ଧାମନଗର ସମବାୟ ସମିତିରେ ଅଚଳାବସ୍ଥା

ଭଦ୍ରକ ଅଫିସ, ୧୯ା୪

ଭଦ୍ରକ ଜିଲା ଧାମନଗର ସେବା ସମବାୟ ସମିତିରେ ଅଚଳାବସ୍ଥାକୁ ନେଇ ସାଧାରଣରେ ଅସନ୍ତୋଷ ଦେଖାଦେଇଛି। ସମିତିରେ ସୃଷ୍ଟି ହୋଇଥିବା ବିବାଦୀୟ ପରିସ୍ଥିତି ଏବଂ ରାଜନୈତିକ ହସ୍ତକ୍ଷେପ ପ୍ରତିବାଦରେ ସୋମବାର ସଦସ୍ୟମାନେ ଜିଲାପାଳଙ୍କୁ ଭେଟି ଫେରାଦ ହୋଇଛନ୍ତି। ଏହି ସମିତି ଅଧୀନରେ ଧାମନଗର ଏନ୍‌ଏସି ସମେତ ରାଧାବଲ୍ଲଭପୁର ପଞ୍ଚାୟତ ରହିଛି। ସମିତିରେ ପାଞ୍ଚ ହଜାରରୁ ଅଧିକ ସଦସ୍ୟ ଏବଂ ଋଣୀ ସଭ୍ୟ ପଞ୍ଜୀକୃତ ଅଛନ୍ତି। ଗତ କିଛିଦିନ ଧରି ନିର୍ଦ୍ଦିଷ୍ଟ ଏକ ରାଜନୈତିକ ଦଳର ଜଣେ ନେତା ଏବଂ ସମିତି କର୍ମଚାରୀ ସଂଘର ଜଣେ ନେତା ଉଦ୍ଦେଶ୍ୟମୂଳକ ଭାବେ ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି। ଦୁଇ ବ୍ୟକ୍ତି ପ୍ରତ୍ୟେକ୍ଷ ଏବଂ ପରୋକ୍ଷ ଭାବେ ସମିତିରୁ ଲକ୍ଷାଧିକ ଟଙ୍କାର ଋଣ ନେଇ ପରିଶୋଧ କରୁ ନ ଥିବାବେଳେ ସମ୍ପାଦକ ଏବଂ ଅନ୍ୟ କର୍ମଚାରୀଙ୍କୁ ଧମକ ଦେଇ ପୁନର୍ବାର ଋଣ ପାଇଁ ଚାପ ପକାଉଥିବା କୁହାଯାଇଛି। ସମିତି ସଦସ୍ୟମାନଙ୍କ ସହ ଲୋକପ୍ରତିନିଧି ଜିଲାପାଳ ତ୍ରିଲୋଚନ ମାଝିଙ୍କୁ ଭେଟି ଏ ସମ୍ପର୍କରେ ଅବଗତ କରାଇଛନ୍ତି। ଏଥିସହ ସମବାୟ ବିଭାଗର ଡିଆର୍‌ସିଏସ୍‌, ଏଆର୍‌ସିଏସ୍‌ ପ୍ରମୁଖଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ସମସ୍ୟାର ସମାଧାନ ପାଇଁ ଜିଲାପାଳ ପ୍ରତିଶ୍ରୁତି ଦେଇଥିବା ଜଣାଯାଇଛି। ରାଧାବଲ୍ଲଭପୁର ସରପଞ୍ଚ ପ୍ରୀତମ ଦାସ, ଦାମୋଦର ଜେନା, ରଶ୍ମିରଞ୍ଜନ ସାମଲ, ଅଜୟ ବେହେରା, ଛବିନ୍ଦ୍ର ସାହୁ, ଗୋବିନ୍ଦ ମହାନ୍ତି, ବାବାଜୀ ପରିଡ଼ା, କାଉନ୍‌ସିଲର ସ୍ବାଧୀନ ସୁନ୍ଦର ଦାସ, ପ୍ରଶାନ୍ତ ପରିଡ଼ା, ଆଶିଷ ଦାସ, ଲକ୍ଷ୍ମଣ ବେହେରା, ବୈରାଗୀ ରାଉତ, ସୁଜିତ ମହାନ୍ତି ପ୍ରମୁଖ ଜିଲାପାଳଙ୍କୁ ସାକ୍ଷାତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାରବାଟୀରେ ଗର୍ଜିଲେ ସମୀର ଦାଶ; ହଜାର ହଜାର ସମର୍ଥକ କହିଲେ ‘ସମୀର ନାହିଁ ତ ଶଙ୍ଖ ନାହିଁ’ 

ନିମାପଡ଼ା,୨୦।୪: ବିଜେଡି ପକ୍ଷରୁ ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ଟିକେଟ ମିଳିନାହିଁ। ଏହାକୁ ନେଇ ତାଙ୍କର ସମର୍ଥକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି।...

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: ୪୫ ଡିଗ୍ରୀ ଟପିଗଲା ତାତି

ଭୁବନେଶ୍ୱର,୨୦।୪: ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପୂର୍ବାନୁମାନ ଅନୁଯାୟୀ ଓଡ଼ିଶାରେ ୪୫ ଡ଼ିଗ୍ରୀ ଅତିକ୍ରମ କରିଛି ତାପମାତ୍ରା। ଶନିବାର ବୌଦ୍ଧରେ ସର୍ବୋଚ୍ଚ ଦିନ...

ରାଜନୀତି ବିନା ମୁଁ ବଞ୍ଚିପାରିବି ନାହିଁ, ଟିକେଟ୍‌ ମିଳିବା ପରେ କହୁକହୁ ଅନେକ କିଛି କହିଦେଲେ ସନାତନ

କେନ୍ଦୁଝର,୨୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବିତ୍ତଶାଳୀ ଚମ୍ପୁଆ ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ହୋଇଛନ୍ତି ପୂର୍ବତନ ବିଧାୟକ ସନାତନ ମହାକୁଡ଼। ଗତ ନିର୍ବାଚନରେ ନିଜେ ନ ଲଢ଼ି...

ଲବି କରୁଥିଲେ ତିନି ନେତା, ବର୍ଷାଙ୍କୁ ଟିକେଟ୍ ଦେଇ ଚମକାଇଦେଲେ ନବୀନ

ଭୁବନେଶ୍ୱର,୨୦ା୪: ଶନିବାର ବିଜୁ ଜନତା(ବିଜେଡି) ଦଳ ମୁଖିଆ ନବୀନ ପଟ୍ଟନାୟକ ଶନିବାର ନଅ ବିଧାନସଭା ଆସନ ପାଇଁ ଟିକେଟ୍ ଘୋଷଣା କରିଛନ୍ତି। ଏଥିରେ ଅଭିନେତ୍ରୀ ବର୍ଷା...

ଏଣିକି ଟ୍ରାଫିକ୍‌ ପୋଲିସ ପିନ୍ଧିବେ AC ହେଲ୍‌ମେଟ୍‌

ଭୁବନେଶ୍ୱର,୨୦ା୪: ପ୍ରଚଣ୍ଡ ଖରାରୁ ରକ୍ଷା ପାଇବା ପାଇଁ କମିଶନରେଟ୍‌ ପୋଲିସରେ କାର୍ଯ୍ୟରତ ସମସ୍ତ ଟ୍ରାଫିକ୍‌ କର୍ମଚାରୀ ଏଣିକି ଏସି ବା ଏୟାର କଣ୍ଡିଶନ ହେଲ୍‌ମେଟ୍‌ ପିନ୍ଧିବେ।...

ମହାନଦୀ ବୋଟ୍‌ ଟ୍ରାଜେଡି: ମିଳିଲା ଆଉ ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡି ଘଟଣାରେ ଆଉ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ଏହାକୁ ମିଶାଇ ମୋଟ ୮ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ଆଜି...

ଅସମ୍ଭାଳ ତାତି, ଅଂଶୁଘାତରେ ୨୮ ଆକ୍ରାନ୍ତ ଡାକ୍ତଖାନାରେ ଭର୍ତ୍ତି

ସୁନ୍ଦରଗଡ,୨୦।୪: ଅସମ୍ଭାଳ ହେଲାଣି ତାତି। ଆଉ ବଢ଼ିବାରେ ଲାଗିଛି ରାଜ୍ୟରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା। ସୁନ୍ଦରଗଡରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା ୨୮ରେ ପହଞ୍ଚିଛି। ପିଏଚସିରୁ ଜିଲା...

ବିଜେଡି ପ୍ରାର୍ଥୀ ଘୋଷଣା ପରେ ବଡ଼ ବୟାନ ଦେଲେ ପ୍ରସନ୍ନ ପାଟ୍ଟଶାଣୀ

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବିଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ଦଳ ଚିଲିକାରୁ ରଘୁନାଥ ସାହୁଙ୍କୁ ପ୍ରାର୍ଥୀ କରିଛି। ତେବେ ଚିଲିକା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri