ଗୁଜରାଟ ଟ୍ରାଜେଡି ପରେ ଧବଳେଶ୍ୱର ଝୁଲା ପୋଲକୁ ନେଇ ଚିନ୍ତାରେ ପ୍ରଶାସନ

କଟକ ଅଫିସ,୩୧ା୧୦: ଗୁଜରାଟ ଟ୍ରାଜେଡି ପରେ ପ୍ରଶାସନର ଚେତା ପଶିଛି। ଧବଳେଶ୍ୱର ଝୁଲା ପୋଲକୁ ନେଇ ଘାରିଛି ଚିନ୍ତା। ସୋମବାର ଧବଳେଶ୍ୱର ଝୁଲା ପୋଲରେ ଯାତାୟାତ କରୁଥିବା ଯାତ୍ରୀଙ୍କ ସଂଖ୍ୟାକୁ କମ୍‌ କରି ଦିଆଯାଇଥିବା ବେଳେ ମଙ୍ଗଳବାର ଏହି ଝୁଲା ପୋଲ ବନ୍ଦ ରହିବ। ଆସନ୍ତାକାଲି ଟେକ୍‌ନିକାଲ ଟିମ୍‌ ପୋଲର ନିରାପତ୍ତା ଯାଞ୍ଚ କରିବ। ଆବଶ୍ୟକ ପଡ଼ିଲେ ସୁରକ୍ଷା ପାଇଁ ଝୁଲା ପୋଲକୁ ସମ୍ପୂର୍ଣ୍ଣ ଭାବେ ବି ବନ୍ଦ କରାଯାଇପାରେ ବୋଲି  କଟକ ଜିଲାପାଳ ଭବାନୀ ଶଙ୍କର ଚଇନି କହିଛନ୍ତି।

ସୂଚନାଯୋଗ୍ୟ, ଗୁଜରାଟର ମୋର୍‌ବିର ମାଛୁ ନଦୀରେ ଛ୍‌ଟ ପୂଜା ଅବସରରେ ପୁରୁଣା ଝୁଲା ପୋଲ ଭୁଶୁଡ଼ି ପ୍ରାୟ ୧୩୫ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି। ଏହାକୁ ଦୃଷ୍ଟିରେ ରଖି ଧବଳେଶ୍ୱର ଝୁଲା ପୋଲରେ କୌଣସି ଅଘଟଣ ଆଶଙ୍କାରେ ଏହାକୁ ବନ୍ଦ କରାଯିବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ପ୍ରଧାନଶିକ୍ଷୟିତ୍ରୀ ଭାବେ ଯୋଗଦେଲେ ମାଳତୀ ମହାନ୍ତି, କହିଲେ ବିଦ୍ୟାଳୟର ବିକାଶ ସହ…

ପାଟଣା,୨ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମାଳତୀ ମହାନ୍ତି ନୂତନ ଭାବେ ଲେଭଲ-୩ରୁ ପଦୋନ୍ନତି ପାଇ ପ୍ରଧାନଶିକ୍ଷୟିତ୍ରୀ ଭାବେ…

ଏ କ’ଣ କରିଦେଲା BCCI, ଅଧିନାୟକ ଶେୟସ ଆୟରଙ୍କ ବଢିଲା ଟେନ୍‌ସନ୍‌

ନୂଆଦିଲ୍ଲୀ,୨।୯: ବିସିସିଆଇ ଆଫଗାନିସ୍ତାନ ବିପକ୍ଷରେ ଆଗାମୀ ଅନ୍ତର୍ଜାତୀୟ ଟି-୨୦ ସିରିଜ ପାଇଁ ଟିମ ଇଣ୍ଡିଆର ଦଳ ଘୋଷଣା କରିଛି। ଶ୍ରେୟସ ଆୟର ପୁଣି ଥରେ ଦଳର ନେତୃତ୍ୱ…

ଘରେ ଚାଲିଥିଲା ବିବାହ ଉତ୍ସବ, ଛାତ ଉପରେ ପଡ଼ିଲା ଆମେରିକା ଡ୍ରୋନ୍‌: ଆଉ ତା’ପରେ…

ଓ୍ବାଶିଂଟନ୍‌,୨।୯: ଆମେରିକା ପୁଣି ଥରେ ଇରାନ ଉପରେ ଆକ୍ରମଣ କରିଛି। ଏଥର ବିବାହ ଉତ୍ସବ ଚାଲିଥିବା ଏକ ଘର ଉପରେ ଆମେରିକା ଡ୍ରୋନ ପଡ଼ିଥିଲା। ଏଥିରେ ଘରର…

ଜାଲରେ ଫସିଥିଲା ବିରାଟକାୟ ଅଜଗର, ବନବିଭାଗ କର୍ମଚାରୀ ପହଞ୍ଚିବା ପରେ…

ପାଟଣା,୨ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅଧୀନ ମୂଷାପଡ଼ା ଗାଁର ଭରତ ନାଏକଙ୍କ ବଗିଚାରେ ଲାଗିଥିବା ଜାଲରୁ ବୁଧବାର ପୂର୍ବାହ୍ନରେ ଏକ ୬ ଫୁଟ ଲମ୍ବର…

ଏକାଠି ହେଲେ ଓଡ଼ିଶା ଡ୍ରାଇଭର ମହାସଂଘ: ଉତ୍ସାହର ସହ…

ଥୁଆମୂଳ ରାମପୁର,୨।୯(ଦୁର୍ଗା କୀର୍ତ୍ତି): ସାରା ରାଜ୍ୟର ୩୦ଟି ଜିଲା ଓ ୩୧୪ଟି ବ୍ଲକରେ ଓଡ଼ିଶା ଡ୍ରାଇଭର ମହାସଂଘ ସକ୍ରିୟ ଭାବେ କାର୍ଯ୍ୟ କରୁଥିବା ବେଳେ ୨୦୨୧ ମସିହାରେ…

ଗାଡ଼ି ଚାଳକଙ୍କ ପାଇଁ ବଡ଼ ଘୋଷଣା କଲେ ରାଜ୍ୟ ସରକାର: କମିଲା PUCC ଫାଇନ୍‌

ଭୁବନେଶ୍ୱର, ୨।୯: ଗାଡ଼ି ଚାଳକଙ୍କ ପାଇଁ ବଡ଼ ଆଶ୍ୱସ୍ତିକର ଖବର। PUCC ଜରିମାନା କମାଇଲେ ରାଜ୍ୟ ସରକାର। ପ୍ରଦୂଷଣ ସାର୍ଟିଫିକେଟ ନ ଥିଲେ କଟାଯାଉଥିବା ୧୦ ହଜାର…

କାଶତଣ୍ଡି ଫୁଲରେ ସୁଶୋଭିତ ଅଞ୍ଚଳ: ଖିଲି ଖିଲି ହସରେ ମା’ଙ୍କୁ କରୁଛି ନିମନ୍ତ୍ରଣ

କେସିଙ୍ଗା,୨।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବୋରିଆ ଗ୍ରାମ ନିକଟରେ ଥିବା ତେଲନଦୀ ପାର୍ଶ୍ୱରେ ଶୋଭାପାଉଛି କାଶତଣ୍ଡି ଫୁଲ। ଏପଟେ ଭଲ ବର୍ଷା ଯୋଗୁ ଧାନ…

କାର୍‌ ଓଲଟି ଭିତରେ ପଶିଗଲା ପାଣି, ଅଣନିଶ୍ୱାସୀ ହୋଇ ଚାଲିଗଲା…

ପାରାଦୀପ, ୨।୯ (ଶରତ ରାଉତ): ପାରାଦୀପ-ଚଣ୍ଡିଖୋଲ ୫୩ ନମ୍ବର ଜାତୀୟ ରାଜପଥ ତଥା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଗଡ଼ ଗେଟ୍‌ ବଜାର ନିକଟରେ ବୁଧବାର ସକାଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri