ନଭେମ୍ବର ୧ରୁ ଧାମରାରୁ ଦେବୀ ମୁହାଣ ମାଛଧରା କଟକଣା

ରାଜନଗର,୧।୧୧(ଭାସ୍କର ରାଉତରାୟ): ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ କେନ୍ଦ୍ରାପଡ଼ା ଜିଲା ବଙ୍ଗୋପସାଗର ଗହୀରମଥା ସାମୁଦ୍ରିକ କଇଁଛ ଅଲିଭ ରିଡ୍‌ଲେଙ୍କ ତୀର୍ଥସ୍ଥଳୀ। ଅତିଥି ଅଲିଭ ରିଡ୍‌ଲେ ଯୋଜନ ଯୋଜନ ସାମୁଦ୍ରିକ ପଥ ଅତିକ୍ରମକରି ଗହୀରମଥାର ନିଷିଦ୍ଧ ଜଳରାଶିରେ ପାଦ ଥାପିବେ। ଆସୁଥିବା ଆଗନ୍ତୁକ ଅତିଥି ଅଲିଭ ରିଡ୍‌ଲେ ସୁରକ୍ଷା ଓ ନିରାପଦ ପ୍ରଜନନ ପ୍ରକ୍ରିୟାକୁ ଆଖି ଆଗରେ ରଖି ଧାମରାଠାରୁ ଦେବୀମୁହାଣ ପର୍ଯ୍ୟନ୍ତ ବନ ବିଭାଗ ପକ୍ଷରୁ ବ୍ୟାପକ କଟକଣା ବ୍ୟବସ୍ଥା କରାଯାଉଛି। ବିରଳ ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ଅନ୍ତୁଡ଼ିଶାଳ ଭାବେ ସମଗ୍ର ବିଶ୍ୱରେ ପ୍ରସିଦ୍ଧିଲାଭ କରିଥିବା ୧୪୩୭ ବର୍ଗ କିଲୋମିଟର ପରିମିତ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ସମେତ ଧାମରା ମୁହାଣରୁ ଦେବୀ ମୁହାଣ ଯାଏଁ ୧୬୦ କି.ମି. ପର୍ଯ୍ୟନ୍ତ ଲାଗିବ କଟକଣା। ନଭେମ୍ବର ୧ରୁ ମେ ୩୧ ଯାଏ ୭ ମାସ ଧରି ମାଛଧରା ଓ ଟ୍ରଲର ଚଳାଚଳ ଉପରେ କଟକଣା ଜାରି କରାଯାଇଛି। ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ମଧ୍ୟରେ ବର୍ଷ ତମାମ ଟ୍ରଲର ଚଳାଚଳ ଓ ମାଛଧରା ଉପରେ ସମ୍ପୂର୍ଣ୍ଣ ନିଷେଦ୍ଧାଜ୍ଞା ଥିବାବେଳେ କଇଁଛ ଋତୁ ନିମନ୍ତେ ମତ୍ସ୍ୟ ବିଭାଗ ପକ୍ଷରୁ ଧାମରା ମୁହାଣରୁ ଦେବୀ ମୁହାଣ ପର୍ଯ୍ୟନ୍ତ ସମୁଦ୍ରକୂଳଠାରୁ ୨୦ କି.ମି. ଯାଏଁ ଯନ୍ତ୍ରଚାଳିତ ଟ୍ରଲର, ବୋଟ୍‌, ଭୁଟୁଭୁଟି ଚଳାଚଳ ବନ୍ଦ ସହ ମାଛଧରା ଉପରେ କଟକଣା ଜାରି କରାଯାଇଛି ବୋଲି ଡିଏଫ୍‌ଓ ସୁଦର୍ଶନ ଗୋପୀନାଥ ଯାଦବ ସୂଚନା ଦେଇଛନ୍ତି। ଏଥିସହ ଏହି ବିରଳ ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ସୁରକ୍ଷା ପାଇଁ ବାବୁବାଲି ଓ ଅଗରନାଶିରେ ୨ଟି ଅଫିସର ଓ ୧୪ଟି ସ୍ଥାନରେ ଟ୍ରଟଲ୍‌ ପ୍ରୋଟେକ୍ସନ୍‌ କ୍ୟାମ୍ପ କରାଯିବ।
ବିରଳ ଅଲିଭ୍‌ ରିଡ୍‌ଲେ କଇଁଛଙ୍କୁ ସୁରକ୍ଷା ଦେବା ପାଇଁ ବନ ବିଭାଗ ସମେତ କୋଷ୍ଟଗାର୍ଡ, ମେରାଇନ୍‌ ପୋଲିସ, ମତ୍ସ୍ୟ ବିଭାଗ ପକ୍ଷରୁ ମିଳିତ ପାଟ୍ରୋଲିଂ କରିବେ। ସ୍ମରଣଯୋଗ୍ୟ, ୧୯୭୪ ରେ ଆମେରିକାର ବିଶିଷ୍ଟ ପ୍ରାଣୀବିଜ୍ଞାନୀ ଡ. ଏଚ୍‌.ଆର୍‌.ବଷ୍ଟାର୍ଡ ଭିତରକନିକାର ବଉଳା କୁମ୍ଭୀରମାନଙ୍କ ଉପରେ ଗବେଷଣା କରିବାକୁ ଆସି ଗହୀରମଥାର ଏହି ବିରଳ କଇଁଛ ସମାଗମ ସ୍ଥଳ ଦେଖି ଏହା ଅଲିଭ ରିଡ୍‌ଲେ ପ୍ରଜାତିର ବୋଲି ଚିହ୍ନଟ କରିଥିଲେ। ପରେ ଏହି ବିରଳ କଇଁଛଙ୍କ ସୁରକ୍ଷା ପାଇଁ ବିଭିନ୍ନ ଆଇନ ପ୍ରଣୟନ ଓ କଟକଣା ଲାଗୁ କରାଯାଇଛି। ୧୯୯୭ ସେପ୍ଟେମ୍ବର ୨୭ରେ ରାଜ୍ୟ ସରକାର ଗହୀରମଥାକୁ ରାଜ୍ୟର ପ୍ରଥମ ସାମୁଦ୍ରିକ ଅଭୟାରଣ୍ୟ ଘୋଷଣା, ୧୯୯୩ରେ ଓଡ଼ିଶା ମେରାଇନ୍‌ ଫିସ୍‌ ରିଜୋଲ୍ୟୁଶନ୍‌ ଆକ୍ଟ ୧୯୮୧ ଅନୁସାରେ ଗହୀରମଥାକୁ ନୋ ଫିଶିଂ ଜୋନ୍‌ ଘୋଷଣା, ସମୁଦ୍ର କୂଳଠାରୁ ୨୦ କି.ମି. ଯାଏଁ ମେଶିନ ଡଙ୍ଗା ବା ଟ୍ରଲର ସାହାଯ୍ୟରେ ମାଛଧରା ନିଷେଧ, କଇଁଛଙ୍କ ସୁରକ୍ଷା ପାଇଁ ବନ୍ୟପ୍ରାଣୀ ସୁରକ୍ଷା ଆଇନ ୧୯୭୨, ପରିବେଶ ସୁରକ୍ଷା ଆଇନ ୧୯୮୬, କୋଷ୍ଟାଲ ରିଜୋଲ୍ୟୁଶନ୍‌ ଜୋନ ୧, ୨, ୩ ଏବଂ ଓଡ଼ିଶା ସାମୁଦ୍ରିକ ମତ୍ସ୍ୟ ଉତ୍ପାଦନ ଆଇନ ୧୯୮୨ ମଧ୍ୟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦନକାନନ କାର୍ଯ୍ୟାଳୟରେ ଅଧିକାରୀଙ୍କୁ ମାରଣାସ୍ତ୍ରରେ ଆକ୍ରମଣ

ବାରଙ୍ଗ,୨୯।୪(ଲିଙ୍ଗରାଜ ରାଉତ): ନନ୍ଦନକାନନ ଉପ-ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ସୋମବାର ଅପରାହ୍ନରେ ଜଣେ ଯୁବକ ଉତ୍ପାତ କରି କମ୍ପ୍ୟୁଟର, ଝରକାକାଚ, ଟେବୁଲ ଓ ଅନ୍ୟାନ୍ୟ ସାମଗ୍ରୀ ଭାଙ୍ଗିବା ସହ...

ପହଞ୍ଚିଲେ ନିର୍ବାଚନୀ ଖର୍ଚ୍ଚ ପର୍ଯ୍ୟବେକ୍ଷକ

କଟକ,୨୯ା୪(କାର୍ତ୍ତିକ ସାହୁ): ସାଧାରଣ ନିର୍ବାଚନ ୨୦୨୪ ନିମନ୍ତେ କଟକ ଜିଲାରେ ୩ଜଣ ଖର୍ଚ୍ଚ ପର୍ଯ୍ୟବେକ୍ଷକ ସୋମବାର ପହଞ୍ଚିଛନ୍ତି। ଭାରତୀୟ ରାଜସ୍ବ ସେବାର ବରିଷ୍ଠ ଅଧିକାରୀ  ସୁରେଶ...

ପଞ୍ଜୀକରଣର ୧୦୦ ମିନିଟ୍‌ ମଧ୍ୟରେ ହେବ କାର୍ଯ୍ୟାନୁଷ୍ଠାନ

କଟକ,୨୯ା୪(କାର୍ତ୍ତିକ ସାହୁ): ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ସମ୍ବନ୍ଧିତ ଅଭିଯୋଗ ଦାଖଲ ପାଇଁ କଟକ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ୨୪ ଘଣ୍ଟିଆ ସମନ୍ବିତ କଣ୍ଟ୍ରୋଲ ରୁମ୍‌...

ଆତ୍ମସମର୍ପଣ କଲେ ୨୩ ମାଓବାଦୀ

ମାଲକାନଗିରି,୨୯ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତେୱାଡାରେ ସୋମବାର ୨୩ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଲୋନ୍‌ ଭାରାଟୁ ଅଭିଯାନରେ ପ୍ରଭାବିତ ହୋଇ ଆତ୍ମସମର୍ପଣ କରିଥିବା...

ଯବାନଙ୍କ ସହ ଗୁଳି ବିନିମୟ, ଜଣେ ମାଓବାଦୀ ମୃତ, ଅନେକ ଆହତ

ମାଲକାନଗିରି,୨୯ା୪(ଦୁର୍ଯ୍ୟୋଧନପାତ୍ର): ମାଲକାନଗିରି ଜିଲା ସୀମାନ୍ତ ସୁକ୍‌ମା ଜିଲାରେ ସୋମବାର ଡିଆର୍‌ଜି ଯବାନଙ୍କ ସହ ଗୁଳି ବିନିମୟରେ ଜଣେ ମାଓବାଦୀଙ୍କ ମୃତ୍ୟୁ ହୋଇଛି। ଏଥିରେ ଅନେକେ ଆହତ...

ବିଜେଡିରେ ଯୋଗ ଦେଲେ ପୂର୍ବତନ କଂଗ୍ରେସ ଜିଲା କାର୍ଯ୍ୟକାରୀ ସଭାପତି

କେନ୍ଦୁଝର,୨୯।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କଂଗ୍ରେସ ପୂର୍ବତନ ଜିଲା କାର୍ଯ୍ୟକାରୀ ସଭାପତି ରତିକାନ୍ତ ବାରାଲ ବିଧିବଧ ଭାବେ ବିଜେଡିରେ ଯୋଗ ଦେଇଛନ୍ତି। ସେ ପୂର୍ବରୁ...

ଅତାବିରାରେ ଶକ୍ତି ବଢ଼ାଉଛି ଭାଜପା

ଭେଡେନ,୨୯।୪(ସୁଦନ ମହାକୁର): ବରଗଡ଼ ଜିଲା ଭେଡେନ ରଞ୍ଜିତା ମିନି ଷ୍ଟାଡିୟମରେ ଭେଡେନ ବ୍ଲକ ଭାଜପା କର୍ମୀ ସମ୍ବିଳନୀ ଏବଂ ମିଶ୍ରଣ ପର୍ବ ସୋମବାର ଅନୁଷ୍ଠିତ ହୋଇଯାଇଛି।...

ବାଲିଗୁଡ଼ା ଆସନ ପାଇଁ ବିଜେଡି ପ୍ରାର୍ଥୀ ଚକ୍ରମଣି କହଁର ଦାଖଲ କଲେ ପ୍ରାର୍ଥିପତ୍ର

ବାଲିଗୁଡା,୨୯।୪:(ସଞ୍ଜୟ କୁମାର ପାଣିଗ୍ରାହୀ): ପ୍ରବଳ ଖରା ସତ୍ତ୍ୱେ ହଜାର ହଜାର ସମର୍ଥକଙ୍କ ଗହଣରେ ଏକ ବିରାଟ ଶୋଭାଯାତ୍ରାରେ ଆସି କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri