ଧାମନଗର ଓକିଲ ସଂଘ ନିର୍ବାଚନ, ୭ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ

ଧାମନଗର , ୨୯।୩ (ଦେବେନ୍ଦ୍ର ଆନ୍ଦିଆ): ରାଜ୍ୟ ଆଇନଜୀବୀ ପରିଷଦ ନିର୍ଦ୍ଦେଶ ଅନୁସାରେ ଚଳିତ ମାର୍ଚ୍ଚ ମାସ ଶେଷ ଶନିବାର ଅର୍ଥାତ ୨୯ ତାରିଖ ଦିନ ସାରା ଓଡିଶାରେ ଓକିଲ ସଂଘର ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଧାମନଗର ଓକିଲ ସଂଘ ପକ୍ଷରୁ ବିଦ୍ଧିବଧ ଭାବେ ନିର୍ବାଚନ ପ୍ରକ୍ରିୟା ଶେଷ ହୋଇଛି। ଓକିଲ ସଂଘର ୫୭ ଜଣ ଆଇନଜୀବୀ ଭୋଟର ତାଲିକାରେ ଥିବା ଆଇନଜୀବୀ ପରିଷଦ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଗତ ୭ ତାରିଖ ଦିନ ଓକିଲ ସଂଘ ଗୃହରେ ବିଭିନ୍ନ ପଦବୀ ପାଇଁ ନାମାଙ୍କନ ପତ୍ର ଦାଖଲ କରାଯାଇଥିଲା। ଚଳିତ ଓକିଲ ସଂଘ ନିର୍ବାଚନ ଅନୁଯାୟୀ ସଭାପତି ଭାବେ ଅଶୋକ କୁମାର ଦାସ, ସାଧାରଣ ସମ୍ପାଦକ ଭାବେ ରଣଜିତ କୁମାର ମହାନ୍ତି, କୋଷାଧ୍ୟକ୍ଷ ପର୍ଶୁରାମ ମହାପାତ୍ର, ଉପସଭାପତି ଭାବେ ପ୍ରଜ୍ଞା ଦାସ, ସହ ସମ୍ପାଦକ ଭାବେ ମିନତୀ ମଲ୍ଲିକ, କାର୍ଯକାରୀ ସଭ୍ୟ ଭାବେ ମନୋଜ କୁମାର ଗୁପ୍ତା ଓ ଶାନ୍ତନୁ ଦାସ ନାମାଙ୍କନ ଦାଖଲ କରିଥିବା ବେଳେ ତାଙ୍କ ବିରୋଧରେ ଅନ୍ୟ କେହି ଓକିଲ ନାମାଙ୍କନ ପତ୍ର ଦାଖଲ କରିନଥିଲେ।

ଫଳରେ ଶନିବାର ଆନୁଷ୍ଠାନିକ ଭାବେ ନିର୍ବାଚନ ଅଧିକାରୀ ନିରାକାର ଜେନା ର୍ନିଦ୍ୱନ୍ଦରେ ନିର୍ବାଚିତ ହୋଇଥିବା ପ୍ରତିନିଧିଙ୍କ ସମ୍ପର୍କରେ ବିଜ୍ଞପ୍ତି ପ୍ରକାଶ କରି ରାଜ୍ୟ ଆଇନଜୀବୀ ପରିଷଦକୁ ଜଣାଇଛନ୍ତି। ପ୍ରକାଶ ଥାଉ କି ଅଶୋକ କୁମାର ଦାସ ତୃତୀୟ ଥର ପାଇଁ ସଭାପତି ହୋଇଥିବା ବେଳେ ଧାମନଗର ଅଞ୍ଚଳ ର ଜଣେ ଜଣାଶୁଣା ଚେହେରା ସମସ୍ତଙ୍କ ପ୍ରିୟ ରଣଜିତ କୁମାର ମହାନ୍ତି ସଧାରଣ ସମ୍ପାଦକ ନିର୍ବାଚିତ ହୋଇଥିବାରୁ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟୁଛି। ଆସନ୍ତା ୨ ତାରିଖ ଦିନ ଓକିଲ ସଂଘ ଗୃହରେ ନିର୍ବାଚିତ ପ୍ରତିନିଧିମାନେ ଆନୁଷ୍ଠାନିକ ଭାବେ ଶପଥ ପାଠ କରି ଦାୟିତ୍ୱ ଗ୍ରହଣ କରିବେ। ଚଳିତ ବର୍ଷ ନିର୍ବାଚନ ସର୍ବସମ୍ମତି କ୍ରମେ ଅନୁଷ୍ଠିତ ହୋଇଥିବାରୁ ଓକିଲ ସଂଘର ସାଧାରଣ ସମ୍ପାଦକ ଅମରେନ୍ଦ୍ର ମହାନ୍ତି ନିର୍ବାଚିତ ପ୍ରତିନିଧିମାନଙ୍କୁ ଶୁଭେଛା ଜଣାଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ସୁବୁଠି ଉଡ଼ିଲା ତ୍ରିରଙ୍ଗା

ଲାଞ୍ଜିଗଡ,୧୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ସ୍ଥାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଲାଞ୍ଜିଗଡ଼ ଯୁବକ ସଂଘ…

ଆଖି ସଂକ୍ରମଣରେ ପୀଡ଼ିତ ମାଖନା ହାତୀ: ବନ ବିଭାଗ ପକ୍ଷରୁ ମାଖନା ହାତୀର ସ୍ୱାସ୍ଥ୍ୟ ନିରୀକ୍ଷଣ

ବାଲେଶ୍ୱର,୧୫।୮( ବାଞ୍ଛାନିଧି ଦେ): ବାଲେଶ୍ୱର ବନ ବିଭାଗ ପକ୍ଷରୁ ଦୀର୍ଘ ୧୫ରୁ ୨୦ ଦିନ ଧରି କୁଲଡ଼ିହା ବନ୍ୟପ୍ରାଣୀ ରେଞ୍ଜ ପଞ୍ଚଲିଙ୍ଗେଶ୍ୱର ଅଞ୍ଚଳରେ ଏକ ମାଖନା (ଦାନ୍ତହୀନ…

ସିଜିମାଲି ପାହାଡ଼ରେ ଉଡ଼ିଲା ତ୍ରିରଙ୍ଗା

କଲ୍ୟାଣସିଂହପୁର,୧୫।୮(ଦୀପକ କୁମାର ପରିଡ଼ା): ବହୁ ଚର୍ଚ୍ଚିତ ସିଜିମାଲି ଅଞ୍ଚଳରେ ‘ମା’ ମାଟି ମାଳି ସୁରକ୍ଷା ମଞ୍ଚ’ ଆନୁକୂଲ୍ୟରେ ୮୦ତମ ସ୍ବଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ…

ସ୍ବାଧିନତା ଦିବସରେ ପୁରୁଷୋତ୍ତମପୁର NAC ଆଗରେ କାଉନସିଲର-ଜନସାଧାରଣଙ୍କ ଧାରଣା, ଆତ୍ମାହୁତି ଚେତାବନୀ

ପୁରୁଷୋତ୍ତମପୁର,୧୫।୮(ସବିତା ମିଶ୍ର): ସାରାଦେଶ ସ୍ବାଧିନତା ଦିବସକୁ ମହାଆଡ଼ମ୍ବରରେ ପାଳନ କରୁଥିବାବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିର ଜନସାଧାରଣ ମୌଳିକ ସୁବିଧାରୁ ବଞ୍ଚିତ ହୋଇ ପରାଧୀନ ଅବସ୍ଥାରେ ରହିଥିବା…

ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ ଜିଲାପାଳ

ଖୋର୍ଦ୍ଧା,୧୫।୮: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୮୦ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ବିଜେବି ହାଇସ୍କୁଲ ଖେଳପଡିଆରେ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଜଲାପାଳ ଅମ୍ରିତ ଋତୁରାଜ…

କେସିଙ୍ଗାରେ ପାଳିତ ହେଲା ୮୦ ତମ ସ୍ବାଧୀନତା ଦିବସ

କେସିଙ୍ଗା,୧୫।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି କାର୍ଯ୍ୟାଳୟରେ ଅଧ୍ୟକ୍ଷ ନୃପରାଜ ଯାଦବ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେହିପରି ବିଦ୍ୟାପୀଠ ଖେଳ ପଡିଆରେ ନାଗରିକକମିଟି ପକ୍ଷରୁ…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri