଞ୍ଚିଛି। ସେହିପରି ଚଳିତ…

ନବୀନ ନିବାସରୁ ବାହାରି ବଡ଼ ସୂଚନା ଦେଲେ କଳିକେଶ: କହିଦେଲେ ସାଂଘାତିକ କଥା, ରାଜନୀତିରେ ହଇଚଇ

ଭୁବନେଶ୍ୱର,୩୧।୧: ନବୀନ ନିବାସରୁ ବାହାରିଲେ କଳିକେଶ ନାରାୟଣ ସିଂହଦେଓ। ଏହି ସମୟରେ ଗଣମାଧ୍ୟମ ଜରିଆରେ କଳିକେଶ ବଡ଼ ସୂଚନା ଦେଇ କହିଛନ୍ତି, ଓଡ଼ିଶା ଲାଗି କାମ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri