କଟକ କୋର୍ଟରେ ହାଜର ହେଲେ ଧଳସାମନ୍ତ ଭ୍ରାତା

କଟକ ଅଫିସ, ୨୫ା୧୨:ଗ୍ୟାଙ୍ଗଷ୍ଟର ସୁଶାନ୍ତ ଓ ସୁଶୀଲ ଧଳସାମନ୍ତଙ୍କୁ କମିଶନରେଟ ପୋଲିସ କଟକ ଏସ୍‌ଡିଜେଏମ୍‌(ସଦର) କୋର୍ଟରେ ଗୁରୁବାର ହାଜର କରିଛି। ଉଭୟଙ୍କୁ ୩ଦିନ ରିମାଣ୍ଡରେ ନେବାକୁ ପୋଲିସ ଅଦାଲତରେ ଆବେଦନ କରିଥିବାବେଳେ କୋର୍ଟ ୨ଦିନ ଅର୍ଥାତ୍‌ ୨୫ ଓ ୨୬ତାରିଖ ପାଇଁ ଅନୁମତି ଦେଇଛନ୍ତି। ଧଳସାମନ୍ତ ଭ୍ରାତାଙ୍କୁ ରିମାଣ୍ଡରେ ନେବାବେଳେ ପୋଲିସ ବନ୍ଧୁକ କାରବାର ନେଇ ଅଧିକ ପଚରାଉଚରା କରିବ ବୋଲି ସୂଚନା ମିଳିଛି। ପ୍ରକାଶ ଯେ, ଗତ ୧୦ତାରିଖରେ ବନ୍ଧୁକ ଚୋରାଚାଲାଣ କରୁଥିବା ଅଭିଯୋଗ ଆଧାରରେ ଧଳସାମନ୍ତ ଭ୍ରାତାଙ୍କ ୮ ସହଯୋଗୀଙ୍କୁ ଗିରଫ କରାଯାଇ ସେମାନଙ୍କଠାରୁ ବନ୍ଧୁକ ଓ ଗୁଳି ଜବତ କରାଯାଇଥିଲା। ପରେ ଅଭିଯୁକ୍ତଙ୍କ ସୂଚନା ଆଧାରରେ ଧଳସାମନ୍ତ ଭ୍ରାତାଙ୍କ କଟକ ସିଡିଏସ୍ଥିତ ବାସଭବନରେ ଚଢ଼ାଉ କରାଯାଇ ଘର ଇଣ୍ଟେରିୟର ଡିଜାଇନ୍‌ ଭାଙ୍ଗି ୧୬ଟି ବନ୍ଧୁକ ଓ ୧୦୯୫ ଗୁଳି ଜବତ କରିଥିଲା। କମିଶନରେଟ ପୋଲିସ ଉଭୟଙ୍କୁ ରିମାଣ୍ଡରେ ଆଣି ଅଧିକ ବନ୍ଧୁକ ଚୋରାଚାଲାଣ ସାମ୍ରାଜ୍ୟର ଖୋଳତାଡ଼ କରିବାକୁ କୋର୍ଟରେ ଆବେଦନ କରିଥିଲା। ପ୍ରକାଶ ଯେ, ୨୦୧୬ରେ ଉଭୟ ଧଳସାମନ୍ତଭ୍ରାତା ଗିରଫ ହୋଇ ଭୁବନେଶ୍ୱର ଝାରପଡ଼ା ଜେଲରେ ଥିଲେ। ସେତେବେଳେ ଜେଲ ଭିତରୁ ଆପରାଧିକ କାର୍ଯ୍ୟ ଚଳାଉଥିବା ନେଇ ଅଭିଯୋଗ ହୋଇଥିଲା। ତେଣୁ ୨୦୧୮ ମାର୍ଚ୍ଚ ମାସରେ ସୁଶାନ୍ତଙ୍କୁ ବଲାଙ୍ଗୀର ଜିଲା କାରାଗାରକୁ ସ୍ଥାନାନ୍ତର କରାଯାଇଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri