Posted inଭଦ୍ରକ

ନିର୍ବାଚନ ଲଢ଼ିବେ ଦୁଇ ଯାଆ

ଧାମନଗର, ୨୩|୧ (ଡି.ଏନ.ଏ)  ଭଦ୍ରକ ଜିଲା ଧାମନଗର ବ୍ଲକ ଦୋବଲ ୧୧ ନଂ. ଜିଲା ପରିଷଦ ଜୋନ୍‌ ପାଇଁ ପ୍ରାର୍ଥୀ ହୋଇଛନ୍ତି ଦୁଇ ଯାଆ। ଏହି ଜୋନ୍‌ ଅତୀତରୁ ଭାଜପା ହାତରେ ରହିଆସିଛି। ଏଥର ଉଭୟ ବିଜେଡି ଓ ଭାଜପାରୁ ଦୁଇ ଯାଆଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ହେବାକୁ ଯାଉଛି। ଭାଜପା ପ୍ରାର୍ଥୀ ଭାବେ ଖାଦିପଦା ପଞ୍ଚାୟତର ସମିତିସଭ୍ୟ ସୁବ୍ରତ ସାମଲଙ୍କ ସ୍ତ୍ରୀ ପୁଷ୍ପାଞ୍ଜଳି ସାମଲ ନାମାଙ୍କନ ଦାଖଲ କରିଛନ୍ତି। ସୁବ୍ରତ ଜଣେ ଯୁବ ସଙ୍ଗଠକ ଓ ପ୍ରତିଷ୍ଠିତ ବ୍ୟବସାୟିକ ପରିବାରର ହୋଇଥିବାରୁ ନିଜର ସ୍ବଚ୍ଛ ଭାବମୂର୍ତ୍ତି ରହିଛି। ଏପରିକି ସ୍ଥାନୀୟ ବିଧାୟକ ତଥା ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀଙ୍କ ଲୋକପ୍ରିୟତା ଏବଂ କେନ୍ଦ୍ର ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାକୁ ନେଇ ପୁଷ୍ପାଞ୍ଜଳି ଭୋଟରଙ୍କ ପାଖରେ ପହଞ୍ଚୁଛନ୍ତି। ଅପରପକ୍ଷେ ସୁବ୍ରତଙ୍କ ବଡ଼ଭାଇ ପୂର୍ବତନ ସମିତିସଭ୍ୟ ପ୍ରତାପ ସାମଲଙ୍କ ସ୍ତ୍ରୀ ତଥା ପୂର୍ବତନ ବ୍ଲକ ଉପାଧ୍ୟକ୍ଷା ଉର୍ମିଳା ବିଶ୍ୱାଳ ବିଜେଡି ପକ୍ଷରୁ ପ୍ରାର୍ଥୀ ହୋଇଛନ୍ତି। ସ୍ବାମୀ ପ୍ରତାପଙ୍କ ଲୋକପ୍ରିୟତା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନକଲ୍ୟାଣକାରୀ ଯୋଜନାକୁ ପାଥେୟ କରି ସେ ମତଦାତାଙ୍କ ନିକଟତର ହେଉଛନ୍ତି। ତେବେ ଭାଜପା ତା’ର ବିଜୟଧାରା ବଜାୟ ରଖିବା ପାଇଁ ରଣନୀତି ପ୍ରସ୍ତୁତ କରୁଥିବା ବେଳେ ଏହାକୁ ଭଙ୍ଗ କରି ବିଜେଡି ଏଥର ଏହି ଜୋନ୍‌ରୁ ଜିତିବା ଲାଗି ରଣକୌଶଳ ଆପଣାଇଥିବା ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଶାଗ ତୋଳିବାକୁ ଯାଇ ମୁକୁଳା ଡ୍ରେନରେ ପଡିଗଲେ ବ୍ୟକ୍ତି, ତାପରେ….

ଭଦ୍ରକ,୨୯।୯(ସନାତନ ରାଉତ): ମୁକୁଳା ଡ୍ରେନ୍ ନେଲା ଜୀଵନ । ଭଦ୍ରକ ବାଇପାସ ସ୍ଥିତ କେନାଲ ଡିଭିଜନ ଅଫିସ ଭିତର ଡ୍ରେନରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି…

ସ୍କୁଲ ଯିବା ବାଟରେ ସ୍କୁଟି ଆଗକୁ ଆସିଗଲା ଛେଳି, ଦୁର୍ଘଟଣାରେ ଚାଲିଗଲା ଶିକ୍ଷୟିତ୍ରୀଙ୍କ ଜୀବନ

ବାସୁଦେବପୁର,୨୮ା୯(କାଳି ପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ମନ୍ଦାରୀ ବନ୍ଧ ମୁଣ୍ଡ ପୋଲ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ମୃତକ ହେଉଛନ୍ତି ବାସୁଦେବପୁର ପୌରାଞ୍ଚଳ…

ଶୌଚ ହେବାକୁ ଯାଇ ନଦୀରେ ଖସିଗଲା କ୍ରିଷ୍ଣାରାଣୀଙ୍କ ଗୋଡ଼, ଭାଇ ଥାନାରେ ଅଭିଯୋଗ କରି…

ଧାମନଗର,୨୭ା୯(ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଅନ୍ତର୍ଗତ ଦଳାଙ୍ଗ ପଞ୍ଚାୟତର ଜାହାଙ୍ଗୀର ଗ୍ରାମ (ଭୋଇ ସାହି)ର ପ୍ରଦୀପ ଜେନାଙ୍କ ଝିଅ କ୍ରିଷ୍ଣା ଜେନା (୨୧) ରବିବାର ସକାଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?