ବନ୍ୟା ସଙ୍କଟକୁ ନେଇ ଚିନ୍ତା ପ୍ରକଟ କଲେ ଧମେନ୍ଦ୍ର ପ୍ରଧାନ, ସମ୍ବଲପୁରବାସୀଙ୍କୁ…

ଭୁବନେଶ୍ୱର,୩୧।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଏବେ ଓଡ଼ିଶାର ୬ ଜିଲାରେ ବନ୍ୟା ସଙ୍କଟ ସୃଷ୍ଟି କରିଥିବାବେଳେ ୯ ଜିଲାରେ ବିଶେଷ ପ୍ରଭାବ ପକାଇଛି। ବନ୍ୟାରେ ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର ଏବଂ ସମ୍ବଲପୁର ଜିଲାର ପ୍ରାୟ ୫୭ଟି ବ୍ଲକରେ ୫ ଲକ୍ଷ ୨୬ ହଜାର ୮୦୦ ଲୋକ ପ୍ରଭାବିତ ହୋଇଥିବାବେଳେ ଢେଙ୍କାନାଳରେ ୪ ଏବଂ କେନ୍ଦୁଝରରେ ୨ ଜଣଙ୍କ ମୃତ୍ୟୁ ହୋଇଛି। ତେବେ ବନ୍ୟା ପରିସ୍ଥିତିକୁ ନେଇ ସମ୍ବଲପୁର ଏମ୍‌ପି ଧମେନ୍ଦ୍ର ପ୍ରଧାନ ଚିନ୍ତାପ୍ରକଟ କରିଛନ୍ତି। ଜଳବନ୍ଦୀ ସମସ୍ୟାର ନିରାକରଣ ପାଇଁ ସେ ଓଡ଼ିଶାର ପଞ୍ଚାୟତିରାଜ, ଗ୍ରାମୀଣ ବିକାଶ ଓ ପାନୀୟ ଜଳ ମନ୍ତ୍ରୀ , ଜିଲା ପ୍ରଶାସନ, ସ୍ଥାନୀୟ ଜନପ୍ରତିନିଧି, ବୁଦ୍ଧିଜୀବୀ ଓ ସାମାଜିକ ସଂଗଠନର ସଦସ୍ୟମାନଙ୍କ ସହ ଭର୍ଚ୍ଚୁଆଲ ଆଲୋଚନା କରିଛନ୍ତି। ଏନେଇ ଏକ୍ସରେ ସୂଚନା ଦେଇ କହିଛନ୍ତି, ସମ୍ବଲପୁରବାସୀଙ୍କୁ ଜଳବନ୍ଦୀ ସମସ୍ୟାରୁ ମୁକ୍ତି ଦେବା ଆମର ପ୍ରାଥମିକତା । ବର୍ତ୍ତମାନ ସମୟରେ ପ୍ରଶାସନ ତତ୍ପରତା ସହ କାର୍ଯ୍ୟ କରିବା ପ୍ରଶଂସନୀୟ । ସମସ୍ୟାର ନିରାକରଣ ପାଇଁ ସ୍ଥାନୀୟ ବିଶେଷଜ୍ଞ ଓ ସିଭିଲ ସୋସାଇଟି ଦ୍ୱାରା ଆସିଥିବା ସମସ୍ତ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ସ୍ବାଗତଯୋଗ୍ୟ । ଏହି ସମୟରେ କୌଣସି ପରିବାର ଯେପରି ବିଶୁଦ୍ଧ ପାନୀୟ ଜଳରୁ ବଞ୍ଚିତ ନହୁଅନ୍ତି, ସେଥିପାଇଁ ଜଳ ଯୋଗାଣ ବ୍ୟବସ୍ଥାକୁ ଅଧିକ ଗୁରୁତ୍ୱ ଦେବା ସହ ଯୁଦ୍ଧକାଳୀନ ଭିତ୍ତିରେ ପଦକ୍ଷେପ ନେବା ପାଇଁ ପ୍ରସ୍ତୁତ ରହିବାକୁ ପରାମର୍ଶ ଦେଇଛି।

 

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

ବ୍ୟାଙ୍କରେ ପଶି ଡକାୟତି, ଧରାପଡ଼ିଲେ ୭ ଡ଼କାୟତ

ବୈଶିଙ୍ଗା,୧୫।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରରେ ଥିବା ୟୂନିୟନ ବ୍ୟାଙ୍କରେ ସୋମବାର ରାତିରେ ଏକ ଡକାୟତି ଯୋଜନାକୁ ପଣ୍ଡ କରିଛି ବ୍ୟାଙ୍କରେ ଲାଗିଥିବା…

ଋଷିକୂଲ୍ୟାରେ ଭାସୁଛି ମୃତଦେହ

ଛତ୍ରପୁର,୧୫।୯(ଅନାଥ ତରାଇ/ଦିଲୀପ ସାମଲ): ଗଞ୍ଜାମ ବ୍ଲକ ଅଧୀନ ଗୋଖୁରୁକୁଦା ଫରେଷ୍ଟ ଅଫିସ ନିକଟସ୍ଥ ଋଷିକୂଲ୍ୟା ନଦୀରେ ମଙ୍ଗଳବାର ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି।…

ଛୁରୀ ଭୁଶି ଯୁବକଙ୍କୁ ହତ୍ୟା: ପୂର୍ବ ଶତ୍ରୁତାରୁ ଆକ୍ରମଣ, ଦୁଇ ଯୁବକ ଫେରାର

ଖଲ୍ଲିକୋଟ, ୧୫।୯ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ଖୋଜାପଲ୍ଲୀ ଗ୍ରାମରେ ଜଣେ ଯୁବକଙ୍କୁ ଛୁରୀ ଭୁଶି ହତ୍ୟା କରାଯାଇଛି। ମୃତକ ହେଲେ ଖୋଜାପଲ୍ଲୀ ଗ୍ରାମର…

ପଞ୍ଚାୟତ ନିର୍ବାଚନ ପାଇଁ ରଣନୀତି : ବୁଥ୍‌ରୁ ଗାଁ ଯାଏ ସଂଗଠନ ମଜବୁତ କରିବ ଭାଜପା

ଭଞ୍ଜନଗର, ୧୫/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଡେକା ସମ୍ମିଳନୀ କକ୍ଷରେ ମଙ୍ଗଳବାର ଭାଜପା ଭଞ୍ଜନଗର ସାଂଗଠନିକ ଜିଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା…

ରହସ୍ୟଜନକ ପାରା ଥାନାରେ ଅଟକ: ବାଂଲାଦେଶରୁ ଆସିଥିବା ସନ୍ଦେହ

ବୈଶିଙ୍ଗା, ୧୫/୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ କଷିପଦା ଗ୍ରାମରୁ ମଙ୍ଗଳବାର ଦ୍ୱିପ୍ରହର ସମୟରେ ଏକ ରହସ୍ୟଜନକ ପାରା ଉଦ୍ଧାର କରାଯାଇଛି। ଗ୍ରାମର…

କଳାହାଣ୍ଡିରେ ଧୁମ୍‌ଧାମ୍‌ରେ ପାଳିତ ହେଲା ନୂଆଁଖାଇ, ଖିରି, ପିଠାରେ ମହକିଲା ଗାଁ ଦାଣ୍ଡ

ଭବାନୀପାଟଣା,୧୫ା୯(ଉତ୍ତମ କୁମାର ଦାଶ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ମଙ୍ଗଳବାର କଳାହାଣ୍ଡି ଜିଲାରେ ଧୁମ୍‌ଧାମରେ ପାଳିତ ହୋଇଯାଇଛି। ଜିଲାର ସର୍ବପୁରାତନ ଜୁନାଗଡ଼ ସହରସ୍ଥିତ ଦଧିବାମନ ମନ୍ଦିରରେ ସକାଳ…

ମଦ ବିକ୍ରିକୁ ନେଇ ତାତିଲେ ମହିଳା, ପ୍ରଶାସନ ନିକଟରେ ଦାବି

ପାଟଣା, ୧୪/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ବଡ଼ପାଟଣା ପଞ୍ଚାୟତ ମଙ୍ଗଳପୁର, କୁଆପଶି, ଲେଖେନା ଓ ଡିଆନାଳି ଅଞ୍ଚଳରେ ବେଆଇନ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?