ଧାମନଗର ଉପନିର୍ବାଚନ ପାଇଁ ପ୍ରକାଶ ପାଇବ ବିଧିବଦ୍ଧ ବିଜ୍ଞପ୍ତି

ଭୁବନେଶ୍ୱର,୭।୧୦(ବ୍ୟୁରୋ): ନଭେମ୍ବର ୩ରେ ହେବ ଧାମନଗର ଉପନିର୍ବାଚନ। ଏହାକୁ ନେଇ ଶୁକ୍ରବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ। ସୂଚନା ଅନୁଯାୟୀ, ନିର୍ବାଚନ ପାଇଁ ଅକ୍ଟୋବର ୧୪ ଯାଏ ନାମାଙ୍କନ ଦାଖଲ କରିପାରିବେ ପ୍ରାର୍ଥୀ। ୧୫ରେ ପ୍ରାର୍ଥିପତ୍ର ଯାଞ୍ଚ ଓ ୧୭ରେ ପ୍ରାର୍ଥିପତ୍ର ପ୍ରତ୍ୟାହାର ନେଇ ସୂଚନା ରହିଛି। ସେହିପରି ନଭେମ୍ବର ୬ରେ ଭୋଟ ଗଣତି ସହ ଫଳ ପ୍ରକାଶ ପାଇବ। ନଭେମ୍ବର ୮ରେ ନିର୍ବାଚନ ପ୍ରକ୍ରିୟା ଶେଷ ହେବ। କିଛି ଦିନ ତଳେ ବିଧାୟକ ବିଷ୍ଣୁ ସେଠୀଙ୍କ ଦେହାନ୍ତ ପରେ ଖାଲି ପଡିଥିଲା ଆସନ।