ବିଶ୍ୱ ଐତିହ୍ୟସ୍ଥଳ ପାଲଟିବ ଧବଳେଶ୍ୱର ପୀଠ

ଖୁଣ୍ଟୁଣୀ,୨୧ା୪(ଡି.ଏନ୍‌.ଏ.): ଏକାଦଶ ଶତାବ୍ଦୀରେ ନିର୍ମିତ କଟକ ଜିଲା ଆଠଗଡ଼ର ପ୍ରସିଦ୍ଧ ଧବଳେଶ୍ୱର ଶୈବପୀଠ ବିଶ୍ୱ ଐତିହ୍ୟ ମାନଚିତ୍ରରେ ସ୍ଥାନ ପାଇବା ପାଇଁ ପ୍ରୟାସ ଆରମ୍ଭ ହୋଇଛି। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ଏକ ମ୍ୟାପ୍‌ ଜାରି କରାଯାଇଛି। ବିଶେଷକରି ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ଉକ୍ତ ପୀଠର ଉନ୍ନତୀକରଣ କାର୍ଯ୍ୟ କରାଯିବ। ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏହି ପୀଠର ପାରିପାର୍ଶ୍ୱିକ ସ୍ଥିତି ସମ୍ପର୍କରେ ସମୀକ୍ଷା କରି କଟକ ଜିଲାପାଳ ଭବାନୀ ଶଙ୍କର ଚୟନୀ ରାଜ୍ୟ ସରକାରଙ୍କୁ ରିପୋର୍ଟ ପ୍ରଦାନ କରିବେ। ଏଥିପାଇଁ ବୁଧବାର ସକାଳେ ଜିଲାପାଳ ଚୟନୀ ପୀଠରେ ପହଞ୍ଚି ଧବଳେଶ୍ୱରଙ୍କ ପୂଜାର୍ଚ୍ଚନା କରିଥିଲେ। ପରେ ପୀଠରେ ଅନୁଷ୍ଠିତ ବୈଠକରେ ଅସନ୍ତୁଷ୍ଟ ପୂଜକ ସମାଜ ଓ ପ୍ରଶାସନିକ ଅଧିକାରୀଙ୍କୁ ନେଇ ପ୍ରାୟ ୩ ଘଣ୍ଟା ଧରି ଆଲୋଚନା କରିଥିଲେ। ଧବଳେଶ୍ୱର ମନ୍ଦିରକୁ ଲାଗି ରହିଥିବା ଗୃହକୁ ଭାଙ୍ଗି ତା’ ବଦଳରେ ପାନ୍ଥନିବାସ ପାର୍ଶ୍ୱକୁ ପୂଜକମାନଙ୍କ ପାଇଁ ଉନ୍ନତମାନର ଘର ନିର୍ମାଣ କରିବାକୁ ଜିଲାପାଳ ପ୍ରସ୍ଥାବ ଦେଇଥିଲେ। ଏଥିରେ ପୂଜକ ସମାଜ ପୂର୍ଣ୍ଣ ସହଯୋଗ କରିବାକୁ ରାଜି ହୋଇଥିଲା। ଏହି ଘର ଭଙ୍ଗା ହେଲେ ମନ୍ଦିରର ସୌନ୍ଦର୍ଯ୍ୟକରଣରେ ପ୍ରତିବନ୍ଧକ ହେବନାହିଁ। ଏହାଛଡା ଗତ ୬ ତାରିଖରେ ଭୁବନେଶ୍ୱରଠାରେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ଅସିତ୍‌ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ଉଚ୍ଚସ୍ଥରୀୟ ବୈଠକରେ ଧବଳେଶ୍ବର ମନ୍ଦିର ଉନ୍ନତୀକରଣ ପାଇଁ ବିଭିନ୍ନ ପ୍ରସ୍ତାବ ଦିଆଯାଇଥିଲା। ତଦନୁଯାୟୀ ୫୦ ଏକର ପରିମିତ ଜମିରେ ଥିବା ଧବଳେଶ୍ୱରଙ୍କ ପୀଠର ଚତୁଃର୍ପାଶ୍ୱ ନଦୀବନ୍ଧକୁ ପଥର ପ୍ୟାକିଂ ଓ ରିଂ ରୋଡ ନିର୍ମାଣ, ଔଷଧୀୟ ଏବଂ ଫୁଲଗଛ ଲାଗିବା, ସମ୍ପର୍ଣ୍ଣ ପୀଠକୁ ଆଲୋକୀକରଣ, ଦେବୋତ୍ତର ଗୃହ, ସଭାଗୃହ ନିର୍ମାଣ ପାଇଁ ଖୁବ୍‌ଶୀଘ୍ର କାମ ଆରମ୍ଭ ହେବ ବୋଲି ଆଠଗଡ଼ ଦେବୋତ୍ତର ମୁଖ୍ୟ ତଥା ଉପଜିଲାପାଳ ହେମନ୍ତ କୁମାର ସ୍ବାଇଁ କହିଛନ୍ତି। ଏଥିପାଇଁ ପ୍ରାଥମିକ ପର୍ଯ୍ୟାୟରେ ରାଜ୍ୟ ପର୍ଯ୍ୟଟନ ବିଭାଗ ୧୬ କୋଟି ଓ ଜଳ ସମ୍ପଦ ବିଭାଗ ୨୪ କୋଟି ଟଙ୍କା ପ୍ରଦାନ କରିବ। ଏହି କାର୍ଯ୍ୟ ପୂର୍ତ୍ତ ଓ ଗୃହ ନିର୍ମାଣ ବିଭାଗ କରିବ ବୋଲି ସେ କହିଥିଲେ। ଖୁବ୍‌ଶୀଘ୍ର ପୀଠ ସଂଲଗ୍ନ କଂକ୍ରିଟ ପୋଲ କାମ ଶେଷ ହେବ।
ପୂର୍ବରୁ କଟକରୁ ଧବଳେଶ୍ୱର ପୀଠକୁ ଆସିବା ପାଇଁ ରାସ୍ତାର ଦୂରତ୍ୱ ୩୦ କି.ମି. ଥିଲା। ହେଲେ ମୁଖ୍ୟମନ୍ତ୍ରୀଙ୍କ ପ୍ରୟାସରେ ମଧୁସୂଦନ ସେତୁ ନିର୍ମାଣ ହେବା ପରେ କଟକରୁ ଉକ୍ତ ପୀଠର ଦୂରତା ମାତ୍ର ୫ କିମି ରହିଛି। ଏଥିଯୋଗୁ ପ୍ରତିଦିନ ବହୁସଂଖ୍ୟକ ଶ୍ରଦ୍ଧାଳୁ ଧବଳେଶ୍ୱରଙ୍କୁ ଦର୍ଶନ କରିବା ପାଇଁ ଆସୁଛନ୍ତି। ଏହାକୁ ଦୃଷ୍ଟିରେ ରଖି ସରକାର ଏକସଙ୍ଗେ ପୀଠର ସୌନ୍ଦର୍ଯ୍ୟକରଣ ଓ ଉନ୍ନତୀକରଣ କରିବାକୁ ନିଷ୍ପତି ନେଇଥିବାରୁ ପୂଜକ ସମାଜ ସଭାପତି ବିଷ୍ଣୁଚରଣ ପତ୍ରି, ସମ୍ପାଦକ ନରେନ୍ଦ୍ର ପଣ୍ଡାଙ୍କ ସମେତ ସମସ୍ତ ପୂଜକ ଓ ଅଞ୍ଚଳବାସୀ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି। ଏହି ବୈଠକରେ ଜିଲାପାଳଙ୍କ ସମେତ କଟକ ସଦର ଉପଜିଲାପାଳ ପ୍ରତାପ ଚନ୍ଦ୍ର ବେଉରା, ଆଠଗଡ଼ ଉପଜିଲାପାଳ ହେମନ୍ତ କୁମାର ସ୍ବାଇଁ, ତହସିଲଦାର ପ୍ରିୟବ୍ରତ ଦାସ, ଆର୍କିଟେକ୍ଚର ସ୍ବାଗତ ଜେନା, ମଞ୍ଚେଶ୍ୱର ସରପଞ୍ଚଙ୍କ ପ୍ରତିନିଧି ପ୍ରିୟବ୍ରତ ସାହୁ, ଦେବୋତ୍ତର ଇନ୍ସପେକ୍ଟର ଭବାନୀ ଶଙ୍କର ପଣ୍ଡା, ପୂଜକ ସମାଜ, ପର୍ଯ୍ୟଟନ ଓ ଜଳ ସମ୍ପଦ ବିଭାଗ ନିର୍ବାହୀଯନ୍ତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଣିକି ଟ୍ରାଫିକ୍‌ ପୋଲିସ ପିନ୍ଧିବେ AC ହେଲ୍‌ମେଟ୍‌

ଭୁବନେଶ୍ୱର,୨୦ା୪: ପ୍ରଚଣ୍ଡ ଖରାରୁ ରକ୍ଷା ପାଇବା ପାଇଁ କମିଶନରେଟ୍‌ ପୋଲିସରେ କାର୍ଯ୍ୟରତ ସମସ୍ତ ଟ୍ରାଫିକ୍‌ କର୍ମଚାରୀ ଏଣିକି ଏସି ବା ଏୟାର କଣ୍ଡିଶନ ହେଲ୍‌ମେଟ୍‌ ପିନ୍ଧିବେ।...

ମହାନଦୀ ବୋଟ୍‌ ଟ୍ରାଜେଡି: ମିଳିଲା ଆଉ ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡି ଘଟଣାରେ ଆଉ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ଏହାକୁ ମିଶାଇ ମୋଟ ୮ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ଆଜି...

ଅସମ୍ଭାଳ ତାତି, ଅଂଶୁଘାତରେ ୨୮ ଆକ୍ରାନ୍ତ ଡାକ୍ତଖାନାରେ ଭର୍ତ୍ତି

ସୁନ୍ଦରଗଡ,୨୦।୪: ଅସମ୍ଭାଳ ହେଲାଣି ତାତି। ଆଉ ବଢ଼ିବାରେ ଲାଗିଛି ରାଜ୍ୟରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା। ସୁନ୍ଦରଗଡରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା ୨୮ରେ ପହଞ୍ଚିଛି। ପିଏଚସିରୁ ଜିଲା...

ବିଜେଡି ପ୍ରାର୍ଥୀ ଘୋଷଣା ପରେ ବଡ଼ ବୟାନ ଦେଲେ ପ୍ରସନ୍ନ ପାଟ୍ଟଶାଣୀ

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବିଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ଦଳ ଚିଲିକାରୁ ରଘୁନାଥ ସାହୁଙ୍କୁ ପ୍ରାର୍ଥୀ କରିଛି। ତେବେ ଚିଲିକା...

ବଡଚଣାରୁ ଲଢିବେ ବର୍ଷା, କେଉଁଠୁ ଲଢିବେ ଅନୁଭବ?

ଭୁବନେଶ୍ୱର,୨୦।୪: ବିଜେଡି ଷଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଯେଉଁଥିରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ସରପ୍ରାଇଜ କ୍ୟାଣ୍ଡିଡେଟ୍‌ ଭାବେ ବର୍ଷା ପ୍ରିୟଦର୍ଶିନୀଙ୍କୁ...

ଏହି ୨ ବିଧାୟକଙ୍କୁ ମିଳିଲାନି ଟିକେଟ୍‌

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ପ୍ରାର୍ଥୀ ଘୋଷଣାରେ ଚମ୍ପୁଆ ବିଧାୟକ ମିନାକ୍ଷୀ ମହାନ୍ତ ଏବଂ ଆନନ୍ଦପୁର...

ବିଜେଡି ଷଷ୍ଠ ପ୍ରାର୍ଥୀ ତାଲିକା: ୫ ବିଧାୟକଙ୍କ କଟିଲା ଟିକେଟ୍‌

ଭୁବନେଶ୍ୱର,୨୦।୪: ବିଜେଡିର ଷଷ୍ଠ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ଟିକେଟ ଘୋଷଣା କରି ସମସ୍ତଙ୍କୁ ଚମକାଇ ଦେଇଛନ୍ତି। ତାଲିକାରେ...

ବରିଷ୍ଠ ବିଧାୟକ ଅମର ଶତପଥୀଙ୍କ ଟିକେଟ୍‌ କାଟି ବର୍ଷାଙ୍କ ଉପରେ ଭରସା

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ବିଜେଡି ବଡ଼ଚଣାର ବରିଷ୍ଠ ବିଧାୟକ ଅମର ଶତପଥୀଙ୍କ ଟିକେଟ୍‌ କଟିଛି। ତାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri