ଦିବ୍ୟାଙ୍ଗ ଭୋଟରଙ୍କ ପାଇଁ ଅଟୋରିକ୍ସା, ହ୍ବିଲ୍‌ଚେୟାର

ଭଦ୍ରକ ଅଫିସ, ୨୦ା୧୦: ଧାମନଗର ଉପନିର୍ବାଚନ ପାଇଁ ନଭେମ୍ବର ୩ରେ ଭୋଟ ଗ୍ରହଣ ଥିବା ବେଳେ ଭୋଟ ଦେବା ଲାଗି ବୁଥ୍‌କୁ ଆସିବାକୁ ଅସମର୍ଥ ଥିବା ଦିବ୍ୟାଙ୍ଗ ଭୋଟରମାନଙ୍କ ପାଇଁ ଭାରତର ନିର୍ବାଚନ ଆୟୋଗ ଏବଂ ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିର୍ଦ୍ଦେଶ କ୍ରମେ ବାହନ ପାସ୍‌ ବ୍ୟବସ୍ଥା କରାଯାଇଛି। ପ୍ରଥମ ଥର ପାଇଁ ପ୍ରଚଳିତ ଏହି ବ୍ୟବସ୍ଥାରେ ମତଦାନ କେନ୍ଦ୍ରକୁ ଯିବା ଓ ଆସିବା ପାଇଁ ଧାମନଗର ବ୍ଲକ ପାଇଁ ୭୨ଟି ଓ ତିହିଡ଼ି ବ୍ଲକ ପାଇଁ ୨୬ଟିକୁ ମିଶାଇ ସମୁଦାୟ ୯୮ଟି ଅଟୋରିକ୍ସା ବ୍ୟବସ୍ଥା କରାଯାଇଛି। ମତଦାନ କେନ୍ଦ୍ରରେ ପହଞ୍ଚିବା ପରେ ମତଦାନ କକ୍ଷକୁ ଯିବାପାଇଁ ପ୍ରତି ବୁଥ୍‌ରେ ଗୋଟିଏ ଲେଖାଏ ହ୍ବିଲ୍‌ ଚେୟାର ଓ ଦୁଇଜଣ ସହାୟକ ଉପସ୍ଥିତ ରହିବାର ବ୍ୟବସ୍ଥା କରାଯାଇଛି। ସମୁଦାୟ ୨୫୨ଟି ବୁଥ୍‌ ପାଇଁ ୨୫୨ଟି ହ୍ବିଲ ଚେୟାର ପ୍ରସ୍ତୁତ ଥିଲା ବେଳେ ୫୦୪ଜଣ ସ୍ବେଚ୍ଛାସେବୀ ନିୟୋଜିତ ରହିବେ। ସ୍କାଉଟ୍‌, ଗାଇଡ଼୍‌ ଓ ଏନ୍‌ସିସି ବିଦ୍ୟାର୍ଥୀମାନଙ୍କୁ ଏହି ସ୍ବେଚ୍ଛାସେବୀ ଦାୟିତ୍ୱ ନିର୍ବାହ ପାଇଁ ଚିହ୍ନଟ କରାଯିବ। ସୂଚନାଯୋଗ୍ୟ ଯେ. ଏହି ଉପନିର୍ବାଚନ ପାଇଁ ପ୍ରକାଶିତ ଭୋଟର ତାଲିକା ଅନୁଯାୟୀ ୪୦ ପ୍ରତିଶତରୁ ଊର୍ଦ୍ଧ୍ୱ ପ୍ରମାଣପତ୍ର ପାଇଥିବା ୪୮୭୧ ଜଣ ଭୋଟରଙ୍କ ନାମ ଭୋଟର ତାଲିକାରେ ଅଛି ା


Enter your email to get our daily news in your inbox.

All Right Reserved By Dharitri.Com

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ଥମୁନି ଦାଦନ ଦୁଖଃ: ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର,୩ା୪(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ଜଣେ ଦାଦନ ଶ୍ରମିକଙ୍କ କୋଏମ୍ୱାଟୁରରେ ହୃଦ୍‌ଘାତରେ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ବେହେରା(୪୫)।…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri