କୋର୍ଟରେ ହାଜର ହେଲେ ଡି-ବ୍ରଦର୍ସ

କଟକ ଅଫିସ,୧୨।୪ : କଟକ ଜିଲା କୋର୍ଟରେ ହାଜର ହେଲେ ଡି-ବ୍ରଦର୍ସ। ଦୀପୁ ମଲ୍ଲିକ ଏବଂ ଓମ ସ୍ବାଇଁ ହତ୍ୟା ଘଟଣାରେ ସୁଶୀଲ ଓ ସୁଶାନ୍ତ ଧଳସାମନ୍ତଙ୍କୁ କୋର୍ଟରେ ହାଜର କରିଛି ପୋଲିସ ।
ସୂଚନାନୁସାରେ, ୨୦୧୩ ନଭେମ୍ବରରେ ଦୀପୁ ଏବଂ ଓମଙ୍କୁ ଅପହରଣ ପରେ ହତ୍ୟା କରାଯାଇଥିଲା। ଏହି ହତ୍ୟା ଘଟଣାରେ ଡି-ବ୍ରଦର୍ସଙ୍କୁ ମୁଖ୍ୟ ଅଭିଯୁକ୍ତ ବୋଲି ପୋଲିସ ଦର୍ଶାଇଥିଲା। ତେଣୁ ମାମଲାର ତଦନ୍ତକାରୀ ଅଫିସର ଇନ୍ସପେକ୍ଟର ରଶ୍ମୀ ମହାପାତ୍ର ସାକ୍ଷ୍ୟ ପ୍ରଦାନ ପାଇଁ ମଙ୍ଗଳବାର କୋର୍ଟ ହାଜର ହୋଇଛନ୍ତି। ତେବେ ପ୍ରତିପକ୍ଷ ଓକିଲ ମାମଲାର କେସ ରେକର୍ଡ ଅଦାଲତରେ ଦାଖଲ ପାଇଁ ନିବେଦନ କରିଥିଲେ। ତେଣୁ ମଙ୍ଗଳବାର ଅଦାଲତ ଏହି ହତ୍ୟା ଘଟଣାର କେସ ରେକର୍ଡ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବୁଧବାର ମାମଲାର ପୁଣି ଶୁଣାଣି ହେବ।


Enter your email to get our daily news in your inbox.

All Right Reserved By Dharitri.Com

ସୋନାଲିସା ଓ ମିହିର ରଞ୍ଜନଙ୍କୁ ସମ୍ମାନିତ କଲା ସମ୍ବର୍ଦ୍ଧନା ମଞ୍ଚ

ପାଟଣା,୨୫।୮(ବୀର କିଶୋର ଦାଶ): ମେଧାବୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ମଞ୍ଚ, ସ୍ୱାମ ପାଟଣା ପକ୍ଷରୁ ମଙ୍ଗଳବାର ପାଟଣା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଏକ ବିଶେଷ ସମ୍ବର୍ଦ୍ଧନା…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

ପାଣି ଡ୍ରମ ଭିତରେ କୁଣ୍ଡଳୀ ମାରି ବସିଥିଲା ବିରାଟକାୟ ଅଜଗର, ପରିବାର ଲୋକଙ୍କ ମଧ୍ୟରେ ଖେଳିଗଲା ଆତଙ୍କ, ତା’ ପରେ…

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଶିକରପାଇ ଅଞ୍ଚଳରେ ଏକ ବିଶାଳ ଅଜଗର ସାପ ଉଦ୍ଧାର ହେବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ…

ନିଟ୍ ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଆଦିବାସୀ ଝିଅ ପୂର୍ଣ୍ଣିମା, ସମଗ୍ର କୋକସରା ଅଞ୍ଚଳରେ ଖୁସିର ଲହରୀ

କୋକସରା,୨୫।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ଗ୍ରାମର ମେଧାବୀ ଆଦିବାସୀ ଝିଅ ପୂର୍ଣ୍ଣିମା ପୁଝାରୀ ସର୍ବଭାରତୀୟ ନିଟ୍ (NEET UG) ପରୀକ୍ଷାରେ ସଫଳତା…

କାମ କରୁଥିବା ବେଳେ ହେଲା ଛାତିରେ ଯନ୍ତ୍ରଣା, ହୃଦଘାତରେ ଚାଲିଗଲା କ୍ୟାସିୟର ଅରବିନ୍ଦଙ୍କ ଜୀବନ

ଭବାନୀପାଟଣା,୨୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ସମଗ୍ର ଶିକ୍ଷା ପ୍ରକଳ୍ପ କାର୍ଯ୍ୟାଳୟର କ୍ୟାସିୟର (କୋଷାଧ୍ୟକ୍ଷ) ଅରବିନ୍ଦ ପଣ୍ଡାଙ୍କର ୫୬ ବର୍ଷ ବୟସରେ ହୃଦଘାତରେ ମଙ୍ଗଳବାର ପୂର୍ବାହ୍ନରେ ପରଲୋକ…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

ବିନା କୋଚିଂରେ ନିଟ୍‌ରେ ସଫଳ ହେଲେ ସୁବ୍ରତ, ଭୀମ ଭୋଇ ମେଡିକାଲ କଲେଜରେ ପଢ଼ିବେ…

କର୍ଲାମୁଣ୍ଡା,୨୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଞ୍ଜା ପଞ୍ଚାୟତର ରେଙ୍ଗାଲି ଗ୍ରାମର ମେଧାବୀ ଛାତ୍ର ସୁବ୍ରତ ଶେଖର ରଣା ଜାତୀୟ ଯୋଗ୍ୟତା ପ୍ରବେଶିକା ପରୀକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri