ରାତି ପାହିଲେ ଧାମନଗର ଉପନିର୍ବାଚନ: ୧୦୦ ମିଟର ଭିତରେ କଥାବାର୍ତ୍ତା ହେଲେ ବନ୍ଧା ହେବେ

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ରାତି ପାହିଲେ ଧାମନଗର ଉପନିର୍ବାଚନ। ଏଥିପାଇଁ ଶେଷ ହୋଇଛି ପାଇଁ ସମସ୍ତ ପ୍ରସ୍ତୁତି । ଗୁରୁବାର ସକାଳ ୭ଟାରୁ ସନ୍ଧ୍ୟା ୬ଯାଏ ଭୋଟଗ୍ରହଣ କରାଯିବ। ତେବେ ସକାଳ ୭ଟାରୁ ସନ୍ଧ୍ୟା ସାଢ଼େ ୬ ଯାଏ ଏକ୍‌ଜିଟ୍‌ ପୋଲ୍‌ ଉପରେ କଟକଣା ଲଗାଯାଇଛି। ବୁଥ୍‌ର ୧୦୦ ମିଟର ମଧ୍ୟରେ କେହି ବି କଥାବାର୍ତ୍ତା ହୋଇପାରିବେ ନାହିଁ । ଯଦି କେହି ନିୟମ ଉଲ୍ଲଂଘନ କରିବେ ତେବେ ତାଙ୍କୁ ଗିରଫ କରାଯିବ। ବୁଧବାର ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(ସିଇଓ) ସୁଶୀଲ କୁମାର ଲୋହାନୀ ଏହି ସୂଚନା ଦେଇଛନ୍ତି ।

ସେ କହିଛନ୍ତି, ଭୋଟର ପରିଚୟ ପତ୍ର ଛଡ଼ା ୧୨ଟି ଅନ୍ୟ ଡକ୍ୟୁମେଣ୍ଟ ଦେଖାଇ ମତଦାତା ଭୋଟ ଦେଇ ପାରିବେ । ନିର୍ବାଚନ ପାଇଁ ମୋଟ ୨୫୨ ବୁଥ୍‌ ରହିଛି । ସେଥିମଧ୍ୟରୁ ୧୧୦ ସମ୍ବେଦନଶୀଳ ବୁଥ୍‌ ରହିଛି । ୧୨୬ଟି ବୁଥ୍‌ରେ ୱେବ୍‌କାଷ୍ଟିଂ ହେବ । ୨୫ ଜଣ ମାଇକ୍ରୋ ଅବଜରଭର ରହିଛନ୍ତି । ୧୫ଟି ମଡେଲ ବୁଥ୍‌ ଓ ୫ଟି ପିଙ୍କ୍‌ ବୁଥ୍‌ କରାଯାଇଛି। ବୁଥ୍‌ ବାହାରେ ସାନିଟାଇଜର ବ୍ୟବସ୍ଥା ହୋଇଛି । ମାସ୍କ ପିନ୍ଧି ଆସିବାକୁ ଭୋଟରଙ୍କୁ ନିବେଦନ କରାଯାଇଛି । ଭିନ୍ନକ୍ଷମଙ୍କ ପାଇଁ ୯୮ଟି ଅଟୋରିକ୍ସାର ବ୍ୟବସ୍ଥା ହୋଇଛି । ସେହିପରି ମତଦାନ ଦିବସକୁ ଛୁଟି ଘୋଷଣା କରାଯାଇଛି । ସବୁ ବୁଥ୍‌ରେ ହେଲ୍‌ପ ଡେସ୍କ ରହିବ । ଇଭିଏମ୍‌ରେ ତ୍ରୁଟି ହେଲେ ଅଧୈଯ୍ୟ ନ ହୋଇ ଅପେକ୍ଷା କରିବାକୁ ସିଇଓ ନିବେଦନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ… 

ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri