ରାତି ପାହିଲେ ଧାମନଗର ଉପନିର୍ବାଚନ: ୧୦୦ ମିଟର ଭିତରେ କଥାବାର୍ତ୍ତା ହେଲେ ବନ୍ଧା ହେବେ

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ରାତି ପାହିଲେ ଧାମନଗର ଉପନିର୍ବାଚନ। ଏଥିପାଇଁ ଶେଷ ହୋଇଛି ପାଇଁ ସମସ୍ତ ପ୍ରସ୍ତୁତି । ଗୁରୁବାର ସକାଳ ୭ଟାରୁ ସନ୍ଧ୍ୟା ୬ଯାଏ ଭୋଟଗ୍ରହଣ କରାଯିବ। ତେବେ ସକାଳ ୭ଟାରୁ ସନ୍ଧ୍ୟା ସାଢ଼େ ୬ ଯାଏ ଏକ୍‌ଜିଟ୍‌ ପୋଲ୍‌ ଉପରେ କଟକଣା ଲଗାଯାଇଛି। ବୁଥ୍‌ର ୧୦୦ ମିଟର ମଧ୍ୟରେ କେହି ବି କଥାବାର୍ତ୍ତା ହୋଇପାରିବେ ନାହିଁ । ଯଦି କେହି ନିୟମ ଉଲ୍ଲଂଘନ କରିବେ ତେବେ ତାଙ୍କୁ ଗିରଫ କରାଯିବ। ବୁଧବାର ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(ସିଇଓ) ସୁଶୀଲ କୁମାର ଲୋହାନୀ ଏହି ସୂଚନା ଦେଇଛନ୍ତି ।

ସେ କହିଛନ୍ତି, ଭୋଟର ପରିଚୟ ପତ୍ର ଛଡ଼ା ୧୨ଟି ଅନ୍ୟ ଡକ୍ୟୁମେଣ୍ଟ ଦେଖାଇ ମତଦାତା ଭୋଟ ଦେଇ ପାରିବେ । ନିର୍ବାଚନ ପାଇଁ ମୋଟ ୨୫୨ ବୁଥ୍‌ ରହିଛି । ସେଥିମଧ୍ୟରୁ ୧୧୦ ସମ୍ବେଦନଶୀଳ ବୁଥ୍‌ ରହିଛି । ୧୨୬ଟି ବୁଥ୍‌ରେ ୱେବ୍‌କାଷ୍ଟିଂ ହେବ । ୨୫ ଜଣ ମାଇକ୍ରୋ ଅବଜରଭର ରହିଛନ୍ତି । ୧୫ଟି ମଡେଲ ବୁଥ୍‌ ଓ ୫ଟି ପିଙ୍କ୍‌ ବୁଥ୍‌ କରାଯାଇଛି। ବୁଥ୍‌ ବାହାରେ ସାନିଟାଇଜର ବ୍ୟବସ୍ଥା ହୋଇଛି । ମାସ୍କ ପିନ୍ଧି ଆସିବାକୁ ଭୋଟରଙ୍କୁ ନିବେଦନ କରାଯାଇଛି । ଭିନ୍ନକ୍ଷମଙ୍କ ପାଇଁ ୯୮ଟି ଅଟୋରିକ୍ସାର ବ୍ୟବସ୍ଥା ହୋଇଛି । ସେହିପରି ମତଦାନ ଦିବସକୁ ଛୁଟି ଘୋଷଣା କରାଯାଇଛି । ସବୁ ବୁଥ୍‌ରେ ହେଲ୍‌ପ ଡେସ୍କ ରହିବ । ଇଭିଏମ୍‌ରେ ତ୍ରୁଟି ହେଲେ ଅଧୈଯ୍ୟ ନ ହୋଇ ଅପେକ୍ଷା କରିବାକୁ ସିଇଓ ନିବେଦନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?