ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥ ଦେଇ ଭଦ୍ରକ ସଦର ମହକୁମା ପର୍ଯ୍ୟନ୍ତ ଯାଇଥିବା ପୂର୍ତ୍ତ ବିଭାଗ ମୁଖ୍ୟ ରାସ୍ତାର ବରଗଡ଼ିଆ ଛକ ନିକଟ ଏନ୍‌.ଏ.ସି (NAC) ଗେଟ୍ ସମ୍ମୁଖରେ ମଙ୍ଗଳବାର ଅପରାହ୍ନରେ ଏକ ଫରେଷ୍ଟ ଗାଡ଼ି ଏବଂ ବୋଲେରୋ ପିକଅପ୍ ଭ୍ୟାନ୍ ମଧ୍ୟରେ ଜୋରଦାର ଧକ୍କା ହୋଇଛି। ତେବେ ସୌଭାଗ୍ୟବଶତଃ ଏହି ଭୟଙ୍କର ଦୁର୍ଘଟଣାରୁ ଧାମନଗର ବନ୍ୟପ୍ରାଣୀ ଓ ବନଖଣ୍ଡ ଅଧିକାରୀ (ରେଞ୍ଜର) ବବୁଲ ମଲ୍ଲିକ ଅଳ୍ପକେ ବର୍ତ୍ତି ଯାଇଛନ୍ତି।

ସୂଚନା ଅନୁଯାୟୀ, ବନବିଭାଗ ଅଧିକାରୀ ବବୁଲ ମଲ୍ଲିକ ନିଜର ଅଫିସ କାମ ସାରି ସରକାରୀ ଗାଡ଼ି (ନଂ – OD 22 AC 7745) ଯୋଗେ ଭଦ୍ରକରୁ ଫେରୁଥିଲେ। ଏହି ସମୟରେ ବରଗଡ଼ିଆ ଛକ ଏନ୍‌.ଏସି ଗେଟ୍ ନିକଟରେ ବିପରୀତ ଦିଗ ଅର୍ଥାତ ଧାମନଗର ବଜାର ପଟରୁ ଦ୍ରୁତ ଗତିରେ ଆସୁଥିବା ଏକ ବୋଲେରୋ ପିକଅପ୍ (ନଂ – OD 04 W 1480) ସହ ସରକାରୀ ଗାଡ଼ିର ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ଉପସ୍ଥିତ ଥିବା ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ, ଉଭୟ ଗାଡ଼ିର ଡ୍ରାଇଭର ଅନ୍ୟମନସ୍କ ଥିବା ହେତୁ ଏହି ଦୁର୍ଘଟଣା ଘଟିଛି।

ଦୁର୍ଘଟଣାଟି ଏତେ ଜୋରଦାର ଥିଲା ଯେ ବନ ବିଭାଗର ସରକାରୀ ଗାଡ଼ିର ଡାହାଣ ପଟ ପଛ ଚକଟି ଚେପା ହୋଇ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି ଏବଂ ଗାଡ଼ିର ଅନ୍ୟ ଅଂଶ ମଧ୍ୟ ବ୍ୟାପକ କ୍ଷତିଗ୍ରସ୍ତ ହୋଇଛି। ସେହିପରି ପିକଅପ୍ ଭ୍ୟାନର ସାମ୍ନା ପଟ ମଧ୍ୟ ଭାଙ୍ଗି ଚୂରମାର ହୋଇଯାଇଛି। ତେବେ ଆଶ୍ଚର୍ଯ୍ୟର କଥା ଏହି କି ଯେ, ଗାଡ଼ିଗୁଡ଼ିକ ଏତେ କ୍ଷତିଗ୍ରସ୍ତ ହୋଇଥିଲେ ମଧ୍ୟ ବସିଥିବା ଅଧିକାରୀ ମଲ୍ଲିକ କିମ୍ବା ଉଭୟ ଗାଡ଼ିର ଡ୍ରାଇଭରଙ୍କର କୌଣସି କ୍ଷୟକ୍ଷତି ହୋଇନାହିଁ।

ଦୁର୍ଘଟଣା ସମ୍ପର୍କରେ ଖବର ପାଇ ଧାମନଗର ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲା। ପୋଲିସ ବୋଲେରୋ ପିକଅପ୍ ଭ୍ୟାନକୁ ଜବତ କରି ଥାନାକୁ ନେବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି। ଅନ୍ୟପଟେ ବନ ବିଭାଗର ସରକାରୀ ଗାଡ଼ିଟି ଚାଲିବା ସ୍ଥିତିରେ ନ ଥିବାରୁ ତାହା ଦୁର୍ଘଟଣା ସ୍ଥଳରେ ହିଁ ପଡ଼ି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ

ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍‌ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…

ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ

ବାଲିଗୁଡ଼ା/ତୁମୁଡ଼ିବନ୍ଧ,୨୯।୯ (ସଞ୍ଜୟ କୁମାର ପାଣିଗ୍ରାହୀ/ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ…

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

ବେଲଗୁଣ୍ଠା ଏନ୍‌ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…

ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ଏସିଡ ଆକ୍ରମଣ ବିରୋଧରେ ସଚେତନତା ସଭା ଓ ପଥପ୍ରାନ୍ତ ନାଟକ, ଛାତ୍ରୀଛାତ୍ର ସମ୍ୱର୍ଦ୍ଧିତ

ଥୁଆମୂଳ ରାମପୁର, ୨୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତାଲୁକ ଆଇନ ସେବା ସମିତି (T.L.S.C.) ଆନୁକୂଲ୍ୟରେ ମଙ୍ଗଳବାର କୋର୍ଟ ସାମ୍ନା ମଣ୍ଡପଠାରେ ଏସିଡ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?