୨୦ରୁ ନାଟମଣ୍ଡପରେ ଧାଡ଼ି ଦର୍ଶନ ବ୍ୟବସ୍ଥା

ପୁରୀ, ୯ା୧(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ନିମନ୍ତେ ଭକ୍ତଙ୍କୁ ଯେପରି ସମସ୍ୟା ନ ହେବ ସେଥିଲାଗି ସରକାରଙ୍କ ପକ୍ଷରୁ ପଦକ୍ଷେପ ନିଆଯାଉଛି। ଏହି ପରିପ୍ରେକ୍ଷୀରେ ଆସନ୍ତା ୨୦ ତାରିଖରୁ ନାଟମଣ୍ଡପ ପରିସରରେ ଧାଡ଼ିଦର୍ଶନ ବ୍ୟବସ୍ଥା ଆରମ୍ଭ ହେବାକୁ ଯାଉଛି। ସେହିପରି ଏଏସ୍‌ଆଇ ପକ୍ଷରୁ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଚାଲିଛି। ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ କାମ ସାରିବାକୁ କୁହାଯାଇଛି। କାର୍ଯ୍ୟ ଠିକ୍‌ ସମୟରେ ସରିବ ବୋଲି ଆଶା ରହିଛି। କାର୍ଯ୍ୟ ସରିବାର ଗୋଟିଏ ସପ୍ତାହ ପରେ ରତ୍ନଅଳଙ୍କାର ଗଣତିମଣତି ଆରମ୍ଭ ହେବ। ବୁଧବାର ପୁରୀ ଗସ୍ତରେ ଆସିଥିବା ଅବସରରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏହା କହିଛନ୍ତି।
ହରିଚନ୍ଦନ ଆହୁରି କହିଛନ୍ତି, ଶ୍ରୀମନ୍ଦିର ପରିକ୍ରମା ମାର୍ଗର ଡିଜାଇନ୍‌ ପରିବର୍ତ୍ତନ କରାଯିବା ନେଇ ବର୍ତ୍ତମାନ ଡିପିଆର୍‌ ପ୍ରସ୍ତୁତି ଚାଲିଛି। ଗବେଷଣା କେନ୍ଦ୍ର, ଅନ୍ନଯଜ୍ଞ ମଣ୍ଡପ ଆଦି ସହ ଅନ୍ୟ କିଛି ମଣ୍ଡପର ଡିପିଆର୍‌ ପ୍ରସ୍ତୁତି ପାଇଁ ବିଭାଗକୁ କୁହାଯାଇଛି। ଏହା ପ୍ରସ୍ତୁତ ପରେ ଏନେଇ ବିଭିନ୍ନ ସ୍ଥାନରେ ଆଲୋଚନା କରାଯିବ। ଏଥିସହ ଖୁବ୍‌ଶୀଘ୍ର କଲ୍‌ଚରାଲ ଆଡ୍‌ଭାଇଜରି କମିଟି ଗଠନ ହେବ। ମହାପ୍ରଭୁଙ୍କ ସଂସ୍କୃତିକୁ ନେଇ ଗବେଷଣା କରୁଥିବା ବ୍ୟକ୍ତିବିଶେଷ ଏହି କମିଟିରେ ରହିବେ, ଯେଉଁମାନେ ଆଉ କ’ଣସବୁ କରାଯାଇପାରିବ ସେ ନେଇ ପରାମର୍ଶ ଦେବେ। ଯାହାସବୁ ଘୋଷଣା କରାଯାଇଛି, ତାହା ପୂରଣ କରାଯିବ। ଅପରପକ୍ଷରେ ଯେଉଁ ଗବେଷଣା କେନ୍ଦ୍ର କରାଯିବ, ତା’ ଉପରେ ରଘୁନନ୍ଦନ ଲାଇବ୍ରେରି କରାଯିବାକୁ ନିଷ୍ପତ୍ତି ହୋଇଛି ବୋଲି ଆଇନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri