ଧାମନଗର ଉପନିର୍ବାଚନ ପରବର୍ତ୍ତୀ ହିଂସା: ଦୋକାନୀଙ୍କୁ ସଂଘବଦ୍ଧ ଆକ୍ରମଣ

ଭଦ୍ରକ ଅଫିସ,୫।୧୧: ଭଦ୍ରକ ଜିଲା ଧାମନଗର ଉପନିର୍ବାଚନ ସରିବା ପରେ ଶୁକ୍ରବାର ସନ୍ଧ୍ୟାରେ ତିହିଡି ଥାନା ତଳଗୋପବିନ୍ଧା ପଞ୍ଚାୟତ ପାଇକ ସାହିରେ ନିର୍ବାଚନ ପରବର୍ତ୍ତୀ ହିଂସା ଘଟିଛି । ଉକ୍ତ ଗ୍ରାମର ଶଶୀକାନ୍ତ ଜେନାଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଥିବା ତିହିଡି ଥାନାରେ ଲିଖିତ ଅଭିଯୋଗ ହୋଇଛି। ସେ ତାଙ୍କ ଦୋକାନରେ ଥିବା ବେଳେ ଗ୍ରାମର କେତେକ ବ୍ୟକ୍ତି ସଂଘବଦ୍ଧ ଭାବେ ଆସି ଦୋକାନରୁ କିଛି ଜିନିଷ କିଣି ପଇସା ଦେଇ ନ ଥିଲେ । ପଇସା ମାଗିବାରୁ ଗାଳିଗୁଲଜ କରି ଦୋକାନରୁ ଭିଡି ଆଣି ତଳେ ପକାଇ ବିଧା ଗୋଇଠା ମାରିବା ସହ ତାଙ୍କ ମୁଣ୍ଡକୁ ଲୁହାରଡରେ ପିଟିଥିବା ଅଭିଯୋଗରେ ଉଲ୍ଲେଖ ରହିଛି। ଗୁରୁତର ଅବସ୍ଥାରେ ଶଶୀକାନ୍ତ ଭଦ୍ରକ ଜିଲା ମୁଖ୍ୟଚିକିତ୍ସାଳୟରେ ଚିକିତ୍ସାଧୀନ ଅଛନ୍ତି । ସେହିପରି ସେହି ଗ୍ରାମରେ ଜଣେ ଯୁବତୀଙ୍କୁ ଭାଜପାକୁ ଭୋଟ ଦେଇଥିବାରୁ ଲୁହାରଡରେ ଆକ୍ରମଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି । ଯୁବତୀ ଜଣକ ଭଦ୍ରକ ଜିଲା ମୁଖ୍ୟଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସନ୍ତାନ ପାଳନ ଓ ମାର୍ଗ ଦର୍ଶନ

ଈଶ୍ୱରଙ୍କ ସୃଷ୍ଟିରେ ମଣିଷ ସର୍ବଶ୍ରେଷ୍ଠ ଜୀବ ରୂପେ ପରିଗଣିତ ହୋଇଥାଏ। ଏହାର କାରଣ ହେଲା ଜୀବଜନ୍ତୁମାନେ ଭଲ, ମନ୍ଦ, ଭୁଲ୍‌, ଠିକ୍‌ ବିବେଚନା କରିବାରେ ଅସମର୍ଥ ହୋଇଥିବା…

ନିର୍ବାଚନ: ଆଞ୍ଚଳିକ ଦଳ ବନାମ ଏନ୍‌ଡିଏ

କେନ୍ଦ୍ର ଶାସିତ ଅଞ୍ଚଳ ପୁଡୁଚେରୀ ସହ ୪ଟି ରାଜ୍ୟ ବିଧାନସଭା ପାଇଁ ଚଳିତ ମାସରେ ନିର୍ବାଚନ ଅନୁଷ୍ଠିତ ହେବ। ଏହି ସମସ୍ତ ରାଜ୍ୟରେ ରହିଛି ମୋଟ ୮୨୪ଟି…

ଶାସନରେ ଭୟ

ଭାରତରେ ଯେବେ ଏକ ପ୍ରକଳ୍ପ ଅଟକିଯାଏ, ଖର୍ଚ୍ଚ ବଢ଼ିଯାଏ ଆମେ ସ୍ବାଭାବିକ ଭାବରେ ସେଥିରେ ଦୁର୍ନୀତି କଥା ଉଠାଇଥାଉ। କିନ୍ତୁ ବେଳେ ବେଳେ ବ୍ୟବସ୍ଥାର ନିଷ୍କ୍ରିୟତା ଯୋଗୁ…

ସରକାରଙ୍କ ବଡ଼ ଘୋଷଣା! ବଦଳିବ ସୁନା କିଣିବା ନିୟମ, ଜାଣନ୍ତୁ ଗ୍ରାହକଙ୍କ ଉପରେ କ’ଣ ପ୍ରଭାବ ପଡ଼ିବ…

ନୂଆଦିଲ୍ଲୀ,୪।୪: ସରକାର ସୁନା କ୍ରୟ ସମ୍ବନ୍ଧୀୟ ନିୟମଗୁଡ଼ିକୁ ଆହୁରି କଠୋର କରିବାକୁ ଯାଉଛନ୍ତି। ଏହି ପଦକ୍ଷେପର ଅଂଶ ସ୍ବରୂପ, ହଲମାର୍କିଂର ଅପବ୍ୟବହାର ବିଷୟରେ ବଢ଼ୁଥିବା ଚିନ୍ତାକୁ ଦୂର…

ରାତି ହେଲେ ଅବକାରୀ ଥାନା ବନ୍ଦ: ଡିସ୍‌ପ୍ଲେ ବୋର୍ଡ ଜଳୁଛି, କାର୍ଯ୍ୟାଳୟରେ ତାଲା ଝୁଲୁଛି

ଲୋଇସିଂହା,୪।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଅବକାରୀ ଥାନାରେ ରାତି ସମୟରେ କେହି ଷ୍ଟାଫ ରହୁ ନ ଥିବା ଅଭିଯୋଗ ହେଉଛି ା ବୁଧବାର ସନ୍ଧ୍ୟାରେ କାର୍ଯ୍ୟାଳୟର ଡିସପ୍ଲେ…

ଜବରଦଖଲରେ ସରକାରୀ ଜମି: ୯ ଏପ୍ରିଲରେ ଡିମାର୍କେଶନ ନିର୍ଦ୍ଧାରିତ

ବଞ୍ଚୋ,୪।୪(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲ ନେଇ ସମସ୍ୟା ଗୁରୁତର ରୂପ ନେଇଥିଲା । ଏହି…

ସୌନ୍ଦର୍ଯ୍ୟ ହରାଇଲାଣି ଚିଲଡ୍ରେନ ପାର୍କ: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

ପଦ୍ମପୁର,୪ା୪(ପ୍ରଦୀପ୍ତ ଦାଶ ):ସହରକୁ ସରସ ସୁନ୍ଦର କରିବା ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏ ସବୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri