ଧାମନଗର ଉପନିର୍ବାଚନ: ୭ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ

ଭଦ୍ରକ ଅଫିସ, ୩୦।୧୦: ଧାମନଗର ଉପନିର୍ବାଚନ କାର୍ଯ୍ୟ ପରିଚାଳନାରେ ଅବହେଳା ପାଇଁ ୬ଜଣ ଓ ଆଦର୍ଶ ଆଚରଣବିଧି ଉଲ୍ଲଂଘନ ଅଭିଯୋଗରେ ଜଣେ କର୍ମଚାରୀଙ୍କ ବିରୋଧରେ ଭଦ୍ରକ ଜିଲା ନିର୍ବାଚନ ଅଧିକାରୀ ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦର ଶନିବାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଜିଲା କାର୍ଯ୍ୟାଳୟରେ ଖୋଲାଯାଇଥିବା ନିର୍ବାଚନୀ ନିୟନ୍ତ୍ରଣ କକ୍ଷରେ ନିଜର କାର୍ଯ୍ୟ ସମୟ ମଧ୍ୟରେ ଅନୁପସ୍ଥିତ ଥିବା ଯୋଗୁ ଜିଲା ମତ୍ସ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟର ଜୁନିଅର ଆସିଷ୍ଟାଣ୍ଟ ଖଗେଶ୍ୱର ଦାସ ଏବଂ ରାଜନୈତିକ ଦଳ ସହ ସମ୍ପୃକ୍ତି କାରଣରୁ ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ଆଧାରରେ କୋଠାର ମା’ ଶାରଦା ଦେବୀ ମହାବିଦ୍ୟାଳୟ କିରାଣି ନୃସିଂହ ଚରଣ ନନ୍ଦୀଙ୍କୁ ନିଲମ୍ବନ କରାଯାଇଛି। ସେହିପରି ନିର୍ବାଚନୀ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଅନୁପସ୍ଥିତ ଯୋଗୁ ବାରିକପୁର ନୋଡାଲ ସ୍କୁଲର ସହକାରୀ ଶିକ୍ଷୟିତ୍ରୀ ପ୍ରତିଭା ସେନାପତି, ନଳାଙ୍ଗ ୟୁଜିଏମ୍‌ଇ ସ୍କୁଲର ପ୍ରଧାନଶିକ୍ଷୟିତ୍ରୀ ସସ୍ମିତା ମହାନ୍ତି ଏବଂ ନିର୍ବାଚନୀ ନିୟନ୍ତ୍ରଣ କକ୍ଷ ପରିଚାଳନା କାର୍ଯ୍ୟରେ ଦେଢ଼ଘଣ୍ଟା ବିଳମ୍ବରେ ଆସିଥିବାରୁ ଜିଲା ପରିଷଦ କାର୍ଯ୍ୟାଳୟର ଡୁଡାର ସେକ୍ସନ ଟିମ୍‌ ଲିଡର ଈଶ୍ୱର ପଣ୍ଡା, ଭଦ୍ରକ ତହସିଲର ସିନିଅର ଆସିଷ୍ଟାଣ୍ଟ ଜ୍ୟୋତି ବିକାଶ ସାହୁ, ଉପନିବନ୍ଧକ କାର୍ଯ୍ୟାଳୟର ସିନିୟର ଆସିଷ୍ଟାଣ୍ଟ ବିଭୁଦତ୍ତ ବାରିକଙ୍କୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ବାଇକ୍‌ଆରୋହୀଙ୍କୁ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଜୀବନ, କ୍ଷତିପୂରଣ ଦାବି କରି…

ହେମଗିର,୧୨ା୧୦(ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ ଡୁରୁବଗା ବାଇପାସ ରାସ୍ତାରେ ଅଜଣା ଗାଡ଼ି ଧକ୍କାରେ ଦୁଇ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ…

ମହାକାଳପଡ଼ାରେ ବିଜେଡି-ଭାଜପା ଛାତ୍ର ଗୋଷ୍ଠୀ ମୁହାଁମୁହିଁ, ପୋଲିସ ପହଞ୍ଚି…

ମହାକାଳପଡ଼ା,୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାସ୍ଥିତ ପ୍ରମୁଖ ଶିକ୍ଷାନୁଷ୍ଠାନ ବାୟାବାବା କଲେଜରେ ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ରକରି ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇପଡ଼ିଛି। ସୋମବାର ମଧ୍ୟାହ୍ନରେ କଲେଜ…

ଯୁବପିଢ଼ିଙ୍କୁ ସଶକ୍ତ କରିବ ପ୍ରଯୁକ୍ତିବିଦ୍ୟା: ରାଜ୍ୟପାଳ

ଅତାବିରା,୧୨।୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ନୂଆଁ ଖଇରପାଲି କୋଶଲ ସ୍କୁଲକୁ ରବିବାର ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପତି ଗସ୍ତ କରିଥିଲେ। ଏହି ଅବସରରେ…

ବିଲକୁ ଯାଇ ଘରକୁ ଫେରି ନ ଥିଲେ ଯୁବକ, ଆଜି ମିଳିଲା ମୃତଦେହ, ହତ୍ୟା ଅଭିଯୋଗ ଆଣି…

ପାଟଣାଗଡ଼,୧୨ା୧୦(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୋଏଲପିଟା ଗାଁର ଜାମଜୋର ନଦୀ ପାର୍ଶ୍ୱରୁ ସୋମବାର ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି। ମୃତ…

ବାୟାବାବା କଲେଜ ନିର୍ବାଚନ: ବିସିଜେଡି-ଏବିଭିପି କଡ଼ା ଟକ୍କର, ଭୋଟ୍‌ ହାତେଇବାକୁ ଆପଣାଉଛନ୍ତି ଏହି…

ମହାକାଳପଡ଼ା, ୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଛାତ୍ର ସଂସଦ ନିର୍ବାଚନ ପାଇଁ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ସଦର ମହକୁମାସ୍ଥିତ ବାୟା ବାବା କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇଛି। ସଂସଦ…

ଧର୍ମଶାଳା ABEOଙ୍କ ଘରେ ଭିଜିଲାନ୍ସ ରେଡ୍, ଏକକାଳୀନ ୭ ଠିକଣାରେ ଚଢ଼ାଉ

ଧର୍ମଶାଳା,୧୨।୧୦(ଶିବପ୍ରସାଦ ମହାନ୍ତି): ଯାଜପୁର ଧର୍ମଶାଳା ABEOଙ୍କ ଘରେ ଭିଜିଲାନ୍ସ ରେଡ୍ । ମୋଟ ୭ଟି ସ୍ଥାନରେ ଚଢାଉ ଜାରି ରହିଥିବା ସୂଚନା ରହିଛି । ଆୟ ବହିର୍ଭୂତ…

ବଲାଙ୍ଗୀର-ଦେଓଗାଁ ରାସ୍ତାରେ ଦୁର୍ଘଟଣା, ଜଙ୍ଗଲକୁ ପଶିଗଲା ଟମାଟୋ ବୋଝେଇ ଟ୍ରକ୍

ବଲାଙ୍ଗୀର,୧୨।୧୦(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର-ଦେଓଗାଁ ମୁଖ୍ୟ ରାସ୍ତା ଏନଏଚ ୨୬ରେ ଦୁର୍ଘଟଣା ଘଟିଛି । ଦେଓଗାଁ ଚିନିକଳ କଲୋନୀ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଜଙ୍ଗଲ…

ଘସିପୁରାରେ ମହିଳାଙ୍କୁ ହତ୍ୟା ଉଦ୍ୟମ : ବାପା-ପୁଅ ଗିରଫ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୨ା୧୦(ଶୁଭକାନ୍ତ ନାୟକ/ଶ୍ରୀଧର ମହାରଣା/ନିରାକାର ପରିଡା): କେନ୍ଦୁଝର ଜିଲା ଘସିପୁରା ଅଞ୍ଚଳର ଜଣେ ମହିଳାଙ୍କୁ କିଛି ଲୋକ ମିଳିମିଶି ଅଟକାଇବା, ଅଶ୍ଳୀଳ ଭାଷାରେ ଗାଳି ଦେବା ସହିତ ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?