ଭଦ୍ରକ ଅଫିସ, ୩୦।୧୦: ଧାମନଗର ଉପନିର୍ବାଚନ କାର୍ଯ୍ୟ ପରିଚାଳନାରେ ଅବହେଳା ପାଇଁ ୬ଜଣ ଓ ଆଦର୍ଶ ଆଚରଣବିଧି ଉଲ୍ଲଂଘନ ଅଭିଯୋଗରେ ଜଣେ କର୍ମଚାରୀଙ୍କ ବିରୋଧରେ ଭଦ୍ରକ ଜିଲା ନିର୍ବାଚନ ଅଧିକାରୀ ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦର ଶନିବାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଜିଲା କାର୍ଯ୍ୟାଳୟରେ ଖୋଲାଯାଇଥିବା ନିର୍ବାଚନୀ ନିୟନ୍ତ୍ରଣ କକ୍ଷରେ ନିଜର କାର୍ଯ୍ୟ ସମୟ ମଧ୍ୟରେ ଅନୁପସ୍ଥିତ ଥିବା ଯୋଗୁ ଜିଲା ମତ୍ସ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟର ଜୁନିଅର ଆସିଷ୍ଟାଣ୍ଟ ଖଗେଶ୍ୱର ଦାସ ଏବଂ ରାଜନୈତିକ ଦଳ ସହ ସମ୍ପୃକ୍ତି କାରଣରୁ ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ଆଧାରରେ କୋଠାର ମା’ ଶାରଦା ଦେବୀ ମହାବିଦ୍ୟାଳୟ କିରାଣି ନୃସିଂହ ଚରଣ ନନ୍ଦୀଙ୍କୁ ନିଲମ୍ବନ କରାଯାଇଛି। ସେହିପରି ନିର୍ବାଚନୀ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଅନୁପସ୍ଥିତ ଯୋଗୁ ବାରିକପୁର ନୋଡାଲ ସ୍କୁଲର ସହକାରୀ ଶିକ୍ଷୟିତ୍ରୀ ପ୍ରତିଭା ସେନାପତି, ନଳାଙ୍ଗ ୟୁଜିଏମ୍ଇ ସ୍କୁଲର ପ୍ରଧାନଶିକ୍ଷୟିତ୍ରୀ ସସ୍ମିତା ମହାନ୍ତି ଏବଂ ନିର୍ବାଚନୀ ନିୟନ୍ତ୍ରଣ କକ୍ଷ ପରିଚାଳନା କାର୍ଯ୍ୟରେ ଦେଢ଼ଘଣ୍ଟା ବିଳମ୍ବରେ ଆସିଥିବାରୁ ଜିଲା ପରିଷଦ କାର୍ଯ୍ୟାଳୟର ଡୁଡାର ସେକ୍ସନ ଟିମ୍ ଲିଡର ଈଶ୍ୱର ପଣ୍ଡା, ଭଦ୍ରକ ତହସିଲର ସିନିଅର ଆସିଷ୍ଟାଣ୍ଟ ଜ୍ୟୋତି ବିକାଶ ସାହୁ, ଉପନିବନ୍ଧକ କାର୍ଯ୍ୟାଳୟର ସିନିୟର ଆସିଷ୍ଟାଣ୍ଟ ବିଭୁଦତ୍ତ ବାରିକଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି।
Posted inଆମ ଜିଲା ଖବର, ଭଦ୍ରକ View All
ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ
ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ…
ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍ଓ ନିଲମ୍ବିତ
ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…
ବ୍ଲକସ୍ତରୀୟ ପ୍ରବେଶ ଉତ୍ସବରେ ଖଡ଼ିଛୁଇଁଲେ ଶିଶୁ
କର୍ଲାମୁଣ୍ଡା:୪।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଶନିବାର ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଏବଂ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ…
ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…
ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…
ଚାଲିଛି ଆଇପିଏଲ ସିଜନ୍: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ
ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…
ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…
ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…
ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…
ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …
ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା
ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ…
Archives

