ଧାମନଗର ନିର୍ବାଚନମଣ୍ଡଳୀ ଅଧିକାରୀଙ୍କୁ ନିର୍ବାଚନ ପରିଚାଳନା ଦାୟିତ୍ୱ ଦିଆ ନ ଯାଉ: ଭାଜପା

ଧାମନଗର,୨୨ା୧୦(ଡି.ଏନ.ଏ.): ଭଦ୍ରକ ଜିଲା ଧାମନଗର ଓ ତିହିଡ଼ି ବ୍ଲକରେ କାର୍ଯ୍ୟରତ ସରକାରୀ ଅଧିକାରୀଙ୍କୁ ନିର୍ବାଚନ ପରିଚାଳନା କାର୍ଯ୍ୟରୁ ବିରତ ରଖିବା ପାଇଁ ଶୁକ୍ରବାର ଭାଜପାର ଏକ ପ୍ରତିନିଧି ଦଳ ଜିଲାପାଳଙ୍କୁ ଭେଟି ଦାବି କରିଛି। ଏନେଇ ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦରଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଭାଜପା ପକ୍ଷରୁ କୁହାଯାଇଛି ଯେ, ଉପନିର୍ବାଚନ ପାଇଁ ଧାମନଗର ବିଧାନସଭା ନିର୍ବାଚନମଣ୍ଡଳୀ ଅଧୀନ ଅଞ୍ଚଳରେ ନିଯୁକ୍ତ କୌଣସି ଅଧିକାରୀଙ୍କୁ ପୋଲିଂ ଅଫିସର କିମ୍ବା ସେକ୍ଟର ଅଫିସର କାର୍ଯ୍ୟରେ ନିଯୁକ୍ତି ଦିଆ ନ ଯାଉ। ପୋଷ୍ଟାଲ ବାଲଟ ଗ୍ରହଣ ସମୟରେ ସମ୍ପୂର୍ଣ୍ଣ ନିରପେକ୍ଷତା ଅବଲମ୍ବନ ପୂର୍ବକ କାର୍ଯ୍ୟ ପାଇଁ ଦଳ ଦାବି କରି ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକଙ୍କ ମତଦାନ କ୍ଷେତ୍ରରେ ବାହାର ସ୍ବେଚ୍ଛାସେବୀଙ୍କୁ ନିଯୁକ୍ତି ଦିଆଯାଉ। ନିର୍ବାଚନ ପରିଚାଳନା କ୍ଷେତ୍ରରେ ପକ୍ଷପାତିତା ଆଶଙ୍କା ଥିବା ତଥା ସରକାରୀ ଦଳ ଚାପ ଦୃଷ୍ଟିରୁ ପୋଲିଂ ଏବଂ ସେକ୍ଟର ଅଫିସରଙ୍କ ନିଯୁକ୍ତି ବ୍ଲକ ବାହାର ଅଞ୍ଚଳରୁ କରାଯିବାକୁ ଭାଜପା ଦାବି କରିଛି। ଭାଜପା ଉପସଭାନେତ୍ରୀ ଅନିତା ପ୍ରିୟଦର୍ଶିନୀ, ରାଜ୍ୟ ମୁଖପାତ୍ର ସତ୍ୟନାରାୟଣ ପଣ୍ଡା, ରାଜେନ୍ଦ୍ର ପଣ୍ଡା, ଅନିଲ ବିଶ୍ୱାଳ, ମନୋଜ ମହାପାତ୍ର, ମିଡିଆ ସେଲ୍‌ର ସୁଜିତ ଦାସ, ରଶ୍ମିରଞ୍ଜନ କାନୁନଗୋ, ବୈକୁଣ୍ଠ ନାଥ ସାହୁ, ମହିଳା ମୋର୍ଚ୍ଚାର କସ୍ତୁରୀ ମିଶ୍ର, ସୁଚରିତା ଜେନାମଣି ପ୍ରମୁଖ ଜିଲାପାଳଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri