ଆଜି ଆସିବ ଧାମନଗର ଭୋଟ ଫଳାଫଳ

ଭୁବନେଶ୍ୱର, ୬।୧୧(ବ୍ୟୁରୋ)/ଭଦ୍ରକ ଅଫିସ୍‌: ଧାମନଗର ବିଧାନସଭା ଉପନିର୍ବାଚନ ଭୋଟଗଣତି ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଭଦ୍ରକସ୍ଥିତ ସଂସ୍କୃତି ଭବନଠାରେ ରବିବାର ସକାଳ ୮ରୁ ଭୋଟଗଣନା କାର୍ଯ୍ୟ ଆରମ୍ଭ ହେବ। ପ୍ରଥମେ ପୋଷ୍ଟାଲ ବାଲଟ୍‌ ଗଣନା କରାଯିବ। ସକାଳ ୮ଟା ୩୦ ମିନିଟରେ ଇଭିଏମ୍‌ ଭୋଟଗଣନା କରାଯିବ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ କହିଛନ୍ତି। ଇଭିଏମ୍‌ ଭୋଟଗଣନା ପାଇଁ ସମୁଦାୟ ୧୪ଟି ଟେବୁଲର ବ୍ୟବସ୍ଥା କରାଯାଇଥିବାବେଳେ ପୋଷ୍ଟାଲ ବାଲଟ ଗଣତି ପାଇଁ ରିଟର୍ନିଂ ଅଧିକାରୀଙ୍କ ପାଖରେ ଆଉ ଗୋଟିଏ ଟେବୁଲ ବ୍ୟବସ୍ଥା ହୋଇଛି ୨୫୨ଟି ବୁଥ୍‌ରୁ ଫେରିଥିବା ଇଭିଏମ୍‌ ଭୋଟଗୁଡ଼ିକୁ ସମୁଦାୟ ୧୮ଟି ରାଉଣ୍ଡରେ ଗଣତି କରାଯିବ। ଶେଷରେ ଭିଭିପାଟ୍‌ ସ୍ଲିପ୍‌ଗୁଡ଼ିକୁ ଗଣନା କରାଯିବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି। ନିର୍ବାଚନ ଆୟୋଗଙ୍କ ଦ୍ୱାରା ନିଯୁକ୍ତ ହୋଇଥିବା ପର୍ଯ୍ୟବେକ୍ଷକଙ୍କ ତତ୍ତ୍ବାବଧାନରେ ସମସ୍ତ ପ୍ରକାରର ଗଣତି କାର୍ଯ୍ୟ କରାଯିବ। ପ୍ରତ୍ୟେକ କାଉଣ୍ଟିଂ ଟେବୁଲ୍‌ ପାଇଁ ଜଣେ କାଉଣ୍ଟିଂ ସୁପରଭାଇଜର ଓ ଜଣେ କାଉଣ୍ଟିଂ ଆସିଷ୍ଟାଣ୍ଟ ନିଯୁକ୍ତ ହୋଇଛନ୍ତି। ଏହାଛଡ଼ା ଜଣେ କେନ୍ଦ୍ର ସରକାରଙ୍କ କର୍ମଚାରୀଙ୍କୁ ମାଇକ୍ରୋ ଅବଜରଭର ଭାବେ ନିଯୁକ୍ତ କରାଯାଇଛି। ଭୋଟଗଣନାର ପ୍ରତ୍ୟେକ ରାଉଣ୍ଡର ଫଳାଫଳ ଜନସାଧାରଣଙ୍କୁ ଜଣାଇବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଡାକବାଜି ଯନ୍ତ୍ର ସହ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ତ୍ରିସ୍ତରୀୟ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଷ୍ଟ୍ରଙ୍ଗ୍‌ରୁମ୍‌ରେ ଇଭିଏମ୍‌ଗୁଡ଼ିକୁ ରଖାଯାଇଛି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ଜଣାଇଛନ୍ତି। ଭୋଟଗଣନା କେନ୍ଦ୍ରଠାରେ ଫଳାଫଳ ଜାଣିବା ନିମନ୍ତେ ମାଇକ ଦ୍ୱାରା ପ୍ରଚାର କରାଯିବାର ବ୍ୟବସ୍ଥା କରାଯାଇଛି। ଏହାଛଡ଼ା ଫଳାଫଳ results.eci.nic.in ୱେବ୍‌ସାଇଟ୍‌ରେ ମଧ୍ୟ ଉପଲବ୍ଧ ହେବ।


Enter your email to get our daily news in your inbox.

All Right Reserved By Dharitri.Com

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri