ଗଞ୍ଜାମ-କନ୍ଧମାଳ ସୀମାରେ ମାଓବାଦୀ ଦମନ ଯୋଜନା, ଆଇନଶୃଙ୍ଖଳା ପରିସ୍ଥିତି ସମୀକ୍ଷା କଲେ ଡିଜି

ଭଞ୍ଜନଗର,୨୨।୧୧(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ସୀମାଠାରୁ ୫ କି.ମି. ଭିତରେ ଥିବା କନ୍ଧମାଳ ଜିଲା ରାଇକିଆ ଥାନା ଅନ୍ତର୍ଗତ ଦାଉସର ଜଙ୍ଗଲରେ ଗତ ସେପ୍ଟେମ୍ବର ୧୮ ତାରିଖରେ ଏସ୍‌ଓଜି ପକ୍ଷରୁ କମ୍ବିଂ ଅପରେଶନ ଚାଲିଥିଲା। ଏହି ସମୟରେ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ କନେଷ୍ଟବଳ  ପ୍ରେମ ସିଂ ମାଝୀ ଗୁରୁତର ଭାବେ ଆହତ ହୋଇଥିଲେ। ସେବେଠାରୁ ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା ଜଙ୍ଗଲରେ ମଝିରେ ମଝିରେ ବଂଶଧାରା ଡିଭିଜନର ମାଓବାଦୀମାନଙ୍କ ଚଳପ୍ରଚଳ ହେଉଅଛି। ଯାହାକୁ ନେଇ ସମ୍ପୃକ୍ତ ଅଞ୍ଚଳବାସୀ ଆତଙ୍କିତ ଅବସ୍ଥାରେ ରହୁଛନ୍ତି। ଅନ୍ୟପଟେ ଆଇଆର୍‌ବି, ଏସ୍‌ଓଜି, ଜଲା ପୋଲିସ ପକ୍ଷରୁ ମଧ୍ୟ ବାରମ୍ବାର ସୀମା ଅଞ୍ଚଳ ଜଙ୍ଗଲରେ କମ୍ବିଂ ଅପରେସନ ହେଉଛି।

ଏହିଭଳି ପରିସ୍ଥିତିରେ ଶନିବାର ଅପରାହ୍ନରେ ଡିଜି ପୋଲିସ ୱାଇ ବି ଖୁରାନିଆ ହଠାତ ଭଞ୍ଜନଗରରେ ପହଞ୍ଚି  ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ଆଇନ ଶୃଙ୍ଖଳା ପରିସ୍ଥିତି, ମାଓବାଦୀ ଦମନ ଉପରେ ସମୀକ୍ଷା କରିଥିଲେ। ଏହାପରେ ସାଂରେ ତନରଡ଼ାରେ ଥିବା ଆଇଆରବି ୮ ମ ସ୍ବତନ୍ତ୍ର ବାଟାଲିୟନରେ ପହଞ୍ଚି ସେଠାରେ ଯବାନମାନଙ୍କ ପାଇଁ ହୋଇଥିବା ନୂତନ ଜିମ୍‌କୁ ଉଦଘାଟନ କରିଥିଲେ। ଏହାପରେ ବିଭିନ୍ନ ଅଧିକାରୀଙ୍କ ସହ ସେଠାରେ ବିଭିନ୍ନ ବିଷୟରେ ବହୁ ସମୟ ଧରି ଆଲୋଚନା କରିଥିଲେ।  ଡିଜିଙ୍କ ଗସ୍ତ ସମୟରେ ଅତିରିକ୍ତ ଡି ଜି ସଞ୍ଜୀବ ପଣ୍ଡା, ଦକ୍ଷିଣାଞ୍ଚଳ ଆଇ ଜି ନୀତି ଶେଖର, ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ର,  ଆଇଆରବି ୮ ମ ସ୍ବତନ୍ତ୍ର ବାଟାଲିୟନ କମାଣ୍ଡିଙ୍ଗ ଅଫିସର୍‌  ସୁଧାକର ମିଶ୍ର, ଏ ଏସ ପି ରଞ୍ଜନ କୁମାର ଦେ, ଏସଡିପିଓ ଡ ଦୀପକ କୁମାର ମିଶ୍ର, ଡେପୁଟି କମାଣ୍ଡେଣ୍ଟ ଲଳିତ କୁମାର ବାଗ, ଆସିଷ୍ଟାଣ୍ଟ  କମାଣ୍ଡେଣ୍ଟ ମନୋଜ କୁମାର ତରେଇ,  ତାରସିଂ ଥାନା ଅଧିକାରୀଣୀ ଶୁଭଲକ୍ଷ୍ମି ପୂଜାରୀ ପ୍ରମୁଖ ଉପସ୍ଥିତ ଥିଲେ। ସୂଚନା ଯୋଗ୍ୟ ଯେ ଡିଜି ବଉଦ, କନ୍ଧମାଳ ଜିଲ୍ଲାରେ ମାଓବାଦୀ ଗତିବିଧି ଉପରେ ସମୀକ୍ଷା କରିବା ପରେ ଭୁବନେଶ୍ବର ଯିବା ବାଟରେ ଭଞ୍ଜନଗର ରେ ଅଟକି ସମୀକ୍ଷା କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଶନିବାର ସକାଳ ୮ଟାରୁ ବିଦ୍ୟୁତ୍ କାଟ୍: ଏସବୁ ଅଞ୍ଚଳରେ ୬ ଘଣ୍ଟା ବନ୍ଦ ରହିବ ବିଦ୍ୟୁତ୍ ସେବା

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଡିଭିଜନ୍-୨ ଗ୍ରୀଡ୍ ଅନ୍ତର୍ଗତ ୧୧କେଭି ଟେଲିଫୋନ୍ ଏକ୍ସଚେଞ୍ଜ୍ ଫିଡର୍ରେ ଜରୁରୀକାଳୀନ ମରାମତି କାର୍ଯ୍ୟ ଯୋଗୁ ଆସନ୍ତାକାଲି (ଶନିବାର) ସକାଳ ୮ଟାରୁ ଅପରାହ୍ନ ୨ଟା…

ବର୍ଷୀୟାନ ସଂଗଠକଙ୍କୁ ଝୁରୁଛି ଗାଁ ମାଟି ….

ପାଟଣା,୨୮/୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଂଚାୟତ ମଲ୍ଲି ପୋଷି ଗ୍ରାମର ଅବସର ପ୍ରାପ୍ତ ଶିକ୍ଷକ ଓ ବିଶିଷ୍ଟ ସଂଗଠକ ରବୀନ୍ଦ୍ର ବେଜଙ୍କ…

ସରକାରୀ ଜମି ଦଖଲକୁ ନେଇ ଗୋଷ୍ଠୀ ସଂଘର୍ଷ: ୨ ମହିଳାଙ୍କ ସମେତ ୯ ଅଭିଯୁକ୍ତ ଗଲେ ଜେଲ, ଫୋର୍ସ ମୁତୟନ

ଦିଗପହଣ୍ଡି, ୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ଅନ୍ତର୍ଗତ ଦିଗପହଣ୍ଡି ଥାନା ନୂଆ ଅନନ୍ତେଇ ଗ୍ରାମରେ ସରକାରୀ ଜମି ଦଖଲ ଏବଂ ଚାଷକୁ ନେଇ…

କମେ ଗାଁ ଜଙ୍ଗଲରୁ ହାତୀଛୁଆର ମୃତଦେହ ଉଦ୍ଧାର: ନର୍ଲା ରେଞ୍ଜରେ ବାରମ୍ବାର ହାତୀ ମୃତ୍ୟୁକୁ ନେଇ…

ନର୍ଲା, ୭।୮(ସନ୍ତୋଷ ପାତ୍ର): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ଅନ୍ତର୍ଗତ ନର୍ଲା ରେଞ୍ଜ କମେ ଗାଁ ଜଙ୍ଗଲରୁ ଶୁକ୍ରବାର ଏକ ହାତୀ ଛୁଆର ମୃତଦେହ ଉଦ୍ଧାର କରାଯାଇଛି।…

“କାମ କର, ନଚେତ୍ ଅନ୍ୟପାଇଁ ବାଟ ଛାଡ଼”: କଡ଼ା ଚେତାବନୀ ଦେଇ…

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଂଗ୍ରେସର ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକାରିଣୀ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ପ୍ରଦେଶ ଏବଂ ଜାତୀୟ ସ୍ତରର ପ୍ରମୁଖ ଦଳୀୟ…

ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପରିଦର୍ଶନ କଲେ ଜିଲାସ୍ତରୀୟ ଟିମ୍‌

ଛତ୍ରପୁର,୭ା୮(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟର ଅଧୀକ୍ଷକ ଡାକ୍ତର ଶ୍ରୀକାନ୍ତ ସାହୁ ନେତୃତ୍ୱରେ ଏକ ଜିଲାସ୍ତରୀୟ…

ଝିଲିମିଣ୍ଡା ପାଇଁ ଗୌରବ ଆଣିଲେ ରାମ ମେହେର

ଅତାବିରା,୭ା୮ (ଯୁଧିଷ୍ଠିର ମହାପାତ୍ର): ଜାତୀୟ ହସ୍ତତନ୍ତ ଦିବସ ଅବସରରେ ବରଗଡ଼ ଜିଲା ପାଇଁ ଆସିଛି ଗର୍ବର ମୁହୂର୍ତ୍ତ। ଅତାବିରା ବ୍ଲକ ଅନ୍ତର୍ଗତ ଝିଲିମିଣ୍ଡା ଗ୍ରାମର ବିଶିଷ୍ଟ ହସ୍ତତନ୍ତ…

ଛାତ୍ରଛାତ୍ରୀଙ୍କୁ ମିଳିଲା ସ୍ୱାସ୍ଥ୍ୟ ପରାମର୍ଶ: ଏଚ୍‌ଆଇଭି-ଏଡ୍‌ସ୍ ଏବଂ ଯକ୍ଷ୍ମା ରୋଗରୁ ବର୍ତ୍ତିବାର ଉପାୟ ସମ୍ପର୍କରେ ସଚେତନ…

ଦିଗପହଣ୍ଡି,୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ ପୋଡ଼ାମାରି ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶୁକ୍ରବାର ଏଚ୍‌ଆଇଭି (HIV), ଏଡ୍‌ସ୍ ଏବଂ ଯକ୍ଷ୍ମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri