ଧାମନଗର ଉପନିର୍ବାଚନ: ୩ ଦଳର ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ନଭେମ୍ବର ୩ରେ ଧାମନଗର ଉପନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ ରାଜନୀତି ଏବେ ସରଗରମ। ଶୁକ୍ରବାର ନାମାଙ୍କନ ଦାଖଲର ଶେଷ ତାରିଖ ଥିବା ବେଳେ ୩ ପ୍ରମୁଖ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପ୍ରାର୍ଥୀ ନିଜ ନିଜର ନାମାଙ୍କନ ପତ୍ର ଦାଖଲ କରି ସାରିଥିବାବେଳେ ଶନିବାର ପ୍ରାର୍ଥିପତ୍ର ଯାଞ୍ଚ ରହିଛି। ଏବେ ଏହି ୩ ଦଳ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ନିର୍ବାଚନ କମିଶନଙ୍କ ନିକଟରେ ଦାଖଲ କରିଛନ୍ତି । ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସଙ୍କ ସପକ୍ଷରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ଅନ୍ୟ ୮ଜଣ ମନ୍ତ୍ରୀଙ୍କୁ ଦଳର ଷ୍ଟାର ପ୍ରଚାରକ ତାଲିକାରେ ସାମିଲ କରାଯାଇଥିବାବେଳେ ଭାଜପା ପ୍ରାର୍ଥୀ ସୂରଜ ସୂର୍ଯ୍ୟବଂଶୀଙ୍କ ସପକ୍ଷରେ ୩ଜଣ କେନ୍ଦ୍ରମନ୍ତ୍ରୀ ପ୍ରଚାର କରିବେ। ବିଜେଡି ଷ୍ଟାର ପ୍ରଚାରକ ତାଲିକାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସୱାଇଁ, ଅତନୁ ସବ୍ୟସାଚୀ ନାୟକ, ପ୍ରମିଳା ମଲ୍ଲିକ, ପ୍ରତାପ କେଶରୀ ଦେବ, ଅଶୋକ ଚନ୍ଦ୍ର ପଣ୍ଡା, ପ୍ରୀତିରଞ୍ଜନ ଘଡାଇ, ଅଶ୍ୱନୀ ପାତ୍ର ଓ ରାଜେନ୍ଦ୍ର ଢୋଲକିଆ ସାମିଲ ଥିବାବେଳେ ବିଜେଡିର ଛାତ୍ର, ଯୁବ ଓ ମହିଳା ମୋର୍ଚ୍ଚାର ମୁଖିଆ ସାମିଲ ରହିବେ। ଏହାସହ ଭାଜପାର ଷ୍ଟାର ପ୍ରଚାରକ ତାଲିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ ଓ ବିଶେଶ୍ୱର ଟୁଡୁ ସମେତ ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା, ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର, ଓଡ଼ିଶା ଭାଜପା ପ୍ରଭାରୀ ଡି ପୁରନ୍ଦେଶ୍ୱରୀ, ସହପ୍ରଭାରୀ ସୁନୀଲ ବଂଶଲ, ବିଜୟପାଲ ସିଂ ତୋମର, ଏମ୍‌ପି ଜୁଏଲ ଓରାମ, ପ୍ରତାପ ଷଡଙ୍ଗୀ, ବସନ୍ତ ପଣ୍ଡା, ଅପରାଜିତା ଷଡଙ୍ଗୀ, ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି, ସମ୍ବିତ ପାତ୍ର ପ୍ରଚାର କରିବେ। ସେହିପରି କଂଗ୍ରେସର ୩୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା ହୋଇଛି। ତାଲିକାରେ ବିଧାୟକ ଦଳ ନେତା ନରସିଂହ ମିଶ୍ର, କାର୍ଯ୍ୟକାରୀ ସଭାପତି ଚିରଞ୍ଜୀବୀ ବିଶ୍ୱାଳ, ଏମ୍‌ପି ସପ୍ତଗିରି ଉଲ୍ଲାକା, ଶରତ ରାଉତ ପ୍ରଚାର ମଇଦାନକୁ ଓହ୍ଲାଇବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?