ନିର୍ବାଚନକୁ ଅବାଧ, ଅପରାଧ ମୁକ୍ତ କରିବାକୁ ଡିଜିପିଙ୍କ ଆହ୍ବାନ

କଟକ,୧୩ା୧(କାର୍ତ୍ତିକ ସାହୁ): ଆଗକୁ ରାଜ୍ୟରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବ। ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତିର ନିୟନ୍ତ୍ରଣଠାରୁ ଆରମ୍ଭ କରି ଅବାଧ ନିର୍ବାଚନ ପରିଚାଳନା ଓଡ଼ିଶା ପୋଲିସ ପାଇଁ ବଡ଼ ଆହ୍ବାନ। ଏହି ପରିପ୍ରେକ୍ଷୀରେ କଟକସ୍ଥିତ ପୋଲିସ ମୁଖ୍ୟାଳୟରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ବୈଠକରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଅରୁଣ କୁମାର ଷଡ଼ଙ୍ଗୀ ନିର୍ବାଚନକୁ ଅବାଧ, ଅପରାଧମୁକ୍ତ, ଶାନ୍ତି ଶୃଙ୍ଖଳାର ସହ ପରିଚାଳନା କରିବାକୁ ବରିଷ୍ଠ ପୋଲିସ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଡିଜିପି ଷଡ଼ଙ୍ଗୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ ପୋଲିସ ମୁଖ୍ୟାଳୟ ସମ୍ମିଳନୀ କକ୍ଷଠାରେ ଆୟୋଜିତ ବୈଠକରେ ଭାରତର ନିର୍ବାଚନ ଆୟୋଗଙ୍କ ସମସ୍ତ ନିୟମାବଳୀକୁ ସଠିକ ଭାବେ ପାଳନ କରିବାକୁ ଡିଜିପି ଷଡ଼ଙ୍ଗୀ ଗୁରୁତ୍ୱାରୋପ କରିଛନ୍ତି। ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ସମ୍ବେବେଦନଶୀଳ ସ୍ଥାନଗୁଡ଼ିକରେ ବ୍ଲକିଂ ଓ ଗାଡ଼ି ମୋଟର ଯାଞ୍ଚ କରାଯିବାକୁ ନିର୍ଦ୍ଦେଶ ଦେବା ସହ ସାଧାରଣ ଲୋକଙ୍କ ଆସ୍ଥାଭାଜନ ହେବାକୁ ଡିଜିପି ପୋଲିସ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି।
ବୈଠକରେ କେତେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଡିଜିପି ସମୀକ୍ଷା କରିଥିଲେ। ସାମାଜିକ ଗଣମାଧ୍ୟମରେ ନିର୍ବାଚନ ଅପରାଧ ସମ୍ପର୍କିତ ମାମଲା, ମାଓବାଦୀ ପ୍ରଭାବିତ ଜିଲାଗୁଡିକରେ ନିର୍ବାଚନ ସମ୍ପର୍କିତ ହିଂସା, ଅବକାରୀ ଧରପଗଡ଼ ଓ ବେଆଇନ ମଦ ସମ୍ପର୍କିତ ଅପରାଧ ମ୍ୟାପିଙ୍ଗ, ଏନଫୋର୍ସମେଣ୍ଟର କାର୍ଯ୍ୟକାରିତା, ଜାମିନବିହୀନ ଗିରଫ ପରଓ୍ବାନା କାର୍ଯ୍ୟକାରିତା, ଅବକାରୀ ମାମଲା, ଏନଡିପିଏସ୍‌ ମାମଲା, ବେଆଇନ ମରଣାସ୍ତ୍ର, ବେଆଇନ ମଦ କାରବାର, ରାଜ୍ୟର ସୀମା ତନଖି ଫାଟକଗୁଡ଼ିକରେ କଡ଼ାକଡ଼ି ଯାଞ୍ଚ, ମତଦାନ କେନ୍ଦ୍ରଗୁଡ଼ିକର ଉପଯୁକ୍ତ ସମୀକ୍ଷା, ପୋଷ୍ଟାଲ ବାଲଟର ପ୍ରସ୍ତୁତି, ମତଦାନ କେନ୍ଦ୍ରଗୁଡ଼ିକରେ ସେକ୍ଟର ପୋଲିସ ଅଧିକାରୀଙ୍କ ନିୟୋଜନ ଆଦି ଉପରେ ଆଲୋଚନା କରାଯାଇଥିଲା। ସେହିପରି ଭିଡିଓ କନଫେରେନ୍ସିଂ ମାଧ୍ୟମରେ ଯୋଡ଼ି ହୋଇଥିବା ରାଜ୍ୟର ସମସ୍ତ ଆରକ୍ଷୀ ଅଧିକ୍ଷକଙ୍କ ସମେତ ସମସ୍ତ ରେଂଜର ଆଇଜି, ଡିଆଇଜିମାନଙ୍କ ସହ ଡିଜିପି ଷଡ଼ଙ୍ଗୀ ମଧ୍ୟ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ସମୀକ୍ଷା କରିଥିଲେ। ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଏଚ୍‌ଆର୍‌ପିସି) ଲଳିତ ଦାସ, ନିର୍ଦ୍ଦେଶକ (ଏସ୍‌ସିଆର୍‌ବି) ବିନୟତୋଷ ମିଶ୍ର, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଏସ୍‌ଏପି) ଆର.ପି. କୋଚେ, ଗୁଇନ୍ଦା ନିର୍ଦ୍ଦେଶକ ସଞ୍ଜୀବ ପଣ୍ଡା, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ମୁଖ୍ୟାଳୟ) ଆର. କେ. ଶର୍ମା, ପୋଲିସ କମିଶନର (ଭୁବନେଶ୍ବର-କଟକ) ସୌମେନ୍ଦ୍ର ପ୍ରିୟଦର୍ଶୀ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଇନ ଓ ଶୃଙ୍ଖଳା) ସଞ୍ଜୟ କୁମାର, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଅପରେଶନ) ଏସ୍‌ ଦେବଦତ୍ତ ସିଂହ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ରେଲଓ୍ବେ ଏବଂ କୋଷ୍ଟାଲ ସିକ୍ୟୁରିଟି) ଦୟାଲ ଗଙ୍ଗଓ୍ବାର, ଆଇଜିପି (ପ୍ରୋଭିଜନିଙ୍ଗ) ଯତୀନ୍ଦ୍ର କୟଲ, ଆଇଜିପି (ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖା) ଏସ୍‌. ସାଇନି, ଆଇଜିପି (ପର୍ସୋନେଲ) ଏସ୍‌. ପ୍ରବୀଣ କୁମାର, ଆଇଜିପି (କମ୍ୟୁନିକେଶନ) ସତୀଶ ଗଜଭିୟେ, ଆଇଜିପି (ଗୁଇନ୍ଦା) ଅନୁପ କୁମାର ସାହୁ, ଡିଆଇଜିପି (ଏସ୍‌ଆଇଡବ୍ଲୁ) ଉମାଶଙ୍କର ଦାଶ, ଡିସିପି (କଟକ) ପିନାକ ମିଶ୍ର, ଏଆଇଜିପି (ହେଡକ୍ୱାର୍ଟସ) ଯୁଗଳ କିଶୋର ପ୍ରମୁଖ ବୈଠକରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାରିଲା ପାକିସ୍ତାନ, ତଥାପି ଇସଲାମାବାଦରେ କାହିଁକି ଉତ୍ସବର ମାହୋଲ! ଭାଇରାଲ୍ ଭିଡିଓକୁ ନେଇ ଚର୍ଚ୍ଚା

ଇସଲାମାବାଦ,୧୫।୯: ଇଂଲଣ୍ଡ ଗସ୍ତରେ ପରାଜିତ ହୋଇ ଫେରିଥିବା ପାକିସ୍ତାନ ଦଳକୁ ଚାରିଆଡୁ କଡ଼ା ସମାଲୋଚନା କରାଯାଉଛି। କିନ୍ତୁ ଏହି ନିରାଶାଜନକ ପ୍ରଦର୍ଶନ ମଧ୍ୟରେ ଦଳର ୨୧ ବର୍ଷୀୟ…

ଶନିଙ୍କ ନଜରରେ ୬ ରାଶି! ୨୦୨୭ ପୂର୍ବରୁ ବଦଳିବ ଭାଗ୍ୟ, ଧନଲାଭ ଯୋଗକୁ ମିଳିବ ବଡ଼ ଚାକିରିର ସୁଯୋଗ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନର ଏକ ବିଶେଷ ମହତ୍ତ୍ୱ ରହିଛି। ଶନି ସମସ୍ତ ଗ୍ରହଙ୍କ ମଧ୍ୟରେ ସବୁଠାରୁ ମନ୍ଥର ଗତିରେ ଚଳନ କରୁଥିବା ଗ୍ରହ ଏବଂ ସେ…

ଗଣେଶ ପୂଜା ପାଇଁ ଚଳଚଞ୍ଚଳ ଭଞ୍ଜନଗର: ମଣ୍ଡପରେ ଜମୁଛି ଭକ୍ତଙ୍କ ଭିଡ଼, ଉତ୍ସବମୁଖର …

ଭଞ୍ଜନଗର,୧୫।୯(ବାବୁଲା ପ୍ରଧାନ): ପବିତ୍ର ଗଣେଶ ପୂଜା ଅବସରରେ ଭଞ୍ଜନଗର ସହର ସମେତ ଆଖପାଖ ଗ୍ରାମାଞ୍ଚଳରେ ଏକ ଆନନ୍ଦଉଲ୍ଲାସ ଓ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ଗତ ଦୁଇଦିନ…

ପରିବାର ସହ ନୂଆଁଖାଇ ପାଳିଲେ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର; ନୂଆଁଖାଇ ଜୁହାର ଭେଟ ହୋଇ ଜଣାଇଲେ ଶୁଭେଚ୍ଛା

ବଲାଙ୍ଗୀର,୧୫ା୯ (ବୀରେନ୍ଦ୍ର କୁମାର ଝାଙ୍କର): ପବିତ୍ର ନୂଆଁଖାଇ ଅବସରରେ ପୂର୍ବତନ ଆଇନ ମନ୍ତ୍ରୀ ନରସିଂହ ମିଶ୍ର ନିଜ ପରିବାର ସହ ନବାନ୍ନ ଭକ୍ଷଣ କରିବା ପରେ ନିଜ…

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ସଜନା ଶାଗ ତୋଳିବା ହେଲା କାଳ: ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଚାଲିଗଲା ୩୦ ବର୍ଷୀୟ ଯୁବକଙ୍କ ଜୀବନ

କୋରାପୁଟ,୧୫।୯(ଅମିତାଭ ବେହେରା): ସଜନା ଶାଗ ତୋଳିବାକୁ ଯାଇଥିଲେ, ହେଲେ ଫେରିଲା ମୃତଦେହ। ଅସାବଧାନତାର ଏକ ମୁହୂର୍ତ୍ତ ଜଣେ ଯୁବକଙ୍କ ଜୀବନରେ କାଳ ସାଜିଛି। ୧୧ କେଭି ବିଦ୍ୟୁତ୍…

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

ପ୍ରଫେସର କୃତ୍ତିବାସ ବିଶ୍ୱାଳଙ୍କୁ ‘ଭଞ୍ଜଶ୍ରୀ ଶ୍ରୀଧର ଶତପଥୀ ସ୍ମୃତି ସମ୍ମାନ’

ଭଞ୍ଜନଗର,୧୫।୯ (ବାବୁଲା ପ୍ରଧାନ): ଘୁମୁସର ମାଟିର ବିଶିଷ୍ଟ ଜ୍ୟୋତିଷ, ଭଞ୍ଜ ସାହିତ୍ୟ ଗବେଷକ ତଥା ପ୍ରତିଷ୍ଠିତ ସାହିତ୍ୟିକ ଭଞ୍ଜଶ୍ରୀ ପଣ୍ଡିତ ଶ୍ରୀଧର ଶତପଥୀଙ୍କ ୧୧୩ତମ ଜୟନ୍ତୀ ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?