ନଭେମ୍ବର ୧ରୁ ଧାମରାରୁ ଦେବୀ ମୁହାଣ ମାଛଧରା କଟକଣା

ରାଜନଗର,୧।୧୧(ଭାସ୍କର ରାଉତରାୟ): ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ କେନ୍ଦ୍ରାପଡ଼ା ଜିଲା ବଙ୍ଗୋପସାଗର ଗହୀରମଥା ସାମୁଦ୍ରିକ କଇଁଛ ଅଲିଭ ରିଡ୍‌ଲେଙ୍କ ତୀର୍ଥସ୍ଥଳୀ। ଅତିଥି ଅଲିଭ ରିଡ୍‌ଲେ ଯୋଜନ ଯୋଜନ ସାମୁଦ୍ରିକ ପଥ ଅତିକ୍ରମକରି ଗହୀରମଥାର ନିଷିଦ୍ଧ ଜଳରାଶିରେ ପାଦ ଥାପିବେ। ଆସୁଥିବା ଆଗନ୍ତୁକ ଅତିଥି ଅଲିଭ ରିଡ୍‌ଲେ ସୁରକ୍ଷା ଓ ନିରାପଦ ପ୍ରଜନନ ପ୍ରକ୍ରିୟାକୁ ଆଖି ଆଗରେ ରଖି ଧାମରାଠାରୁ ଦେବୀମୁହାଣ ପର୍ଯ୍ୟନ୍ତ ବନ ବିଭାଗ ପକ୍ଷରୁ ବ୍ୟାପକ କଟକଣା ବ୍ୟବସ୍ଥା କରାଯାଉଛି। ବିରଳ ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ଅନ୍ତୁଡ଼ିଶାଳ ଭାବେ ସମଗ୍ର ବିଶ୍ୱରେ ପ୍ରସିଦ୍ଧିଲାଭ କରିଥିବା ୧୪୩୭ ବର୍ଗ କିଲୋମିଟର ପରିମିତ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ସମେତ ଧାମରା ମୁହାଣରୁ ଦେବୀ ମୁହାଣ ଯାଏଁ ୧୬୦ କି.ମି. ପର୍ଯ୍ୟନ୍ତ ଲାଗିବ କଟକଣା। ନଭେମ୍ବର ୧ରୁ ମେ ୩୧ ଯାଏ ୭ ମାସ ଧରି ମାଛଧରା ଓ ଟ୍ରଲର ଚଳାଚଳ ଉପରେ କଟକଣା ଜାରି କରାଯାଇଛି। ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ମଧ୍ୟରେ ବର୍ଷ ତମାମ ଟ୍ରଲର ଚଳାଚଳ ଓ ମାଛଧରା ଉପରେ ସମ୍ପୂର୍ଣ୍ଣ ନିଷେଦ୍ଧାଜ୍ଞା ଥିବାବେଳେ କଇଁଛ ଋତୁ ନିମନ୍ତେ ମତ୍ସ୍ୟ ବିଭାଗ ପକ୍ଷରୁ ଧାମରା ମୁହାଣରୁ ଦେବୀ ମୁହାଣ ପର୍ଯ୍ୟନ୍ତ ସମୁଦ୍ରକୂଳଠାରୁ ୨୦ କି.ମି. ଯାଏଁ ଯନ୍ତ୍ରଚାଳିତ ଟ୍ରଲର, ବୋଟ୍‌, ଭୁଟୁଭୁଟି ଚଳାଚଳ ବନ୍ଦ ସହ ମାଛଧରା ଉପରେ କଟକଣା ଜାରି କରାଯାଇଛି ବୋଲି ଡିଏଫ୍‌ଓ ସୁଦର୍ଶନ ଗୋପୀନାଥ ଯାଦବ ସୂଚନା ଦେଇଛନ୍ତି। ଏଥିସହ ଏହି ବିରଳ ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ସୁରକ୍ଷା ପାଇଁ ବାବୁବାଲି ଓ ଅଗରନାଶିରେ ୨ଟି ଅଫିସର ଓ ୧୪ଟି ସ୍ଥାନରେ ଟ୍ରଟଲ୍‌ ପ୍ରୋଟେକ୍ସନ୍‌ କ୍ୟାମ୍ପ କରାଯିବ।
ବିରଳ ଅଲିଭ୍‌ ରିଡ୍‌ଲେ କଇଁଛଙ୍କୁ ସୁରକ୍ଷା ଦେବା ପାଇଁ ବନ ବିଭାଗ ସମେତ କୋଷ୍ଟଗାର୍ଡ, ମେରାଇନ୍‌ ପୋଲିସ, ମତ୍ସ୍ୟ ବିଭାଗ ପକ୍ଷରୁ ମିଳିତ ପାଟ୍ରୋଲିଂ କରିବେ। ସ୍ମରଣଯୋଗ୍ୟ, ୧୯୭୪ ରେ ଆମେରିକାର ବିଶିଷ୍ଟ ପ୍ରାଣୀବିଜ୍ଞାନୀ ଡ. ଏଚ୍‌.ଆର୍‌.ବଷ୍ଟାର୍ଡ ଭିତରକନିକାର ବଉଳା କୁମ୍ଭୀରମାନଙ୍କ ଉପରେ ଗବେଷଣା କରିବାକୁ ଆସି ଗହୀରମଥାର ଏହି ବିରଳ କଇଁଛ ସମାଗମ ସ୍ଥଳ ଦେଖି ଏହା ଅଲିଭ ରିଡ୍‌ଲେ ପ୍ରଜାତିର ବୋଲି ଚିହ୍ନଟ କରିଥିଲେ। ପରେ ଏହି ବିରଳ କଇଁଛଙ୍କ ସୁରକ୍ଷା ପାଇଁ ବିଭିନ୍ନ ଆଇନ ପ୍ରଣୟନ ଓ କଟକଣା ଲାଗୁ କରାଯାଇଛି। ୧୯୯୭ ସେପ୍ଟେମ୍ବର ୨୭ରେ ରାଜ୍ୟ ସରକାର ଗହୀରମଥାକୁ ରାଜ୍ୟର ପ୍ରଥମ ସାମୁଦ୍ରିକ ଅଭୟାରଣ୍ୟ ଘୋଷଣା, ୧୯୯୩ରେ ଓଡ଼ିଶା ମେରାଇନ୍‌ ଫିସ୍‌ ରିଜୋଲ୍ୟୁଶନ୍‌ ଆକ୍ଟ ୧୯୮୧ ଅନୁସାରେ ଗହୀରମଥାକୁ ନୋ ଫିଶିଂ ଜୋନ୍‌ ଘୋଷଣା, ସମୁଦ୍ର କୂଳଠାରୁ ୨୦ କି.ମି. ଯାଏଁ ମେଶିନ ଡଙ୍ଗା ବା ଟ୍ରଲର ସାହାଯ୍ୟରେ ମାଛଧରା ନିଷେଧ, କଇଁଛଙ୍କ ସୁରକ୍ଷା ପାଇଁ ବନ୍ୟପ୍ରାଣୀ ସୁରକ୍ଷା ଆଇନ ୧୯୭୨, ପରିବେଶ ସୁରକ୍ଷା ଆଇନ ୧୯୮୬, କୋଷ୍ଟାଲ ରିଜୋଲ୍ୟୁଶନ୍‌ ଜୋନ ୧, ୨, ୩ ଏବଂ ଓଡ଼ିଶା ସାମୁଦ୍ରିକ ମତ୍ସ୍ୟ ଉତ୍ପାଦନ ଆଇନ ୧୯୮୨ ମଧ୍ୟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଆନନ୍ଦପୁରରେ ବିଜେପି SC ମୋର୍ଚ୍ଚାର ନୂତନ ନିଯୁକ୍ତି, ଶାନ୍ତନୁ ସେଠୀଙ୍କୁ ଜିଲା କମିଟିରେ ଦାୟିତ୍ୱ…

ବାଞ୍ଚୋ ,୧୬ା୫(ପ୍ରଦୋଷ କୁମାର ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି(ଭାଜପା) କେନ୍ଦୁଝର ଜିଲା ଏସ୍‌.ସି ମୋର୍ଚ୍ଚା କମିଟିରେ ଆନନ୍ଦପୁର ଅଞ୍ଚଳର ଯୁବ ନେତା ଶାନ୍ତନୁ ସେଠୀଙ୍କୁ ଆଜି…

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri