ଧାମନଗର ସମବାୟ ସମିତିରେ ଅଚଳାବସ୍ଥା

ଭଦ୍ରକ ଅଫିସ, ୧୯ା୪

ଭଦ୍ରକ ଜିଲା ଧାମନଗର ସେବା ସମବାୟ ସମିତିରେ ଅଚଳାବସ୍ଥାକୁ ନେଇ ସାଧାରଣରେ ଅସନ୍ତୋଷ ଦେଖାଦେଇଛି। ସମିତିରେ ସୃଷ୍ଟି ହୋଇଥିବା ବିବାଦୀୟ ପରିସ୍ଥିତି ଏବଂ ରାଜନୈତିକ ହସ୍ତକ୍ଷେପ ପ୍ରତିବାଦରେ ସୋମବାର ସଦସ୍ୟମାନେ ଜିଲାପାଳଙ୍କୁ ଭେଟି ଫେରାଦ ହୋଇଛନ୍ତି। ଏହି ସମିତି ଅଧୀନରେ ଧାମନଗର ଏନ୍‌ଏସି ସମେତ ରାଧାବଲ୍ଲଭପୁର ପଞ୍ଚାୟତ ରହିଛି। ସମିତିରେ ପାଞ୍ଚ ହଜାରରୁ ଅଧିକ ସଦସ୍ୟ ଏବଂ ଋଣୀ ସଭ୍ୟ ପଞ୍ଜୀକୃତ ଅଛନ୍ତି। ଗତ କିଛିଦିନ ଧରି ନିର୍ଦ୍ଦିଷ୍ଟ ଏକ ରାଜନୈତିକ ଦଳର ଜଣେ ନେତା ଏବଂ ସମିତି କର୍ମଚାରୀ ସଂଘର ଜଣେ ନେତା ଉଦ୍ଦେଶ୍ୟମୂଳକ ଭାବେ ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି। ଦୁଇ ବ୍ୟକ୍ତି ପ୍ରତ୍ୟେକ୍ଷ ଏବଂ ପରୋକ୍ଷ ଭାବେ ସମିତିରୁ ଲକ୍ଷାଧିକ ଟଙ୍କାର ଋଣ ନେଇ ପରିଶୋଧ କରୁ ନ ଥିବାବେଳେ ସମ୍ପାଦକ ଏବଂ ଅନ୍ୟ କର୍ମଚାରୀଙ୍କୁ ଧମକ ଦେଇ ପୁନର୍ବାର ଋଣ ପାଇଁ ଚାପ ପକାଉଥିବା କୁହାଯାଇଛି। ସମିତି ସଦସ୍ୟମାନଙ୍କ ସହ ଲୋକପ୍ରତିନିଧି ଜିଲାପାଳ ତ୍ରିଲୋଚନ ମାଝିଙ୍କୁ ଭେଟି ଏ ସମ୍ପର୍କରେ ଅବଗତ କରାଇଛନ୍ତି। ଏଥିସହ ସମବାୟ ବିଭାଗର ଡିଆର୍‌ସିଏସ୍‌, ଏଆର୍‌ସିଏସ୍‌ ପ୍ରମୁଖଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ସମସ୍ୟାର ସମାଧାନ ପାଇଁ ଜିଲାପାଳ ପ୍ରତିଶ୍ରୁତି ଦେଇଥିବା ଜଣାଯାଇଛି। ରାଧାବଲ୍ଲଭପୁର ସରପଞ୍ଚ ପ୍ରୀତମ ଦାସ, ଦାମୋଦର ଜେନା, ରଶ୍ମିରଞ୍ଜନ ସାମଲ, ଅଜୟ ବେହେରା, ଛବିନ୍ଦ୍ର ସାହୁ, ଗୋବିନ୍ଦ ମହାନ୍ତି, ବାବାଜୀ ପରିଡ଼ା, କାଉନ୍‌ସିଲର ସ୍ବାଧୀନ ସୁନ୍ଦର ଦାସ, ପ୍ରଶାନ୍ତ ପରିଡ଼ା, ଆଶିଷ ଦାସ, ଲକ୍ଷ୍ମଣ ବେହେରା, ବୈରାଗୀ ରାଉତ, ସୁଜିତ ମହାନ୍ତି ପ୍ରମୁଖ ଜିଲାପାଳଙ୍କୁ ସାକ୍ଷାତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜନଗହଳିପୂର୍ଣ୍ଣ ସ୍ଥାନରୁ ମଦ ଦୋକାନ ସ୍ଥାନାନ୍ତର ଦାବି, ମଦ୍ୟପଙ୍କ ଉପଦ୍ରବରେ…

ବଞ୍ଚୋ,୨ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ସହରର ଜନଗହଳିପୂର୍ଣ୍ଣ ଅଞ୍ଚଳରେ ଥିବା ବିଦେଶୀ ମଦ ଦୋକାନକୁ ଏକ ଉପଯୁକ୍ତ ଓ ଖୋଲା ସ୍ଥାନକୁ ସ୍ଥାନାନ୍ତର କରିବା ଦାବିରେ ଗୁରୁବାର ଆନନ୍ଦପୁର…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା; ତିଆରି ହେବ ମହାଲକ୍ଷ୍ମୀ କରିଡର, ୫୦୦ ମହିଳା…

ଭୁବନେଶ୍ବର,୨।୭: ୧ କୋଟି ସଂଶୋଧିତ ଲକ୍ଷ୍ମୀପୁରାଣ ବାଣ୍ଟିବେ ରାଜ୍ୟ ସରକାର । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ସୂଚନା ଦେଇଛନ୍ତି । ନୂଆ ସଂଶୋଧିତ ଲକ୍ଷ୍ମୀପୁରାଣକୁ ନମିତା ଅଗ୍ରୱାଲ…

ନିଶାସକ୍ତ ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବନ କଲା ପ୍ରଶାସନ, ସ୍କୁଲ ନଯାଇ ମଦ ପିଇ କରୁଥିଲେ…

ଚାନ୍ଦବାଲି,୨।୭(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ରାମପୁର ବୀଣାପାଣି ନୋଡାଲ UPME ସ୍କୁଲର ପ୍ରଧାନ ଶିକ୍ଷକ ଶ୍ରୀନାଥ ଦାସ ନିଲମ୍ବିତ ହୋଇଛନ୍ତି । ବିଇଓ ଗୁରୁବାର…

ରାସ୍ତା ଉପରେ ଜମୁଛି ନର୍ଦ୍ଦମା ପାଣି, ସ୍ଥାୟୀ ସମାଧାନ ଦାବିରେ ଜିଲାପାଳଙ୍କୁ ଭେଟି…

ଅମରପାଲି,୨ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଗ୍ରାମ ଦେଇ ଯାଇଥିବା ପୂର୍ତ୍ତ ବିଭାଗର ମୁଖ୍ୟ ରାସ୍ତା ଏବେ ସ୍ଥାନୀୟ ଲୋକଙ୍କ ପାଇଁ ଦୁର୍ଦ୍ଦଶାର…

କୂଳ ଲଂଘୁଛି ସମୁଦ୍ର ଜୁଆର, ଜିଲାପାଳ ଅଫିସ ଘେରାଉ କରିବାକୁ ଅଞ୍ଚଳବାସୀ ସଜବାଜ

ଗଞ୍ଜାମ,୨ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୂଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ମାସ ହେଲା ବେଳାଭୂମି ଦ୍ରୁତଗତିରେ ଅବକ୍ଷୟ…

ସ୍କୁଟି ଚାଳକଙ୍କୁ ଚାପିଦେଲା ମୋରମ ବୋଝେଇ ହାଇଓ୍ବା, ଲୋକେ ଚକାତଳୁ ମୃତଦେହ କାଢ଼ି…

ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଦ୍ରୁତଗତିରେ ଆସି ସ୍କୁଟିକୁ ଧକ୍କାଦେଇଥିଲା। ଫଳରେ…

ମା-ମାମୁ ମୋବାଇଲ ଛଡ଼ାଇ ନେବାରୁ ବିଷ ପିଇଦେଲେ ନାବାଳିକା

ଉଦଳା,୨ା୭(ସନ୍ତୋଷ କୁମାର ବାଛିନି): ମୋବାଇଲ ଛଡ଼ାଇ ନେଇ ଭାଙ୍ଗି ଦେଲେ ବୋଲି ବିଷ ପିଇଦେଇଛନ୍ତି ଜଣେ ନାବାଳିକା। ଏଭଳି ଘଟଣା ଘଟିଛି ରାଜ ବରହମପୁର ଥାନା ଗଗପାଳ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପାଣିପାଗ କେନ୍ଦ୍ର କହିଲା ୩ ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨ା୭: ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉତ୍ତରପଶ୍ଚିମ ବଙ୍ଗୋପସାଗର ଏବଂ ତତ୍‌ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ନେଇ ଆଇଏମ୍‌ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri