ଅନେକ ଜୀବନ ବଞ୍ଚାଇ ଚର୍ଚ୍ଚାରେ ଧବଳେଶ୍ୱର: ଦୁର୍ଗମ ଅଞ୍ଚଳର ପାଲଟିଛନ୍ତି ସାହା

ଦାରିଙ୍ଗବାଡି,୪।୨(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡିରେ ଅନେକ ଦୁର୍ଗମ ଓ ଅପହଞ୍ଚ ଅଞ୍ଚଳ ରହିଛି। ଅନେକ ସମୟରେ ଅପହଞ୍ଚ ଅଞ୍ଚଳରେ କୌଣସି ଅଘଟଣ ଘଟିଲେ ଲୋକଙ୍କୁ ସେବା ଯୋଗାଇବା କାଠିକର ପାଠ। ତେବେ ଏହାକୁ ଭୁଲ ପ୍ରମାଣିତ କରି ଦେଖାଇଛନ୍ତି ଦାରିଙ୍ଗବାଡି ଅଗ୍ନିଶମ ବିଭାଗର ଅଧିକାରୀ ଧବଳେଶ୍ୱର ପ୍ରଧାନ। ସେ ସବୁବେଳେ ତାଙ୍କ ଟିମ୍‌କୁ ନେଇ ସଜାଗ ରଖିଥାନ୍ତି। ଗୋଟିଏ ଫୋନ କଲରେ ପହଞ୍ଚିଯାଇଥାନ୍ତି ଗନ୍ତବ୍ୟସ୍ଥଳରେ। ସେ ରାସ୍ତା ଦୁର୍ଘଟଣା ହେଉ କି କେଉଁଠି ଘରେ ନିଆଁ ଲାଗିବା ଘଟଣା। ଆଉ କୂଅରେ ପଡିଥିବା ଲୋକଙ୍କୁ ସାହସର ସହ ଉଦ୍ଧାର କରିବା ପାଇଁ ସେ ଚର୍ଚ୍ଚାରେ ରହିଆସିଛନ୍ତି। ତାଙ୍କର ଏହି ସମୟାନୁବର୍ତ୍ତିତା ଓ କାର୍ଯ୍ୟ ଦକ୍ଷତାକୁ ନେଇ ବ୍ଲକ ପ୍ରଶାସନ ପକ୍ଷରୁ ଚଳିତ ସାଧାରଣତନ୍ତ୍ର ଦିବସରେ ତାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ସେ ନିଜ କୌଣସି ଦାୟିତ୍ୱରେ ବ୍ୟସ୍ତ ଯୋଗୁ ପରବର୍ତ୍ତୀ ସମୟରେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନଙ୍କ ହାତରୁ ସମ୍ବର୍ଦ୍ଧିତ ହୋଇଥିବା ଜଣାପଡିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଛୁଟି ଘୋଷଣା କଲେ ରାଷ୍ଟ୍ରପତି, କାହିଁକି ଜାଣନ୍ତୁ…

ଆସୁନସିଅନ,୩୦ା୬: ଫିଫା ବିଶ୍ୱକପ୍‌ର ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ ଜର୍ମାନୀକୁ ପରାସ୍ତ କରି ପାରାଗୁଏ ବିପର୍ଯ୍ୟୟ ଘଟାଇବା ପରେ ଦେଶରେ ଛୁଟି ଘୋଷଣା କରାଯାଇଛି। ଆଧୁନିକ ବିଶ୍ୱକପ୍‌ ଇତିହାସରେ…

ଚୁକ୍ତିର ଅବଧି ସରିବା ୬ ଦିନ ପୂର୍ୱରୁ ଠିପିବନ୍ଦ ବିଦେଶୀ ମଦ ଦୋକାନ ବନ୍ଦ, ଅବକାରୀ ଅଧିକ୍ଷକ କହିଲେ ତଦନ୍ତ କରାଯିବ…

ଦାରିଙ୍ଗବାଡି, ୩୦ ।୬ (ଅରୁଣ ସାହୁ ): ସରକାରଙ୍କ ଠାରୁ ଅନୁମୋଦନ ପାଇ ସରକାରଙ୍କ ସହ ଚୁକ୍ତି କରି ଖୋଲାଯାଇଥିବା ଠିପିବନ୍ଦ ବିଦେଶୀ ମଦ ଦୋକାନର ଅବଧି…

ପୋକ୍ସୋ ମାମଲାରେ ଦୋଷୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ; ପୀଡ଼ିତାଙ୍କୁ ୭ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ ପାଇଁ କୋର୍ଟଙ୍କ ନିର୍ଦ୍ଦେଶ

ପାରଳାଖେମୁଣ୍ଡି(ଗିରିଧାରୀ ପରିଛା): ୩୦।୬: ଗଜପତି ଜିଲ୍ଲାର ଏକ ଚର୍ଚ୍ଚିତ ପୋକ୍ସୋ ମାମଲାରେ ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ ହର ପ୍ରସାଦ ପଟ୍ଟନାୟକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି।…

ଦିଗପହଣ୍ଡିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବାଲି ଟ୍ରାକ୍ଟର ଧକ୍କାରେ ଶ୍ରମିକଙ୍କ ମୃତ୍ୟୁ, ପରିବାରକୁ ମିଳିଲା ସରକାରୀ ସହାୟତା

ଦିଗପହଣ୍ଡି, ୩୦|୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଅଞ୍ଚଳରେ ଏକ ଦୁଃଖଦ ସଡ଼କ ଦୁର୍ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ହସ୍ପିଟାଲ ଛକ ନିକଟ ମୁଖ୍ୟ…

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri