ଧବଳେଶ୍ୱର ପୀଠକୁ ଆହୁରି ଆକର୍ଷଣୀୟ କରାଯିବ

ଭୁବନେଶ୍ୱର,୯।୭(ବ୍ୟୁରୋ): ପ୍ରଭୁ ଶ୍ରୀଧବଳେଶ୍ୱର ପୀଠରେ ଭକ୍ତ ଓ ଦର୍ଶନାର୍ଥୀଙ୍କ ସୁବିଧା ନିମନ୍ତେ କରାଯାଉଥିବା ଉନ୍ନୟନ କାର୍ଯ୍ୟର ସମୀକ୍ଷା ବୈଠକ ଶୁକ୍ରବାର କୃଷି ଭବନଠାରେ ଅନୁଷ୍ଠିତ ହୋଇଥିଲା। କୃଷି ଓ କୃଷକ ସଶକ୍ତୀକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଏଥିରେ ଅଧ୍ୟକ୍ଷତା କରିବା ସହ ବିଭିନ୍ନ କାର୍ଯ୍ୟର ଅଗ୍ରଗତି ନେଇ ସମୀକ୍ଷା କରିଥିଲେ। ପୀଠର ଭିତ୍ତିଭୂମି ଓ ପାରିପାର୍ଶ୍ୱିକ ଉନ୍ନତି କରାଯାଇ ଏହାକୁ ଆହୁରି ଅଧିକ ଆକର୍ଷଣୀୟ କରାଯିବ ବୋଲି ମନ୍ତ୍ରୀ କହିଥିଲେ। ପର୍ଯ୍ୟଟନ ବିଭାଗର ଅତିରିକ୍ତ ଶାସନ ସଚିବଙ୍କ ସମେତ ଆଠଗଡ଼ ଉପଜିଲାପାଳ ଏବଂ ରାସ୍ତା ଓ ଗୃହ ନିର୍ମାଣ ଡିଭିଜନ ଚାରବାଟିଆର ଅଧୀକ୍ଷଣ ଯନ୍ତ୍ରୀ ଏକ ସପ୍ତାହ ମଧ୍ୟରେ ସ୍ଥାନ ପରିଦର୍ଶନ କରି ପ୍ରକଳ୍ପର ପ୍ଲାନ ଓ ବ୍ୟୟ ଅଟକଳ ଚୂଡ଼ାନ୍ତ କରିବା ପାଇଁ ବୈଠକରେ ନିଷ୍ପତ୍ତି ନିଆଗଲା। ଏହି ଅନୁସାରେ, ଚାରବାଟିଆର ଅଧୀକ୍ଷଣ ଯନ୍ତ୍ରୀ ପ୍ଲାନ୍‌ ଓ ବ୍ୟୟ ଅଟକଳର ଆବଶ୍ୟକ ଯାଞ୍ଚ ପରେ ସପ୍ତାହକ ମଧ୍ୟରେ ପ୍ରଶାସନିକ ଅନୁମୋଦନ ନିମନ୍ତେ କଟକ ଜିଲାପାଳଙ୍କ ନିକଟରେ ଦାଖଲ କରିବେ। ଅନୁମୋଦିତ ପ୍ଲାନ ଓ ବ୍ୟୟ ଅଟକଳକୁ କଟକ ଜିଲାପାଳ ଚଳିତ ମାସ ତୃତୀୟ ସପ୍ତାହ ମଧ୍ୟରେ ପର୍ଯ୍ୟଟନ ବିଭାଗରେ ଦାଖଲ କରିବେ। ଏଥିସହିତ ପ୍ରକଳ୍ପର ସ୍ଥପତି ଏସ୍‌ ଆଣ୍ଡ୍‌ ଜେ ଅସୋସିଏଟ୍‌ସ ୯ ତାରିଖରେ ଦେବୋତ୍ତର ବିଭାଗର ଅଧିକାରୀଙ୍କ ସହିତ ପୀଠ ସ୍ଥାନ ପରିଦର୍ଶନ କରି ନିରୁପମା କ୍ୟାମ୍ପସ୍‌ ନିକଟରେ ଥିବା ଅବଶିଷ୍ଟ ୧୧ଟି କୋଠରୀର ଚୂଡ଼ାନ୍ତ ରୂପରେଖ ପ୍ରସ୍ତୁତ କରିବେ। ବୈଠକରେ ପର୍ଯ୍ୟଟନ ବିଭାଗର ଅତିରିକ୍ତ ଶାସନ ସଚିବ ଦୁର୍ଗା ପ୍ରସାଦ ମହାପାତ୍ର, ରାସ୍ତା ଓ ଗୃହ ନିର୍ମାଣ ଅଧୀକ୍ଷଣ ଯନ୍ତ୍ରୀ ପ୍ରଦୀପ ମହାନ୍ତି, ଆଠଗଡ଼ ଉପଜିଲାପାଳ ହେମନ୍ତ ସ୍ବାଇଁ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?