ଭଦ୍ରକ ଅଫିସ, ୩୦।୧୦: ଧାମନଗର ଉପନିର୍ବାଚନ କାର୍ଯ୍ୟ ପରିଚାଳନାରେ ଅବହେଳା ପାଇଁ ୬ଜଣ ଓ ଆଦର୍ଶ ଆଚରଣବିଧି ଉଲ୍ଲଂଘନ ଅଭିଯୋଗରେ ଜଣେ କର୍ମଚାରୀଙ୍କ ବିରୋଧରେ ଭଦ୍ରକ ଜିଲା ନିର୍ବାଚନ ଅଧିକାରୀ ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦର ଶନିବାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଜିଲା କାର୍ଯ୍ୟାଳୟରେ ଖୋଲାଯାଇଥିବା ନିର୍ବାଚନୀ ନିୟନ୍ତ୍ରଣ କକ୍ଷରେ ନିଜର କାର୍ଯ୍ୟ ସମୟ ମଧ୍ୟରେ ଅନୁପସ୍ଥିତ ଥିବା ଯୋଗୁ ଜିଲା ମତ୍ସ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟର ଜୁନିଅର ଆସିଷ୍ଟାଣ୍ଟ ଖଗେଶ୍ୱର ଦାସ ଏବଂ ରାଜନୈତିକ ଦଳ ସହ ସମ୍ପୃକ୍ତି କାରଣରୁ ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ଆଧାରରେ କୋଠାର ମା’ ଶାରଦା ଦେବୀ ମହାବିଦ୍ୟାଳୟ କିରାଣି ନୃସିଂହ ଚରଣ ନନ୍ଦୀଙ୍କୁ ନିଲମ୍ବନ କରାଯାଇଛି। ସେହିପରି ନିର୍ବାଚନୀ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଅନୁପସ୍ଥିତ ଯୋଗୁ ବାରିକପୁର ନୋଡାଲ ସ୍କୁଲର ସହକାରୀ ଶିକ୍ଷୟିତ୍ରୀ ପ୍ରତିଭା ସେନାପତି, ନଳାଙ୍ଗ ୟୁଜିଏମ୍ଇ ସ୍କୁଲର ପ୍ରଧାନଶିକ୍ଷୟିତ୍ରୀ ସସ୍ମିତା ମହାନ୍ତି ଏବଂ ନିର୍ବାଚନୀ ନିୟନ୍ତ୍ରଣ କକ୍ଷ ପରିଚାଳନା କାର୍ଯ୍ୟରେ ଦେଢ଼ଘଣ୍ଟା ବିଳମ୍ବରେ ଆସିଥିବାରୁ ଜିଲା ପରିଷଦ କାର୍ଯ୍ୟାଳୟର ଡୁଡାର ସେକ୍ସନ ଟିମ୍ ଲିଡର ଈଶ୍ୱର ପଣ୍ଡା, ଭଦ୍ରକ ତହସିଲର ସିନିଅର ଆସିଷ୍ଟାଣ୍ଟ ଜ୍ୟୋତି ବିକାଶ ସାହୁ, ଉପନିବନ୍ଧକ କାର୍ଯ୍ୟାଳୟର ସିନିୟର ଆସିଷ୍ଟାଣ୍ଟ ବିଭୁଦତ୍ତ ବାରିକଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି।
Posted inଆମ ଜିଲା ଖବର, ଭଦ୍ରକ View All
ଟ୍ରକ୍ରେ ପିଟି ହୋଇ ଦୁଇ ବାଇକ୍ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର
ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...
ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର
ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...
ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…
ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...
ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…
ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...
ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ
ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...
ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି
ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...
ବାଇକ୍ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ
ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...
ଟ୍ରକ୍କୁ ସାଇଡ୍ ଦେବାକୁ ଯାଇ ଗଛରେ ପିଟିହେଲା ବାଇକ୍, ଚାଲିଗଲା ଜଣଙ୍କ ଜୀବନ
ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅନ୍ତର୍ଗତ କତଳକଇଠା ଗ୍ରାମ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣେ...
Archives


